ଫେରିଲା ମୌସୁମୀ: ୧୭ ଯାଏ ବର୍ଷା ସମ୍ଭାବନା

କିଛିଦିନର ବିରତି ପରେ ପୁଣି ଫେରିଲା ମୌସୁମୀ। ତାତିରେ ଲାଗିଲା ବ୍ରେକ୍। ଆସନ୍ତା ଦୁଇଦିନ ଭିତରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର କିଛି ଭାଗକୁ ପ୍ରବେଶ କରିବ। ଆସନ୍ତା ୧୪ ତାରିଖ ପରେ ରାଜ୍ୟର ଅନେକ ଜିଲ୍ଲାରେ ମୌସୁମି ଜନିତ ପ୍ରବଳ ବର୍ଷା ହେବା ନେଇ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର I ପୁଣି ଏଭଳି ପରିସ୍ଥିତିରେ ୪ ଦିନ ପାଇଁ ବିଭିନ୍ନ ଜିଲ୍ଲାରେ ବଜ୍ରପାତ ହୋଇପାରେ, ତେଣୁ ସତର୍କତା ଅବଲମ୍ବନ କରିବାକୁ ସୂଚନା […]

ଆଜିଠାରୁ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଅଲାରନାଥ

ଆଜିଠାରୁ ଆରମ୍ଭ ହେଇଛି ମହାପ୍ରଭୁ ଅଲାରନାଥଙ୍କ ଅନବସର ଦର୍ଶନ। ୧୪ଦିନ ଧରି ଠାକୁର ଚତୁର୍ଭୁଜ ନାରାୟଣ ରୂପରେ ଦର୍ଶନ କରିପାରିବେ । ଏହି ସମୟରେ ଶ୍ରୀଅଲାରନାଥଙ୍କ ଦର୍ଶନ କଲେ ଶ୍ରୀଜଗନ୍ନାଥ ଦର୍ଶନର ସମ ଫଳ ପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି। । ସୁରକ୍ଷା ପାଇଁ ବ୍ୟାପକ ‌ପୁଲିସ ମୁତୟନ ହେବେ । ୭ ପ୍ଲାଟୁନ ପୁଲିସ୍ ସହ ଜଣେ ସେକ୍‌ସନ ଫୋର୍ସ ସାଦା ପୋଷାକରେ ରହିବେ । ସେହିପରି ଜଣେ ଅତିରିକ୍ତ ପୁଲିସ ଅଧୀକ୍ଷକ, ୪ […]

ଦେବସ୍ନାନ ପୂର୍ଣ୍ଣିମାରେ ଭଜନ ସମାରୋହ ଅନୁଷ୍ଠିତ

ନୟାଗଡ଼,(ଓଡ଼ିଶା ଦର୍ପଣ): ନବକଳେବର ରଥ ଚକ ସ୍ଥାପନ କମିଟି ଏବଂ ସଙ୍ଗୀତଧାରା, ନୟାଗଡ଼ର  ମିଳିତ ଆନୁକୂଲ୍ୟରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଦିନ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ ଉପଲକ୍ଷେ ମନ୍ଦିର ପ୍ରାଙ୍ଗଣରେ ସ୍ଥାନୀୟ କଳାକାର ମାନଙ୍କୁ ନେଇ ଏକ ଭବ୍ୟ ଭଜନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।  ସୁର ଗନ୍ଧର୍ବ କଣ୍ଠଶିଳ୍ପୀ ନବକିଶୋର ମିଶ୍ର,କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶ,  କଣ୍ଠଶିଳ୍ପୀ ଜୟଶ୍ରୀ ଦେବୀ,ଡ.ଆଶୁତୋଷ ମିଶ୍ର, ମାଧବ ଡାକୁଆ,କାଳିଦାସ ମହାପାତ୍ର,ବିଷ୍ନୁପ୍ରିୟା ବେହେରା, ଓମ ପ୍ରକାଶ ମହାରଣା,ଶୁଚିସ୍ମିତା ଦୋରା,ଓମ ପ୍ରସାଦ ପାତ୍ର, […]

