ସାର୍ବଜନୀନ ଟୀକାକରଣ କାର୍ଯ୍ୟକ୍ରମ ଅଧୀନରେ ଟୀକାର ଗୁଣବତ୍ତାସମ୍ପର୍ଣ୍ଣ ପରିଚାଳନା ପାଇଁ ରାଜ୍ୟ ଟୀକା ଭଣ୍ଡାର ଦେଶର ପ୍ରଥମ ଟୀକା ଭଣ୍ଡାର ଭାବେ ଆଇଏସ୍ଓ ୯୦୦୧:୨୦୧୫ ପ୍ରମାଣପତ୍ର ପାଇଛି।ସଠିକ କୋଲ୍ଡ ଚେନ୍ ବ୍ୟବସ୍ଥା ଏବଂ ଟୀକାର ଉପଯୁକ୍ତ ପରିବହନ ସାର୍ବଜନୀନ ଟିକାକରଣ କାର୍ଯ୍ୟକ୍ରମର ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ । ହିତାଧିକାରୀଙ୍କ ପାଖରେ ପହଞ୍ଚିବା ପର୍ଯ୍ୟନ୍ତ ଅନୁମୋଦିତ ତାପମାତ୍ରାରେ ଟୀକାକୁ ସୁରକ୍ଷିତ ରଖିବା ପାଇଁ ଓଡ଼ିଶାରେ ରାଜ୍ୟ ଟୀକା ଭଣ୍ଡାର, ୯ଟି ଆଞ୍ଚଳିକ ଏବଂ ୩୨ଟି ଜିଲ୍ଲା ଟୀକା ଭଣ୍ଡାର […]
ପୁଲିସକୁ ବାନ୍ଧିଲା ପୁଲିସ। ଏମିତି ଘଟଣା ଘଟିଛି ଜଗତସିଂହପୁରରେ। ଥାନାରେ ଚାଲିଥିଲା ଆଇଆଇସି ଓ ହୋମଗାର୍ଡଙ୍କ ପ୍ରେମଲୀଳା। ହେଲେ ପ୍ରେମିକା ଯେତେବେଳେ ଅଧିକାର ମାଗିଲେ ମାନେ ବାହା ହେବାକୁ କହିଲେ ବିଚରା ପ୍ରେମିକ ପ୍ରବରଙ୍କ ମୁହଁ ଶୁଖିଗଲା । ଆଉ ଧରାଛୁଆଁ ଦେଲେନି । ନ୍ୟାୟ ପାଇଁ ଥାନାରେ ବସିଲେ ପ୍ରେମିକା । ୨ଟି ପିଲାର ବାପା କୁହାଯାଉଥିବା ସମ୍ପୃକ୍ତ ଆଇଆଇସି ଜଣଙ୍କ ମହିଳା ହୋମଗାର୍ଡଙ୍କୁ ବିବାହର ପ୍ରତିଶୃତି ଦେଇ ଶାରୀରିକ ସମ୍ପର୍କ ରଖିଥିବା ଅଭିଯୋଗ ହୋଇଛି। […]
ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ ରାଜ୍ୟର ବିଭିନ୍ନ ଜିଲାରେ SI ଏବଂ ଅନ୍ୟାନ୍ୟ ସମକକ୍ଷ ପଦବୀ ପାଇଁ ପରୀକ୍ଷା ତାରିଖ ପ୍ରକାଶ କରିଛି। ମୋଟ ୯୩୩ଟି ପଦବୀ ପାଇଁ ପରୀକ୍ଷା ହେବ। ମାର୍ଚ୍ଚ ୮ ଓ ୯ରେ ଅନୁଷ୍ଠିତ ହେବ ପରୀକ୍ଷା । ବିଭିନ୍ନ ଜିଲ୍ଲା କେନ୍ଦ୍ରରେ ଓଏମଆର ସିଟ୍ ରେ ପରୀକ୍ଷା ହେବ । ପରୀକ୍ଷାର୍ଥୀମାନଙ୍କୁ ମାର୍ଚ୍ଚ ୧ ତାରିଖରୁ ଓଡ଼ିଶା ପୋଲିସ ୱେବସାଇଟ୍ ରୁ ଆଡମିଟ୍ କାର୍ଡ ଡାଉନଲୋଡ କରିବାକୁ ପରାମର୍ଶ ଦିଆଯାଇଛି । […]
ହାଇପ୍ରୋଫାଇଲ ଠକ ଦମ୍ପତ୍ତି ହଂସିକା- ଅନିଲ ଗିରଫ ମାମଲା। ହାଇକୋର୍ଟରୁ ନିରାଶ ହେଲେ ହଂସିକା। ସ୍ୱାମୀଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦର୍ଶାଇ କରିଥିଲେ ଅନ୍ତରୀଣ ଜାମିନ ଆବେଦନ। ଏହି ଆବେଦନକୁ ପ୍ରତ୍ୟାହାର କରି ନେଇଥିବା ହଂସିତାଙ୍କ ଓକିଲ ଧନଞ୍ଜୟ ମୁଣ୍ଡଙ୍କ ସୂଚନା । ତେବେ ନିୟମିତ ଜାମିନ ଆବେଦନ ଶୁଣାଣି ପାଇଁ ରହିଛି ।ଏବେ ହଂସିକାଙ୍କୁ ଜେଲରେ ହିଁ ରହିବାକୁ ପଡ଼ିବ। ବର୍ତ୍ତମାନ ହଂସିକା ଝାରପଡ଼ା ଜେଲରେ ଅଛନ୍ତି।ସୂଚନାଥାଉକି, ରାଜଧାନୀରୁ ହାଇପ୍ରୋଫାଇଲ ଦଂପତ୍ତି ଅନୀଲ ଓ ହଂସିକାଙ୍କୁ ଗତ […]
