ଟୁରିଜିମ୍ ହବ୍ ହେବ ଓଡ଼ିଶା । ପର୍ଯ୍ୟଟନ କ୍ଷେତ୍ରରେ ଦେଶରେ ୩ ନମ୍ବର ରାଜ୍ୟ ହେବ ଓଡ଼ିଶା । ଏବେ ଓଡ଼ିଶା ୧୭ ନମ୍ବର ସ୍ଥାନରେ ଅଛି ।୨୦୨୫ ସରୁ ସରୁ ୧୭ରୁ ୭ ନମ୍ବର ହେବ, ୨୦୨୯ ବେଳକୁ ୩ରୁ ୧ ନମ୍ବର ହେବ ଓଡ଼ିଶା । ଏହା ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି । କୋରାପୁଟ, କଳାହାଣ୍ଡି ଭଳି ଅଞ୍ଚଳର ଭରି ରହିଥିବା ପ୍ରାଚ୍ୟୁର୍ଯ୍ୟକୁ ବିଶ୍ଵ ଦରବାରରେ ଦେଖାଇବା ପାଇଁ ଆମେ ସଫଳ […]
ଗୁରୁବାର ଓଡ଼ିଶା ଆସିବେ ନୂଆ ରାଜ୍ୟପାଳ ହରି ବାବୁ କମ୍ଭମ୍ପତି। ଓଡ଼ିଶାରେ ପହଞ୍ଚିବା ପରେ ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ। ୩ ତାରିଖରେ ରାଜଭବନରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ରହିଛି।ମିଜୋରାମର ପୂର୍ବତନ ରାଜ୍ୟପାଳ ଡଃ କମ୍ଭାମପତିଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି। ଡ. କମ୍ଭାମପତି ୨୦୨୧ ଜୁଲାଇ ୧୯ତାରିଖରେ ମିଜୋରାମର ରାଜ୍ୟପାଳ ଭାବେ ଶପଥ ନେଇଥିଲେ। ଛାତ୍ର ରାଜନୀତିରୁ ନିଜର କ୍ୟାରିୟର ଆରମ୍ଭ କରିଥିବା ଡଃ କମ୍ଭାମପତି ୧୯୭୪-୭୫ ମସିହାରେ ଜୟପ୍ରକାଶ ନାରାୟଣ ଆନ୍ଦୋଳନବେଳେ […]
ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଇ-କଓ୍ବୋଇସିକୁ ନେଇ ନୂଆବର୍ଷରେ ବଡ଼ ସୂଚନା ଦେଇଛନ୍ତି। ଜାନୁଆରୀ ୧୫ତାରିଖ ସୁଦ୍ଧା ସରିବ ଇ-କେୱାଇସି । ବୟସାଧିକ କାରଣରୁ ