ସୌରଭ ଗାଙ୍ଗୁଲିଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ । ଅଳ୍ପକେ ବଞ୍ଚିଗଲେ ପୂର୍ବତନ କ୍ରିକେଟର।

ଗୁରୁବାର ଦୁର୍ଗାପୁର ଏକ୍ସପ୍ରେସୱେରେ ପୂର୍ବତନ ଭାରତୀୟ କ୍ରିକେଟର ସୌରଭ ଗାଙ୍ଗୁଲିଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌରଭ ଗାଙ୍ଗୁଲି ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ବର୍ଧବାନ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା।ତେବେ ଗାଙ୍ଗୁଲିଙ୍କୁ କୌଣସି ପ୍ରକାରର କ୍ଷତି ହୋଇନାହିଁ । ଦୁର୍ଗାପୁର ଏକ୍ସପ୍ରେସୱେ’ର ଦନ୍ତନପୁର ନିକଟରେ ହଠାତ ଏକ ଟ୍ରକ ତାଙ୍କ ଗାଡ଼ି ଆଗକୁ ଚାଲିଆସିଥିଲା । ଗାଙ୍ଗୁଲିଙ୍କ ଗାଡ଼ିର ଡ୍ରାଇଭର ବ୍ରେକ୍ ମାରିବାରୁ ପଛରେ ଥିବା କାର୍ ପରସ୍ପରକୁ ଧକ୍କା ଦେଇଥିଲା । ଯେଉଁଥିରେ ଗାଙ୍ଗୁଲିଙ୍କ କାର୍ […]

ଆଜି ଅନ୍ତର୍ଜାତୀୟ ମାତୃଭାଷା ଦିବସ

ଫେବୃୟାରୀ ୨୧ ଅର୍ଥାତ୍ ଆଜି ହେଉଛି ଅନ୍ତର୍ଜାତୀୟ ମାତୃଭାଷା ଦିବସ । ବିଶ୍ୱରେ ଭାଷା ଏବଂ ସଂସ୍କୃତିର ବିବିଧତାକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ଏହି ଦିବସ ପାଳନ କରାଯାଉଛି । ଗତ ୨୦୦୦ ମସିହାରେ ଜାତିସଂଘ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳନ କରିବାକୁ ଘୋଷଣା କରିଥିଲା । ଭାଷା ଆମ ସଂସ୍କୃତିର ରକ୍ଷକ । ଭାଷା ଦିବସ ପାଳନ କରାଯିବା ଦ୍ୱାରା ଭାଷାଗତ ବିବିଧତା ଓ ବହୁ ଭାଷୀ ଶିକ୍ଷାକୁ ସଶକ୍ତ କରିବା ସହ ଭାଷାଗତ ତଥା […]

ନିଖୋଜ ନାବାଳିକାକୁ ଖୋଜୁ ଖୋଜୁ ଦେହ ବ୍ୟବସାୟ ଗ୍ୟାଙ୍ଗକୁ ଧରିଲା ପୋଲିସ

ପୁରୀ ତାଳବଣିଆ ପୋଲିସକୁ ବଡ଼ ସଫଳତା । ନିଖୋଜ ନାବାଳିକାକୁ ଖୋଜୁ ଖୋଜୁ ଦେହ ବ୍ୟବସାୟ ଗ୍ୟାଙ୍ଗକୁ ଧରିଲା ପୋଲିସ ।କିଙ୍ଗପିନ ରଞ୍ଜୁଲତା ଦାସଙ୍କ ସମେତ ୧୨ ଜଣଙ୍କୁ ଗିରଫ କଲା ପୋଲିସ।ଜୋରଜବରଦସ୍ତ ସେକ୍ସ ରାକେଟ ଚଳାଉଥିଲା ରଞ୍ଜୁଲତା । ଧରମ ମାଆ ସାଜି ଦୁଇ ନାବାଳିକାଙ୍କ ସହ ତାଙ୍କ ମାଆଙ୍କୁ ମଧ୍ୟ ଦେହ ବ୍ୟବସାୟ କରିବାକୁ ବାଧ୍ୟ କରୁଥିଲା । ନାବାଳିକା ନିଖୋଜ ନେଇ ଜାନୁଆରୀ ୧୮ତାରିଖରେ ଥାନାରେ ଅଭିଯୋଗ କରିଥିଲେ ନାବାଳିକାଙ୍କ ମା । […]