ରଜରେ ଘୋଷଣା ହୋଇପାରେ ନୂଆ ଏନଏସି ।

ରଜରେ ଘୋଷଣା ହୋଇପାରେ ନୂଆ ଏନଏସି । ୧୨ ରୁ ଅଧିକ ନୂଆ ଏନଏସି ଘୋଷଣା କରି ପାରନ୍ତି ମୁଖ୍ୟମନ୍ତ୍ରୀ । ଏନେଇ ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ତେବେ ଦିନେ ଦୁଇ ଦିନ ଭିତରେ ଏନେଇ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ।ପ୍ରଥମ ପର୍ଯ୍ୟାୟରେ ୧୨ରୁ ଅଧିକ ଏନଏସସି ଘୋଷଣା ହେବ । ତେବେ ତାଲିକାରେ ଥିବା କିଛି ଏନଏସସି ଯଥା ପାଲଲହଡ଼ା, ଧୁଷୁରୀ, ତିହିଡ଼ି, ସାଲେପୁର, ଚିତ୍ରଡ଼ା, ବେତନଟୀ ସହ […]

ନୀଳଚକ୍ରରେ ଧ୍ୱଜା ବନ୍ଧା ବେଳେ ପୁରୀ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍।

ଆଜି ପୁଣି ନୀଳଚକ୍ର ଉପରେ ଉଡ଼ିଛି ଡ୍ରୋନ୍। ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମାରେ ବଡ଼ଦେଉଳ ଉପରେ ଉଡ଼ାଇଲେ ଡ୍ରୋନ୍।ଡ୍ରୋନ ଟି କିଏ ଏବଂ କେଉଁଠାରୁ ଡ୍ରୋନ ଉଡାଉଛି ତାହା ସ୍ପଷ୍ଟ ହୋଇନାହିଁ । କଡା ସୁରକ୍ଷା ବଳୟ କୁ ଭେଦ କରି ବେଆଇନ ଡ୍ରୋନ କିଭଳି ଉଠିଲା ତାହା ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛି ।ନୀଳଚକ୍ରରେ ଧ୍ୱଜା ବନ୍ଧା ବେଳେ ଉଡ଼ିଲା ଡ୍ରୋନ୍।

୨୮ ତାରିଖରୁ ରତ୍ନଭଣ୍ଡା କାର୍ଯ୍ୟ ପୁଣି ଆରମ୍ଭ ହେବ। ।

୨୮ରୁ ରତ୍ନଭଣ୍ଡାର ମରାମତି । ଏନେଇ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । କହିଛନ୍ତି, ଏବେ ରତ୍ନଭଣ୍ଡାର ମରାମତି ବନ୍ଦ ରହିବ । ଏହି ମରାମତି କାର୍ଯ୍ୟ ଶ୍ରୀମନ୍ଦିରର ପବିତ୍ରତା ଓ ଐତିହ୍ୟକୁ ଅକ୍ଷୁଣ୍ଣ ରଖିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ବିବେଚନା କରାଯାଉଛି।ଅନ୍ୟପଟେ କହିଛନ୍ତି, ଜଳଲାଗି ବେଳେ ଅଣସେବାୟତ ଥିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ । ଏନେଇ ଭିଡିଓ ଚିତ୍ର ଦେଖି ଚିହ୍ନଟ କରାଯିବ । ମାତ୍ର ନୀତିକାନ୍ତି, ପହଣ୍ଡି ଶୃଙ୍ଖଳିତ ଭାବେ ହୋଇଛି […]

