ଦଶହରା ସମୟରେ ବିଏମସିର ଅପିଲ୍: ଭୋଗ ପ୍ଲାଷ୍ଟିକ୍ ବ୍ୟାଗରେ ନିଅନ୍ତୁ ନାହିଁ

ଦୁର୍ଗାପୂଜା ସମୟରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ବ୍ୟବହାର ନକରିବାକୁ ଲୋକଙ୍କୁ କହିଛି ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (ବିଏମସି) ।ବିଏମସି ପକ୍ଷରୁ ରାଜଧାନୀର ବିଭିନ୍ନ ସ୍ଥାନରେ ଲାଗିତିବା ବୋର୍ଡରେ କିଓସ୍କ ସ୍ଥାପନ କରାଯାଇ ସେଥିରେ ସଚେତନତା ବାର୍ତ୍ତା ଲେଖାଯିବ ।ଏହି କିଓସ୍କଗୁଡ଼ିକ ବାରମୁଣ୍ଡା, ନୟାପଲ୍ଲୀ, ସହିଦ ନଗର, ରସୁଲଗଡ଼, ଝାରପଡ଼ା ଏବଂ ଡମଣା ଭଳି ବଡ଼ ମଣ୍ଡପରେ ସ୍ଥାପନ କରାଯିବ। ସଚେତନତା ଅଭିଯାନ ତଦାରଖ କରିବା ପାଇଁ ବିଏମସି ତିନି ଜୋନାଲ ଡେପୁଟି କମିସନରଙ୍କ ସମେତ ଅଧିକାରୀମାନଙ୍କୁ ନିଯୁକ୍ତ […]

ବକେୟା ଟଙ୍କା ପାଇଁ ପାରାଦୀପ ବନ୍ଦରରେ ଜାହାଜ ଗିରଫ

ପାରାଦୀପ ବନ୍ଦରରେ ଜାହାଜ ଗିରଫ। ମେଣ୍ଟେନାନ୍ସ ଟଙ୍କା ବକେୟା ପାଇଁ ଗିରଫ ହେଲା ଏମ୍‌ଭି ଡେନସା ଲାୟନ ଜାହାଜ। ୪୨ ଲକ୍ଷ ୭୨ ହଜାରରୁ ଅଧିକ ମେଣ୍ଟେନାନ୍ସ ଟଙ୍କା ବକେୟାକୁ ନେଇ ଗିରଫ । ଗିରଫ ନିର୍ଦ୍ଦେଶ ଦେଲେ ମାନ୍ୟବର ହାଇକୋର୍ଟ ଓଡ଼ିଶା । ଓ୍ବେପ‌ଏଣ୍ଟ ପୋର୍ଟ ସର୍ଭିସ୍ ଲିମିଟେଡର ବକେୟା ଟଙ୍କା ଦେଇନାହିଁ ଜାହାଜ କମ୍ପାନୀ । ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଗିରଫ ହୋଇ ଆଙ୍କରେଜରେ ରହିବ ଜାହାଜ । ଆଇରନ୍ ପ୍ଲେଟ୍ ନେବା ପାଇଁ […]

ଭିଜିଲାନ୍ସ ପଞ୍ଝାରେ ବ୍ଲକ୍ ଏଜୁକେସନ ଅଫିସ୍‌ର ୨ କର୍ମଚାରୀ

ଭିଜିଲାନ୍ସ ଜାଲରେ ଦୁଇ କର୍ମଚାରୀ । ସମ୍ବଲପୁର ରେଙ୍ଗାଲି ବ୍ଲକ୍ ଏଜୁକେସନ ଅଫିସରେ କାର୍ଯ୍ୟରତ ଜୁନିୟର ଆସିଷ୍ଟାଣ୍ଟ ଦୁଷ୍ମନ୍ତ ସାହୁ ଧରିଲା ଭିଜିଲାନ୍ସ । ୭ ହଜାର ଟଙ୍କା ଲାଞ୍ଚ ନେବାବେଳେ ଦୁଷ୍ମନ୍ତ ସାହୁକୁ ମାଡିବସିଛି ଭିଜିଲାନ୍ସ ।ଭିଜିଲାନ୍ସ ଏକ ବିବୃତ୍ତିରେ କହିଛି ଯେ ଅଭିଯୋଗକାରୀଙ୍କ ଦରମା ଏବଂ ବକେୟା ପ୍ରକ୍ରିୟାକରଣ ପାଇଁ ଲାଞ୍ଚ ମାଗାଯାଇଥିଲା। ଦୁଷ୍ମନ୍ତ କୁମାର ସାହୁ ଦରମା ପ୍ରକ୍ରିୟା ଆରମ୍ଭ କରିବା ପାଇଁ ୭ ହଜାର ଟଙ୍କା ଏବଂ ବକେୟା ମଞ୍ଜୁର ପାଇଁ […]

