ଶୁକ୍ରବାର ଠାରୁ ପୁନର୍ବାର ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି କାର୍ଯ୍ୟ ଏଏସଆଇ ପକ୍ଷରୁ କରାଯିବ। ଏକ୍ସମାସ ଛୁଟି ଏବଂ ନବବର୍ଷ ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖାଯାଇ ରତ୍ନଭଣ୍ଡାରର ମରାମତି କାର୍ଯ୍ୟ ସ୍ଥଗିତ ରଖାଯାଇଥିଲା।ରତ୍ନଭଣ୍ଡାର ଭିତର କବାଟ କୁ ସୁନା ଛାଉଣୀ କରିବା ପାଇଁ ଦାବି ଉଠିଥିବା ବେଳେ ଏସମ୍ପର୍କରେ ଏଏସଆଇ ଏବଂ ଶ୍ରୀମନ୍ଦିର ପରିଚାଳନା କମିଟି ସହ ଆଲୋଚନା କରାଯାଇ ଯାହା କିଛି ନିଷ୍ପତ୍ତି ଆସିବ ସେହି ଅନୁସାରେ ପଦକ୍ଷେପ ନିଆଯିବ ବୋଲି ଜିଲ୍ଲାପାଳ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଚିନ୍ମୟ ମିଶନ, ନୟାଗଡ଼ ଶାଖା ପକ୍ଷରୁ ବିଦ୍ୟାଳୟ ସ୍ତରରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଶ୍ରୀମଦଭାଗବତଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା ଚଳିତ ମାସ ୧୧ ତାରିଖରେ ପିଟିଏସ ରୋଡ଼ରେ ଅବସ୍ଥିତ ଭାରତ ବିକାଶ ପରିଷଦ ଭବନରେ ଅନୁଷ୍ଠିତ ହେବ। ଜୁନିୟର ଏବଂ ସିନିୟର ଦୁଇଟି ବିଭାଗରେ ଅନୁଷ୍ଠିତ ହେବାକୁ ଥିବା ଏହି ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ଚିନ୍ମୟ ମିଶନ ପକ୍ଷରୁ ପ୍ରମାଣ ପତ୍ର ସହିତ ପୁରସ୍କୃତ କରାଯିବ। ଏ ନେଇ ଏକ ପ୍ରସ୍ତୁତି […]
lରାୟଗଡ:-ତା.୦୨/୦୧- ଆଜି ରାୟଗଡ଼ା ଜିଲ୍ଲାର ରାୟଗଡ଼ା ପୌରାଞ୍ଚଳରେ ଥିବା ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣୀ ମଣ୍ଡପ, ରିଙ୍ଗରୋଡ ଠାରେ ଜିଲ୍ଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ୨୦୨୪-୨୫ ପାଳନ କରାଯାଇଅଛି। ଏହି ସମାରୋହରେ ମୁଖ୍ୟ ଅତିଥଭାବେ ମାନ୍ୟବର ବିଧାୟକ, ରାୟଗଡ଼ା ଶ୍ରୀଯୁକ୍ତ କାଡ୍ରାକା ଆପଲ୍ଲା ସ୍ବାମୀ ମହୋଦୟ ଓ ସମ୍ମାନନୀୟ ଅତିଥିଭାବେ ମାନ୍ୟବର ବିଧାୟକ, ବିଷମକଟକ, ଶ୍ରୀଯୁକ୍ତ ନୀଳମାଧବ ହିକକା ମହୋଦୟ, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ), ରାୟଗଡ଼ା, ଶ୍ରୀଯୁକ୍ତ ଭାସ୍କର ରାଈତ,ଅଧିକ୍ଷଣ ଯନ୍ତ୍ରୀ, କ୍ଷୁଦ୍ର ଜଳସେଚନ ବିଭାଜନ, ରାୟଗଡ଼ା ଶ୍ରୀ […]
ଗଣତନ୍ତ୍ର ଦିବସ ପରେଡରେ ରାଜ୍ୟର ପ୍ରଜ୍ଞାପନ ମେଢ଼ ଦେଖିବା ପାଇଁ ଆଶା ରଖିଥିବା ଓଡିଶାବାସୀଙ୍କୁ ନିରାଶ ହେବାକୁ ପଡିବ। କାରଣ ରାଜ୍ୟ ସରକାର ପଠାଇଥିବା ପ୍ରଜ୍ଞାପନ ମେଢ଼ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରାଯାଇଛି। କର୍ତ୍ତବ୍ୟପଥରେ ସାମିଲ ନହୋଇ ଭାରତ ପର୍ବରେ ପ୍ରଦର୍ଶିତ ହେବ ଓଡ଼ିଶାର ପ୍ରଜ୍ଞାପନ ମେଢ଼ । ଗତବର୍ଷ କର୍ତ୍ତବ୍ୟପଥରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ଗଡ଼ିବା ସହ ପ୍ରଥମ ପୁରସ୍କାର ହାସଲ କରିଥିଲା । ଐତିହ୍ୟଗ୍ରାମ ରଘୁରାଜପୁର ହସ୍ତକଳାକୁ ନେଇ ପ୍ରଦର୍ଶିତ ହୋଇଥିଲା ଓଡ଼ିଶାର ପ୍ରଜ୍ଞାପନ ମେଢ଼ […]
ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି ପାଇଁ ତୁରନ୍ତ ଚାଷୀଙ୍କୁ କ୍ଷତିପୂରଣ ଦେବାକୁ ଦାବୀ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ଚିଠି ଲେଖିଛନ୍ତି ନବୀନ। ଗତ ଡିସେମ୍ୱର ୩୦ ଓ ୩୧ ଦୁଇ ଦିନ ଧରି ବିଭିନ୍ନ ଜିଲ୍ଲା ବୁଲି କ୍ଷୟକ୍ଷତି ଆକଳନ କରିଥିଲେ ନବୀନ। ଅଦିନିଆ ବର୍ଷାରେ ବର୍ଷକର ଅର୍ଜିତ ଫସଲ ନଷ୍ଟର ଦୁଃଖ ବଖାଣିଥିଲେ ଚାଷୀ। ତେଣୁ ତୁରନ୍ତ କ୍ଷୟକ୍ଷତି ଆକଳନ କରି ସହାୟତା ପ୍ରଦାନ କରିବାକୁ […]
ଦିନକୁ ଦିନ ରାଜଧାନୀର ରାସ୍ତାଘାଟ, ବଜାର ଓ ଗଳି କନ୍ଦିରେ ବୁଲା ଗାଈଗୋରୁ ଓ ଷଣ୍ଢଙ୍କ ସଂଖ୍ୟା ବଢିବାରେ ଲାଗିଛି । ଫଳରେ ବହୁ ଅସୁବିଧାର ସାମ୍ନା କରୁଛନ୍ତି ଲୋକେ । ଏହା ସହିତ ଆଗାମୀ ପ୍ରବାସୀ ଭାରତୀୟ ଦିବସ ଏବଂ ଉତ୍କର୍ଷ ଓଡିଶାକୁ ଆଗରେ ରଖି ଭୁବନେଶ୍ୱରରୁ ବୁଲା ଗାଈ ଗୋରୁ ଏବଂ ଷଣ୍ଢଙ୍କୁ ହଟାଯିବ ବୋଲି କହିଛନ୍ତି ମନ୍ତ୍ରୀ । ସେମାନଙ୍କ ପାଇଁ ଅଧିକରୁ ଅଧିକ ଗୋ ଶାଳା ବ୍ୟବସ୍ତା କରାଯାଉଛି । ବନ୍ଦ […]
ଭୁବନେଶ୍ୱରରେ ପହଞ୍ଚିଛନ୍ତି ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭମ୍ପତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା। ରାଜଭବନ ପକ୍ଷରୁ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି। ଆଜି ରାଜ୍ୟପାଳ ପୁରୀ ଯିବା କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି ଶ୍ରୀଜିଉଙ୍କୁ ଦର୍ଶନ କରିବା ପରେ ଭୁବନେଶ୍ୱର ଫେରିବେ। ଆସନ୍ତାକାଲି ରାଜଭବନରେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି ଶପଥ ନେବା କାର୍ଯ୍ୟକ୍ରମ ରହିଛି। ଗତ ଡିସେମ୍ବର ୨୪ ତାରିଖରେ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଥିଲେ […]
ରାଜ୍ୟକୁ ଆସିବେ ଆହୁରି ୩ ମହାବଳ ବାଘ । ଯମୁନା ଏବଂ ଜିନ୍ନତଙ୍କ ପରେ ଏବେ ଆଉ ୩ଟି ବାଘ ଓଡିଶା ଜଙ୍ଗଲକୁ ଆସିବା ନେଇ ସୂଚନା ଦେଇଛନ୍ତି ଜଙ୍ଗଲ ଏବଂ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ।ଏହି ୩ ବାଘ ଓଡ଼ିଶା ଆସିବା ପରେ ତାଙ୍କୁ ଡେବ୍ରିଗଡ଼ ଅଭୟାରଣ୍ୟରେ ଛଡ଼ାଯିବ। ମନ୍ତ୍ରୀ କହିଛନ୍ତି, ଜିନ୍ନତ ଏବେ ଶିମିଳିପାଳ ଏନ୍କ୍ଲୋଜରରେ ଅଛି । ଜିନତ ବର୍ତ୍ତମାନ ସୁସ୍ଥ ଅଛି । ଜଳକ୍ରୀଡ଼ା କରୁଛି । […]