ଆସନ୍ତାକାଲି ଠାରୁ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଅଲାରନାଥ

ସ୍ନାନଯାତ୍ରା ଶେଷ ହେବା ପରେ ଠାକୁରଙ୍କୁ ଅଣସର ଘରକୁ ନିଆଯିବ । ଆସନ୍ତାକାଲି ଠାରୁ ଶ୍ରୀଅଲାରନାଥ ଭକ୍ତଙ୍କୁ ଦର୍ଶନ ଦେବେ । ସୁରକ୍ଷା ପାଇଁ ବ୍ୟାପକ ‌ପୁଲିସ ମୁତୟନ ହେବେ । ୭ ପ୍ଲାଟୁନ ପୁଲିସ୍ ସହ ଜଣେ ସେକ୍‌ସନ ଫୋର୍ସ ସାଦା ପୋଷାକରେ ରହିବେ । ସେହିପରି ଜଣେ ଅତିରିକ୍ତ ପୁଲିସ ଅଧୀକ୍ଷକ, ୪ ଜଣ ଡିଏସ୍‌ପି, ୩ ଜଣ ଇନ୍‌ସପେକ୍ଟ, ୧୭ ଜଣ ଏସ୍‌ଆଇ/ଏଏସ୍‌ଆଇ, ୪ ଜଣ ହାବିଲଦାର, ୬ ଜଣ କନଷ୍ଟେବଳ, ୫୬ […]

ଆଜି ଆକାଶରେ ସୁନ୍ଦର ଦୃଶ୍ୟ ଦେଖିବାକୁ ମିଳିବ । ପ୍ରତି ୧୮.୬ ବର୍ଷରେ ଆସେ ଷ୍ଟ୍ରବେରୀ ଚନ୍ଦ୍ର

ଆଜି ଆକାଶରେ ସବୁଠୁ ରହସ୍ୟମୟୀ ଏବଂ ସୁନ୍ଦର ଦୃଶ୍ୟ ଦେଖିବାକୁ ମିଳିବ । ପୂର୍ଣ୍ଣିମା ରାତିରେ ଷ୍ଟ୍ରବେରୀ ଚନ୍ଦ୍ର ଦୃଶ୍ୟମାନ ହେବ । ଏଥରର ଷ୍ଟ୍ରବେରୀ ଚନ୍ଦ୍ର କେବଳ ଏହାର ନାମ କିମ୍ବା ରଙ୍ଗ ପାଇଁ ନୁହେଁ, ବରଂ ଏହାର ‘ମାଇକ୍ରୋ ମୁନ୍’ ଏବଂ ‘ମେଜର ଲୁନାର ଷ୍ଟାଣ୍ଡଷ୍ଟିଲ୍’ ପାଇଁ ମଧ୍ୟ ବହୁତ ସ୍ୱତନ୍ତ୍ର । ଯଦିଓ ଏହାର ରଙ୍ଗ ଷ୍ଟ୍ରବେରୀ ପରି ନୁହେଁ, କିନ୍ତୁ ଏହାର ନାମ ଆମେରିକୀୟ ଆଦିବାସୀ ପରମ୍ପରା ସହିତ ଜଡ଼ିତ । […]

ସ୍ନାନ ମଣ୍ଡପରେ ମହାପ୍ରଭୁଙ୍କ ଗଜାନନ ବେଶ

ଗଜାନନ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ସ୍ନାନ ମଣ୍ଡପରେ ମହାପ୍ରଭୁଙ୍କ ଗଜାନନ ବେଶ । ବଡ଼ଦାଣ୍ଡରେ ଶ୍ରଦ୍ଧାଳୁଙ୍କ ଭିଡ଼ । ମହାପ୍ରଭୁଙ୍କ ଗଜାନନ ବେଶ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ଦିବ୍ୟସ୍ନାନ ପରେ ଗଜାନନ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ ।ଏହି ଅପୂର୍ବ ବେଶକୁ ଦର୍ଶନ କରି ଭକ୍ତମାନେ ନିଜକୁ ଧନ୍ୟ ମନେ କରିବେ । ଏହି ସମୟ ପାଖେଇ ଆସୁଥିବାରୁ ଭକ୍ତମାନଙ୍କ ମନରେ ଉତ୍କଣ୍ଠା ଭରି ଉଠୁଛି । ଶ୍ରୀକ୍ଷେତ୍ରରେ ପ୍ରବଳ ଜନଗହଳି ଦେଖାଯାଇଥିବା […]