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ଇଟାଲୀ ପ୍ରଧାନମନ୍ତ୍ରୀ

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମଦିନ। ଏହି ଶୁଭ ଅବସରରେ ବିଶ୍ବର ବଡ଼ ବଡ଼ ନେତା ତାଙ୍କୁ ଶୁଭେଚ୍ଛା ଜଣାଇଥିବା ବେଳେ ଏଥିରେ ଅଛନ୍ତି ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି। ମେଲୋନୀ ନିଜର ଏକ୍ସ ଆକାଉଣ୍ଟରେ ମୋଦିଙ୍କ ସହିତ ଏକ ଫଟୋ ସେୟାର କରିଛନ୍ତି, ଯେଉଁଥିରେ କ୍ୟାପସନରେ ଲେଖିଛନ୍ତି, ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ୭୫ତମ ଜନ୍ମଦିନରେ ହାର୍ଦ୍ଦିକ ଶୁଭକାମନା । ତାଙ୍କର ଶକ୍ତି, ଦୃଢ ସଂକଳ୍ପ ଏବଂ ଲକ୍ଷ ଲକ୍ଷ ଲୋକଙ୍କୁ ନେତୃତ୍ୱ ନେବାରେ […]

ବିଧାନସଭା ମୌସୁମୀ ଅଧିବେଶନ, ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିଜି

ଆସନ୍ତାକାଲିଠାରୁ ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନ ଆରମ୍ଭ ହେବ । ବିଧାନସଭା ପରିସରରେ ଓ ବାହାରେ ପାଖାପାଖି ୩୦ ପ୍ଲାଟୁନ୍‌ ପୁଲିସ ଫୋର୍ସ ମୁତୟନ ହେବେ । ବିଧାନସଭା ସମେତ ଲୋୟର ପିଏମ୍‌ଜିକୁ ପୁଲିସ ଛାଉଣି କରାଯିବ ।ଏହାସହ ଯେକୌଣସି ପରିସ୍ଥିତର ମୁକାବିଲା କରିବା ନିମନ୍ତେ ସଦାସର୍ବଦା ସତର୍କ ଓ ସଜାଗ ରହିବାକୁ ନିୟୋଜିତ ହୋଇଥିବା ସୁରକ୍ଷା ବାହିନୀକୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତାକାଲିଠୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେଉଥିବାରୁ ଏଥର ସରଗରମ ରହିବ ପୁରା ଅଧିବେଶନ। […]

କନଷ୍ଟେବଳ ଶୁଭମିତ୍ରା ହତ୍ୟା ଘଟଣାରେ ନୂଆ ଟ୍ବିଷ୍ଟ: ସାମ୍ନାକୁ ଆସିଲା

ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କୁ ହତ୍ୟା ଘଟଣାରେ ନୂଆ ଟ୍ବିଷ୍ଟ ସାମ୍ନାକୁ ଆସିଛି। ପୂର୍ବରୁ ବିବାହିତ ଥିଲେ ଅଭିଯୁକ୍ତ ଦୀପକ ରାଉତ । ୨୦୨୨ରେ ଦୀପକଙ୍କ ପତ୍ନୀ ଖୁଣ୍ଟୁଣୀ ନିକଟରେ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିଲେ । ଏହାପରେ ପତ୍ନୀଙ୍କ ନାଁରେ ଥିବା ଇନ୍ସ୍ୟୁରାନ୍ସ କମ୍ପାନୀରୁ ୧ କୋଟି ଟଙ୍କା ପାଇଥିଲେ ଦୀପକ । ୨୦୨୪ ମସିହାରେ ଶୁଭମିତ୍ରାଙ୍କ ସହ ଦୀପକଙ୍କର ସମ୍ପର୍କ ଗଢି ଉଠିଥିଲା । ଏହି ସମୟରେ ଦୀପକ ଶୁଭମିତ୍ରାଙ୍କୁ ପ୍ରାୟ ୧୦ ଲକ୍ଷ ଟଙ୍କା […]