ଏଣିକି ଆଉ ମାଳ ମାଳ ପ୍ରେସକ୍ରିପସନ ଧରିକି ବୁଲିବେ ନାହିଁ ରୋଗୀ । ଗୋଟିଏ ଆକାଉଣ୍ଟରେ ରହିବ ରୋଗୀଙ୍କ ସମସ୍ତ ପୂର୍ବଡାଟା । ଖୁବଶୀଘ୍ର ସରକାର ଲାଗୁ କରିବାକୁ ଯାଉଛନ୍ତି ନେସନାଲ ଡିଜିଟାଲ ହେଲଥ ମିଶନ । ଏହି କାର୍ଡର ନାଁ ହେଉଛି ଆୟୁଷ୍ମାନ ଭାରତ ହେଲଥ ଆକାଉଣ୍ଟ ବା ‘ଆଭା’ । ନ୍ୟାସନାଲ ହେଲଥ ଅଥରିଟି ଅଣ୍ଡରରେ ରହିବ ଏହି କାର୍ଡ । ‘ଆଭା’ କାର୍ଡ ଆକାଉଣ୍ଟ ସମସ୍ତେ ରେଜିଷ୍ଟେସନ କରିପାରିବେ । QR କୋଡ୍ […]
ଡବଲ ଡେକର ଇଲେକ୍ଟ୍ରିକ୍ ବସ୍ ମହାରାଷ୍ଟ୍ରରୁ ଆସି ଗୁରୁବାର ବ୍ରହ୍ମପୁରରେ ପହଞ୍ଚିଛି। ଏହି ଡବଲ ଡେକରର ଡିଜାଇନରେ ଓଡିଶାର କଳା ଏବଂ ସଂସ୍କୃତି ରହିଛି। ଏହାଦ୍ୱାରା ଟ୍ବିନ୍ ସିଟି ଏବଂ ପୁରୀରେ ଅଧିକ ଆରାମଦାୟକ ଯାତ୍ରା କରିବାକୁ ସକ୍ଷମ ହେବେ କାରଣ ଡବଲ-ଡେକର୍ ଇଲେକ୍ଟ୍ରିକ ଏସି ବସ୍ ଯାତ୍ରୀମାନଙ୍କୁ ନିଜ ଗନ୍ତବ୍ୟ ସ୍ଥାନକୁ ନେଇଯିବ।ପ୍ରଥମ ପର୍ଯ୍ୟାୟରେ ମହାରାଷ୍ଟ୍ରରୁ ୨ଟି ବସ୍ ଆସିଛି । ପର୍ଯ୍ୟାୟ କ୍ରମେ ବାକି ୩ଟି ବସ୍ ଆସିବ । ଏହି ବସ୍ ସର୍ବ […]
ସ୍ବାଧୀନତା ସଂଗ୍ରାମୀ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ଘୋଷଣା କରିଛନ୍ତି। ଗୁରୁବାର ରାଜ୍ୟ ସରକାର ସ୍ବାଧୀନତା ସଂଗ୍ରାମୀଙ୍କ ଭତ୍ତା ବୃଦ୍ଧି କରିଛନ୍ତି। ସବୁ ସ୍ଵାଧୀନତା ସଂଗ୍ରାମୀ ମାନଙ୍କର ପେନସନକୁ ୧୦ହଜାରରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । କାରାବରଣ କରିନଥିବା ସ୍ଵାଧୀନତା ସଂଗ୍ରାମୀ ମାନଙ୍କ ପେନସନକୁ ୯ ହଜାର ରୁ ୧୫ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ସରକାର । ସେହିପରି ଜାତୀୟ ପେନସନ ପାଉଥିବା ସ୍ଵାଧୀନତା ସଂଗ୍ରାମୀଙ୍କ ପେନସନକୁ ମାସକୁ ୮ […]
ନୂଆବର୍ଷ ଆରମ୍ଭରୁ ଆଇଏଏସ୍ ସ୍ତରରେ ଅଦଳବଦଳ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ବଦଳିଛନ୍ତି। ୫ ମାସ ତଳେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଥିବା ଅରିନ୍ଦମ ଡାକୁଆଙ୍କ ଗୁରୁବାର ବଦଳି ହୋଇଛି। ଅରବିନ୍ଦ ଡାକୁଆଙ୍କୁ ପୌର ପ୍ରଶାସନରେ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଦିଆଯାଇଛି । ପ୍ରେମଚାନ୍ଦ ଚୌଧୁରୀଙ୍କୁ ବୟନ ଶିଳ୍ପର ନିର୍ଦ୍ଦେଶକ ଦାୟିତ୍ୱ ଦିଆଯାଇଥିବା ବେଳେ ଟି ଓ୍ୱାପଙ୍ଗ ରାଓଙ୍କ ଯୋଜନା ବିଭାଗର ସ୍ୱତନ୍ତ୍ର ସଚିବ ଦାୟିତ୍ୱ । ଏହାସହିତ ଭୂପେନ୍ଦର […]