ମହାପ୍ରଭୁଙ୍କୁ ଲାଗିହେଲା ଜୈବିକ ଚାଉଳ ମହାପ୍ରସାଦ

ଶ୍ରୀମନ୍ଦିରରେ ଗୁରୁବାର ମଧ୍ୟାହ୍ନ ଧୂପରେ ମହାପ୍ରଭୁଙ୍କ ପାଖରେ ଜୈବିକ ଚାଉଳରେ ପ୍ରସ୍ତୁତ ଅମୃତ ଅନ୍ନ ଲାଗି କରାଯାଇଛି। ପାଞ୍ଚ ପ୍ରକାର ଜୈବିକ ଚାଉଳରେ ପ୍ରସ୍ତୁତ ଅମୃତ ଅନ୍ନ ଭୋଗ ଲାଗି ହୋଇଛି। ଏହି ମହାପ୍ରସାଦକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ଓ ପ୍ରଶାସନିକ ଅଧିକାରୀମାନଙ୍କ ସମେତ ସୁଆର ମହାସୁଆର ନିଯୋଗର କର୍ମକର୍ତ୍ତାମାନେ ସେବନ କରିଥିଲେ।ଗୋବିନ୍ଦ ଭୋଗ ଚାଉଳ ଓ ଝିଲି ଚାଉଳକୁ କୋଠ ଭୋଗରେ ବ୍ୟବହୃତ କରିବା ପାଇଁ ମୋହର ମାରିଲା ଶ୍ରୀମନ୍ଦିର ପ୍ରଶାସନ […]

ଥାନାପାଖ ବ୍ୟାଙ୍କରୁ ଲୁଟ: ଗ୍ରାହକ ସାଜି ଆସିଲେ, ବ୍ୟାଙ୍କରୁ ୩୦ ଲକ୍ଷ ଲୁଟିଲେ

ମୟୂରଭଞ୍ଜ ଜିଲ୍ଲା ବହଳଦା ଥାନା ଅନ୍ତର୍ଗତ ବହଳଦା ଏସଵିଆଇ ଶାଖାରୁ ବନ୍ଧୁକ ଦେଖାଇ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଏହି ଘଟଣାରେ ଦୁଇ ବ୍ୟାଙ୍କ କର୍ମଚାରୀ ଗୁରୁତର ହୋଇଥିବା ଜଣାଯାଇଛି। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି ।ସୂଚନା ଅନୁସାରେ ଆଜି ସକାଳୁ ବ୍ୟାଙ୍କ୍ ଖୋଲିବାର କିଛି ସମୟ ପରେ ୫ ଜଣ ଦୁର୍ବୃତ୍ତ ୨ଟି ବାଇକରେ ଆସି ବ୍ୟାଙ୍କକୁ ପହଞ୍ଚିଥିଲେ । ୩ ଜଣ ମୁଖା ପିନ୍ଧା ଦୁର୍ବୃତ୍ତ ବ୍ୟାଙ୍କ ମଧ୍ୟକୁ ପ୍ରବେଶ କରିଥିବା […]

କିଟ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ହାଜର ହେବାକୁ ନିର୍ଦ୍ଦେଶ-ଉଚ୍ଚ ଶିକ୍ଷା ବିଭାଗ।

KIIT ଛାତ୍ରୀ ଘଟଣାରେ ଗୁରୁବାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ସରକାରଙ୍କ ହାଇଲେବୁଲ କମିଟି ଆଗରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ହାଜର ପାଇଁ ନିର୍ଦ୍ଦେଶ ଜାରି କରିଛି ଉଚ୍ଚ ଶିକ୍ଷା ବିଭାଗ। ଚିଠି ଜରିଆରେ ତାଙ୍କୁ ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟାରେ ସମସ୍ତ ଡକ୍ୟୁମେଣ୍ଟ ସହ ହାଜର ପାଇଁ ନିର୍ଦ୍ଦେଶ ଦିଆଯାଇଛି।ଗତ ୧୬ ତାରିଖ ରାତିରେ ଭୁବନେଶ୍ୱର ସ୍ଥିତ କିଟ୍ ବିଶ୍ୱବିଦ୍ୟାଳୟର ହଷ୍ଟେଲରୁ ମିଳିଥିଲା ବି.ଟେକ ତୃତୀୟ ବର୍ଷର ଛାତ୍ରୀ ପ୍ରକୃତି ଲମସାଲଙ୍କ ମୃତଦେହ। ହଷ୍ଟେଲ୍‌ ରୁମ୍‌ର […]

ବନ୍ଦ କୋଠରୀରୁ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମୃତଦେହ ଉଦ୍ଧାର

ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା ଗୁନେଇବିଲି ଗ୍ରାମରେ ଥିବା ଏକ ବନ୍ଦ କୋଠରୀରୁ ଜଣେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ପ୍ରଧାନ ଶିକ୍ଷୟିତ୍ରୀ ଜଣଙ୍କ ଗୁନେଇବିଲି ଗାଁର ପ୍ରଭାତୀ ଦେହୁରୀ। ସୂଚନା ଅନୁସାରେ ପ୍ରଭାତୀ ସବୁଦିନ ପରି ରାତିରେ ଖାଇପିଇ ସାରି ଘରେ ନିଜ ପୁଅ, ଝିଅ ଓ ଶ୍ୱଶୁର ଓ ଜଣେ ଦିବ୍ୟାଙ୍ଗ ଦିଅରଙ୍କ ସହ ଘରେ ଶୋଇଥିଲେ । ସକାଳୁ ଡ୍ରାଇଭର ଘରକୁ ଆସି ପ୍ରଭାତୀଙ୍କୁ ସ୍କୁଲ ନେବା ପାଇଁ ଡ଼ାକିଥିବା […]

ଆସନ୍ତାକାଲିଠୁ ମାଟ୍ରିକ ପରୀକ୍ଷା,ମୋଟ ୫,୧୨,୪୩୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ।

ଶୁକ୍ରବାରଠାରୁ ୫.୧୨ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ମାଧ୍ୟମିକ ଶିକ୍ଷା ବୋର୍ଡ (BSE) ଦ୍ୱାରା ପରିଚାଳିତ ମାଟ୍ରିକ୍ ପରୀକ୍ଷା ଦେବେ। ବୋର୍ଡର ସୂତ୍ରରୁ ଜଣାପଡ଼ିଛି ଯେ, ସାରା ରାଜ୍ୟରେ ମୋଟ ୫,୧୨,୪୩୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ।ପରୀକ୍ଷାକୁ ଶୃଙ୍ଖଳିତ କରିବାକୁ ୩୧୪ଟି ନୋଡାଲ ସେଣ୍ଟର କରାଯାଇଛି। ଆସନ୍ତାକାଲି ସକାଳ ୯ଟାରେ ପରୀକ୍ଷା ଆରମ୍ଭ ହେବ ଓ ଛାତ୍ରଛାତ୍ରୀ ୭ଟା ୩୦ ମିନିଟରେ କେନ୍ଦ୍ରକୁ ପ୍ରବେଶ କରିବେ। ଆଜି ଚୂଡ଼ାନ୍ତ ପ୍ରସ୍ତୁତି ପରଖିବା ପାଇଁ ବୋର୍ଡ ପକ୍ଷରୁ ୬୦୦ କେନ୍ଦ୍ରର […]

ସମ୍ବଲପୁର ବିଶ୍ଵବିଦ୍ୟାଳୟର ଛାତ୍ରୀଙ୍କୁ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ ।

Sambalpur Uiversityରେ ଅଧ୍ୟୟନରତ ଜଣେ ଛାତ୍ରୀଙ୍କୁ ଭିଆଇପି ରାସ୍ତାର ମେଟାକାନି ମନ୍ଦିର ନିକଟରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ବୁର୍ଲା ପୋଲିସ ଉଦ୍ଧାର କରି ବୁର୍ଲା Vimsarରେ ଭର୍ତ୍ତି କରିଛି। ଛାତ୍ରୀଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ସୂଚନା ମିଳିଛି। ଉଦ୍ଧାର ଛାତ୍ରୀ ଲାଇବ୍ରେରୀ ସାଇନ୍ସ ବିଭାଗର ବୋଲି ଜଣାପଡିଛି। ଅନ୍ୟପକ୍ଷେ ଛାତ୍ରୀଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଥିଲା । ତେବେ ଛାତ୍ରୀଙ୍କୁ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ ହୋଇଛି । ମୁଖ୍ୟ ଅଭିଯୁକ୍ତ ରାକେଶ […]