ଡିଜେ ଗାଡ଼ି ଉପରେ ଲାଗିଲା ଅଙ୍କୁଶ : ନିୟମ ଖିଲାପ କଲେ ଜରିମାନା

ପୂଜା ପୂର୍ବରୁ ଡିଜେ ଗାଡ଼ି ଉପରେ ଲାଗିଲା ଅଙ୍କୁଶ । ସର୍କୁଲାର ଜାରି କଲା ରାଜ୍ୟ ପରିବହନ ବିଭାଗ । ଗାଡ଼ି ରେଜିଷ୍ଟ୍ରେସନ ସମୟର ଦେଖାଯିବ ଗାଡ଼ିର ଦୈର୍ଘ୍ୟ, ପ୍ରସ୍ତ, ଉଚ୍ଚତା । କୌଣସି ଗାଡ଼ିକୁ ମୋଡିଫାଏ କରିପାରିବେନି ଡିଜେ ମାଲିକ । ଗାଡିର ମୂଳ ଢାଞ୍ଚାରେ ପରିବର୍ତ୍ତନ ଓ ନିୟମ ଉଲ୍ଲଘଂନ କଲେ ହେବ କାର୍ଯ୍ୟାନୁଷ୍ଠାନ । ନିର୍ଦ୍ଧାରିତ ସୀମା ପାର ଶବ୍ଦ ଏବଂ ଆଲୋକ ବ୍ୟବସ୍ଥା ଉପରେ କଟକଣା । ଆଇନ ଅନୁଯାୟୀ ଜରିମାନା […]

 ଆଜିଠୁ ନିଲାମ ହେବ ପିଏମ୍ ମୋଦିଙ୍କ ଉପହାର, ଅକ୍ସନରେ ରହିଛି ୧୦ ଲକ୍ଷରୁ ଅଧିକ ମୂଲ୍ୟର ସାମଗ୍ରୀ

କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ଆଜାଦୀ କା ଅମୃତ ମହୋତ୍ସବର ଅଂଶ ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାଇଥିବା ଉପହାରର ସପ୍ତମ ଇ-ନିଲାମ ଘୋଷଣା କରିଛି। ଏଥର ନିଲାମ ୧୭ ସେପ୍ଟେମ୍ବର, ୨୦୨୫ ରୁ ୨ ଅକ୍ଟୋବର, ୨୦୨୫ ପର୍ଯ୍ୟନ୍ତ ଚାଲିବ। ରିପୋର୍ଟ ଅନୁଯାୟୀ ଏଥର ୧୩୦୦ ରୁ ଅଧିକ ଉପହାର ଅନଲାଇନ୍ ବିଡିଂ ପାଇଁ ରଖାଯିବ। ଉକ୍ତ ଉପହାର ମଧ୍ୟରେ ରାମ ଦରବାରର ତାଞ୍ଜୋର ପେଣ୍ଟିଂ, ଧାତବ ନଟରାଜ ମୂର୍ତ୍ତି, ହାତବୁଣା ନାଗା ଶାଲ୍‌, ୨୦୨୪ ପାରାଅଲିମ୍ପିକ୍‌ […]

ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ରାହୁଲ ଗାନ୍ଧି ଏବଂ କଂଗ୍ରେସ ଅଧ୍ୟକ୍ଷ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୫ ବର୍ଷ ବୟସରେ ପାଦ ଦେଇଛନ୍ତି। ଭାରତୀୟ ଜନତା ପାର୍ଟିର କର୍ମୀମାନେ ଦେଶବ୍ୟାପୀ କାର୍ଯ୍ୟକ୍ରମ ଆୟୋଜନ କରୁଛନ୍ତି ଏବଂ ତାଙ୍କ ଜନ୍ମଦିନ ପାଳନ କରୁଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କଠାରୁ ଆରମ୍ଭ କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପର୍ଯ୍ୟନ୍ତ, ଭାରତ ଏବଂ ବିଦେଶର ଅନେକ ନେତା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅଭିନନ୍ଦନ ବାର୍ତ୍ତା ପଠାଇଛନ୍ତି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ମଧ୍ୟ ସୋସିଆଲ ମିଡିଆ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ବାର୍ତ୍ତା ପଠାଇଛନ୍ତି। ଅନ୍ୟପଟେ ପ୍ରଧାନମନ୍ତ୍ରୀଙ୍କ […]