କିଟ୍ ଘଟଣାରେ ପିଛା ଛାଡ଼ୁନି ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଅଡ଼ୁଆ । ପୁଣି ୬ ଜଣଙ୍କୁ ହାଜର ହେବାକୁ ନୋଟିସ୍ ଜାରି କରାଯାଇଛି । ଉଚ୍ଚସ୍ତରୀୟ କମିଟି ପାଖରେ ୨୭ରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି । ୬ ଜଣଙ୍କୁ ନୋଟିସ୍ ନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।୬ ଜଣଙ୍କ ମଧ୍ୟରେ ଚିଫ ପ୍ରୋକ୍ଟର ପିକେ ପଟ୍ଟନାୟକ, ହଷ୍ଟେଲ କୁଇନ କାଷ୍ଟଲ ଅଧୀକ୍ଷକ ସଂହିତା ମିଶ୍ର, ଆସିଷ୍ଟାଣ୍ଟ ଡାଇରେକ୍ଟର ସ୍ମରିକା ପତି, ଆଇସି […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ବ୍ଲକ ଅନ୍ତର୍ଗତ ହରିପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଆଜି ମଧ୍ୟାହ୍ନରେ ଅନୁଷ୍ଠିତ ହୋଇଥିଲା। ଏହି ଉପଲକ୍ଷେ ଆୟୋଜିତ ଏକ ସ୍ୱତନ୍ତ୍ର ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଉଷାରାଣୀ ପଟ୍ଟନାୟକ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଆଦର୍ଶ ଶିକ୍ଷକ ବ୍ରହ୍ମାନନ୍ଦ ରଥ ଯୋଗଦାନ କରି ପିଲାମାନଙ୍କୁ ସମାଜ ପ୍ରତି ସେମାନଙ୍କ କର୍ତ୍ତବ୍ୟ ସମ୍ପର୍କରେ ସୁଚିନ୍ତିତ ଉପଦେଶ ଦେଇଥିଲେ। ସେହିପରି ମୁଖ୍ୟ […]
ଚୋରି କରିବାକୁ ଆସି କୂଅରେ ପଡିଲା ଚୋର। ରାତି ସାରା କୂଅ ଭିତରେ ଥିବା ଚୋରକୁ ଆଜି ସକାଳୁ ଗ୍ରାମବାସୀ ଉଦ୍ଧାର କରିଛନ୍ତି । କେନ୍ଦୁଝର ଚମ୍ପୁଆ ବ୍ଲକ ବାରିଆ ଥାନା ଅନ୍ତର୍ଗତ ଝାଲିଆବେଡା ଗାଁରେ ଘଟିଛି ଏଭଳି ଘଟଣା । ଗାଁ ଲୋକ ପୋଲିସ ଓ ଅଗ୍ନିଶମ ବାହିନୀକୁ ଖବର ଦେବା ପରେ ଘଟଣାସ୍ଥଳରେ ପହଞ୍ଚି ଚୋରକୁ ଉଦ୍ଧାର କରିଥିଲେ । ପୋଲିସ ଚୋରକୁ କୂଅରୁ ଉଦ୍ଧାର କରି ଥାନାରେ ଅଟକ ରଖି ପଚରାଉଚରା କରୁଛି […]
ଫେବୃଆରୀ ୨୮ରେ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ପୁରୀରେ ଜାତୀୟ ସ୍ଵାସ୍ଥ୍ୟ ମିଶନ କାର୍ଯ୍ୟକ୍ରମରେ ସେ ଯୋଗ ଦେବେ।ଶେଷଥର ପାଇଁ ନଡ୍ଡା ଗତବର୍ଷ ସେପ୍ଟେମ୍ବର ୨୬ରେ ଓଡ଼ିଶା ଗସ୍ତ କରିଥିଲେ । ଏହି ଗସ୍ତବେଳେ ନଡ୍ଡା ଏକାଧିକ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।ଅନ୍ୟପଟେ ଭାଜପା ରାଜ୍ୟ ସଭାପତି କିଏ ହେବେ ସେନେଇ ଚୟନ ହୋଇନାହିଁ। ଏବେ ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ପ୍ରଭାରୀ […]