ସତ ମାନିଲେ ସରକାର, ପରିବର୍ତ୍ତନ ହେଇଛି ଯୋଜନାର ନାଁ ।

ରାଜ୍ୟରେ ପୂର୍ବ ବିଜେଡି ସରକାର ଦ୍ୱାରା ଆରମ୍ଭ ହୋଇଥିବା ଯୋଜନାଗୁଡ଼ିକୁ ବନ୍ଦ ନକରି ଓଡ଼ିଶା ସରକାର ନଅଟି ନୂତନ ଯୋଜନା ଆରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ବିଧାନସଭାରେ ଏହା କହିଛନ୍ତି।ତାଙ୍କ ସୂଚନା ମୁତାବକ, କୌଣସି ଯୋଜନା ବନ୍ଦ ହେବା ନେଇ ପ୍ରସ୍ତାବ ଆସିନି । କେତେ ଯୋଜନାର ନାମ ପରିବର୍ତ୍ତନ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ସୂଚନା ମୁତାବକ, ଏବେ ସୁଦ୍ଧା 9ଟି ନୂଆ ଯୋଜନା ପ୍ରଣୟନ କରିଛନ୍ତି ନୂଆ ସରକାର । ଗୋଦାବରୀଶ […]

ଦେବଗଡ ଓ କେନ୍ଦୁଝର ଜିଲ୍ଲାରୁ ଗୋଟିଏ ଗୋଲ୍ଡ ବ୍ଲକ ନିଲାମ କରିବେ କେନ୍ଦ୍ର ସରକାର

ଓଡ଼ିଶାର ଦୁଇଟି ଜିଲାରେ ସୁନା ଖଣି ମିଳିଛି, ଯେଉଁଥିରୁ ଗୋଟିଏ ବ୍ଲକ କେନ୍ଦ୍ର ଦ୍ୱାରା ନିଲାମ କରାଯିବ ବୋଲି ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ବିଧାନସଭାରେ ସୂଚନା ଦେଇଛନ୍ତି।ରାଜ୍ୟର ଦେବଗଡ ଓ କେନ୍ଦୁଝର ଜିଲ୍ଲାରୁ ଠାବ ହୋଇଛି ସୁନା ଖଣି । ରାଜ୍ୟରେ ସନ୍ଧାନ ମିଳିଥିବା ନୂଆ ସୁନାଖଣିର ବୈଷୟିକ ଦିଗ ପ୍ରତି ଧ୍ୟାନ ଦିଆଗଲାଣି କି ନାହିଁ ବୋଲି ବିଧାନସଭା ପ୍ରଶ୍ନ କାଳରେ ପ୍ରଶ୍ନ କରିଥିଲେ ବିଜେଡି ବିଧାୟକ ଅଶ୍ୱିନୀ କୁମାର […]

ହୀରାକୁଦ ବନ୍ଧରେ ଫାଟ ନେଇ ଗୃହରେ ଲିଖିତ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ 

ହୀରାକୁଦ୍‌କୁ ନେଇ ତୁ ତୁ ମେଁ ମେଁ । ହୀରାକୁଦରେ ଅଳ୍ପ କିଛି ଫାଟ ସରକାରଙ୍କ ନଜରକୁ ଆସିଛି । ଫାଟ ଗୁଡିକ କଂକ୍ରିଟର ଉପରିସ୍ଥ ଭାଗରେ ରହିଛି । ଏହି ଫାଟ ଗୁଡ଼ିକ ଡେଡ୍‌ ଓ ଇନ୍‌ ଅକ୍ଟିଭ ଥିବା ଉତ୍ତରରେ କହିଛନ୍ତି ମୋହନ ମାଝୀ । ସିଏସ୍‌ଏମଆରଏସ୍‌ ସଂସ୍ଥା ଏହି ଫାଟର ଅନୁଧ୍ୟାନ କରି ରିପୋର୍ଟ ପ୍ରଦାନ କରିଛି । ଫାଟ ଗୁଡିକର ମରାମତି ପାଇଁ ସର୍ଭେ କରାଯିବ। ଏଥିପାଇଁ କ୍ୟାବିନେଟ ସ୍ବୀକୃତି ମିଳିଛି […]