ଶେଷରେ ମୁଣ୍ଡ ନୁଆଁଇଲା ଲାଲବାହିନୀ ,ଶସ୍ତ୍ର ତ୍ୟାଗ କରିବେ ମାଓବାଦୀ

ଶେଷରେ ମୁଣ୍ଡ ନୁଆଁଇଲା ଲାଲବାହିନୀ । ସୁରକ୍ଷା କର୍ମୀଙ୍କ ମାରାଥନ ମାଓ ବିରୋଧୀ ଅପରେସନ ପରେ ନରମିଲା ମାଓ ସଂଗଠନ । ଆଉ କୌଣସି ବାଟ ନପାଇ ଶେଷରେ ନିଃସର୍ତ୍ତ ଯୁଦ୍ଧବିରତି ଘୋଷଣା କରିଥିବା ମାଓ ସଂଗଠନ ମୁଖପାତ୍ର ଅଭୟ ସୂଚନା ଦେଇଛନ୍ତି । ଯୁଦ୍ଧ ବିରତି କରି ସରକାରଙ୍କ ଦ୍ବିପାକ୍ଷିକ ଆଲୋଚନା ଲାଗି ପ୍ରସ୍ତାବ। ଯୋଗାଯୋଗ ଲାଗି ଇ-ମେଲ ଓ ଫେସବୁକ ଆଇଡି ଜାରି କଲେ ମାଓବାଦୀ। ୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶରୁ ସମ୍ପୂର୍ଣ୍ଣ ନକ୍ସଲ […]

ବର୍ଷାରେ ଭିଜବ ପାର୍ବଣ । ୨୫ରେ ପୁଣି ଏକ ଲଘୁଚାପ

ବର୍ଷାରେ ଭିଜବ ପାର୍ବଣ । ୨୫ରେ ପୁଣି ଏକ ଲଘୁଚାପ । ଓଡ଼ିଶା ଉପରେ ସକ୍ରିୟ ରହୁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ପ୍ରଭାବରେ ଓଡ଼ିଶାରେ ଲାଗି ରହିଛି ବର୍ଷା । ଆସନ୍ତା ୨୫, ୨୬ ତାରିଖ ଆଡଡକୁ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ଆକଳନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।୨୯ ତାରିଖରେ ଅବପାତଟି ପଶ୍ଚିମ ଓଡ଼ିଶା ଦେଇ ଛତିଶଗଡ଼ ଓ ପରେ ନାଗପୁର ଆଡ଼କୁ ଯିବ। ୨୯ ତାରିଖରେ […]

୭୫ ବର୍ଷରେ ପ୍ରଧାନମନ୍ତ୍ରୀ ମୋଦି

ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ୭୫ତମ ଜନ୍ମଦିନ । ଏହି ଅବସରରେ ସାରା ଦେଶର ମହିଳାଙ୍କୁ ମିଳିବ ବଡ଼ ଉପହାର । ଏହାରି ମଧ୍ୟରେ ଦେଶରେ ସ୍ବାସ୍ଥ୍ୟ ନାରୀ,ସଶକ୍ତ ପରିବାର ଅଭିଯାନ ଆରମ୍ଭ ହୋଇଛି । ଯାହାକି ୧୭ ସେପ୍ଟେମ୍ବରରୁ ୨ ଅକ୍ଟୋବର ପର୍ଯ୍ୟନ୍ତ ଚାଲୁ ରହିବ ।ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କଠାରୁ ଆରମ୍ଭ କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପର୍ଯ୍ୟନ୍ତ, ଭାରତ ଏବଂ ବିଦେଶର ଅନେକ ନେତା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅଭିନନ୍ଦନ ବାର୍ତ୍ତା ପଠାଇଛନ୍ତି। କେନ୍ଦ୍ର ଗୃହମନ୍ତ୍ରୀ […]