୨୦୨୫ ମାର୍ଚ୍ଚ ୮ ତାରିଖରେ, ଅନ୍ତର୍ଜାତୀୟ ମହିଳା ଦିବସ ସହିତ ସୁଭଦ୍ରା ଯୋଜନା ଅଧୀନରେ ଓଡ଼ିଶାର ପ୍ରାୟ ୧ କୋଟି ଯୋଗ୍ୟ ମହିଳା ୫,୦୦୦ ଟଙ୍କାର ଦ୍ୱିତୀୟ କିସ୍ତି ପାଇବେ। ଏ ନେଇ ଇସାରା ଦେଇଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ବର୍ତ୍ତମାନ ସୁଦ୍ଧା ୯୮ ଲକ୍ଷ ମହିଳା ସୁଭଦ୍ରା ଟଙ୍କା ପାଇସାରିଥିବା ବେଳେ ଆଉ ୨ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଯିବ ସୁଭଦ୍ରା ଟଙ୍କା । ଭାଗ୍ୟବାନ ୨ ଲକ୍ଷ ମହିଳାଙ୍କୁ ପ୍ରଥମ କିସ୍ତର ଶେଷ […]
ନିମାପଡ଼ା ବ୍ଲକ୍ ନହନ୍ତରା ହାଇ ସ୍କୁଲରେ ପରୀକ୍ଷା ଦେଉଥିବା ସମୟରେ ଧରାପଡିଛି ନକଲି ପରୀକ୍ଷାର୍ଥୀ । ପରୀକ୍ଷା ଦେଉଥିବା ସମୟରେ ସୁପରିଟେଣ୍ଡଙ୍କ ଦ୍ଵାରା ଧରାପଡ଼ିଥିଲା ଛାତ୍ର ଜଣକ । ଏହାପରେ ନକଲି ପରୀକ୍ଷାର୍ଥୀଙ୍କୁ ଗିରଫ କରିଛି ନିମାପଡ଼ା ପୋଲିସ । ପରୀକ୍ଷାର୍ଥୀ ଜଣଙ୍କ ହେଉଛନ୍ତି ସାକ୍ଷୀଗୋପାଳ ଡାଙ୍ଗୁରାର ରାଜା ଭୋଇ । ନିମାପଡା ବ୍ଲକ୍ ସଲଙ୍ଗ ପଂଚାୟତରେ ଥିବା ମଧୁବନ ଶିକ୍ଷାଶ୍ରମ ହାଇସ୍କୁଲ ଶେଖ୍ ମୁସିଲିମ୍ ଉଦିନଙ୍କ ନାଁରେ ରାଜା ପରୀକ୍ଷା ଦେଉଥିଲେ । ତେବେ ପରୀକ୍ଷା […]
ରାଜ୍ୟରେ ସରକାରଙ୍କ ପକ୍ଷରୁ ଧାନ କିଣା ଜାରି ରହିଛି। ଏହାରି ମଧ୍ୟରେ ସରକାର ସମୟସୀମା ଧାର୍ଯ୍ୟ କରିଛନ୍ତି। ଆସନ୍ତା ମାର୍ଚ୍ଚ ୩୧ ଡେଡ୍ ଲାଇନ୍ ଧାର୍ଯ୍ୟ କରିଛନ୍ତି ସରକାର। ବର୍ତ୍ତମାନ ସୁଦ୍ଧା ୬୫ ଲକ୍ଷ ମେଟ୍ରିକ ଟନ୍ ଧାନ ସଂଗ୍ରହ ସରିଛି। ଟାର୍ଗେଟରେ ୯୦ % ଧାନ ସଂଗ୍ରହ ହୋଇସାରିଲାଣି ବୋଲି ସୂଚନା ଦେଇଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।ପୂର୍ବରୁ ଚଳିତ ଖରିଫ ଋତୁ ପାଇଁ ଧାନ ସଂଗ୍ରହ ଲକ୍ଷ୍ୟକୁ ୬୫ ଲକ୍ଷ ମେଟ୍ରିକ୍ […]
ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା । ଆୟକର ଫାଇଲ କରିଥିଲେ ବି କଟିବନି ରାସନ କାର୍ଡ । ଫିଜିକାଲ ଭେରିଫିକେସନ କରିବେ ରାଜ୍ୟ ସରକାର । ଏନେଇ ଲିଷ୍ଟ ସହ ଡୋର୍ ଟୁ ଡୋର୍ ବୁଲି ଭେରିଫେକସନ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । କାହାର ଆୟ କେତେ ଅଛି । ତାହାର ତର୍ଜମା ହେବ, ତାପରେ ଯାଇ କାର୍ଡ କଟିବ କି ରହିବ । ସେନେଇ […]