ଆଧାର କାର୍ଡ ନଥିଲେ ସ୍କୁଲରେ ହେବ ଆଡ଼ମିସନ ।

ଆଧାର କାର୍ଡ ନଥିଲେ ସ୍କୁଲରେ ହେବ ଆଡ଼ମିସନ । ପରବର୍ତ୍ତୀ ସମୟରେ ଆଧାର କାର୍ଡ କରି ସ୍କୁଲରେ ଦାଖଲ କରିପାରିବେ ଛାତ୍ରଛାତ୍ରୀ । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି । ଯେଉଁ ପିଲାଙ୍କର ଆଧାର କାର୍ଡ ନାହିଁ ତାଙ୍କର କେମିତି ଆଧାର କାର୍ଡ ହୋଇପାରିବ ସେଥିପାଇଁ ସରକାର ବ୍ୟବସ୍ଥା କରିବେ ବୋଲି ମନ୍ତ୍ରୀ କହିଛନ୍ତି । ସେପଟେ ସ୍କୁଲ ଡ୍ରପ୍‌ ଆଉଟ୍ ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ସର୍ଭେ […]

ପୁରୀରେ ବରିଷ୍ଠ ସେବାୟତଙ୍କୁ ହତ୍ୟା ।

ସ୍ନାନପୂର୍ଣ୍ଣିମାରେ ପୁରୀରେ ହତ୍ୟାକାଣ୍ଡ । ଗୁଡିଆ ସାହିରେ ଏହି ହତ୍ୟାକାଣ୍ଡ ହୋଇଛି । ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ବରିଷ୍ଠ ସେବାୟତ ଜଗନ୍ନାଥ ଦୀକ୍ଷିତ । ତାଙ୍କ ବୟସ ୮୩ ବର୍ଷ ବୋଲି କୁହାଯାଉଛି । ପୂର୍ବଶତ୍ରୁତାରୁ ହତ୍ୟାକାଣ୍ଡ କରାଯାଇଥିବା ଅନୁମାନ କରାଯାଉଛି ।ଦେବସ୍ନାନ ପୂର୍ଣ୍ଣମୀରେ ପୁରୀରେ ବରିଷ୍ଠ ସେବାୟତଙ୍କୁ ହତ୍ୟାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି ।ଟାଉନଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତଦେହକୁ ବାହାରେ ଫିଙ୍ଗିବା ବେଳେ ସିସିଟିଭିରେ […]

Paytm, Google Pay, PhonePe ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର

ମହଙ୍ଗା ହୋଇପାରେ ୟୁପିଆଇ ଟ୍ରାଞ୍ଜାକ୍ସନ ? ୩ ହଜାରରୁ ଅଧିକ ଟ୍ରାଞ୍ଜାକ୍ସନ ଉପରେ ଲାଗିବ ମର୍ଚ୍ଚାଣ୍ଟ୍ ଫିସ୍ । ୟୁପିଆଇ ଟ୍ରାଞ୍ଜାକ୍ସନ କ୍ଷେତ୍ରରେ ହଠାତ ଏଭଳି ଏକ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି । ଏହି ଟେକ୍ନିକାଲ ପରିବର୍ତ୍ତନ ଅଗଷ୍ଟ ୧ ତାରିଖରୁ କାର୍ଯ୍ୟକାରୀ ହେବ। ଫାଇନାନସିଆଲ ଏକ୍ସପ୍ରେସର ଏକ ରିପୋର୍ଟ ଅନୁସାରେ, ନୂଆ ନିୟମ ଆଣିବାର ଉଦ୍ଦେଶ୍ୟ ହେଉଛି ୟୁପିଆଇ ସିଷ୍ଟମ ଉପରେ ଚାପ କମାଇବା। ଏହାର ପ୍ରଭାବ ଏହା ହେବ ଯେ ଆପଣ […]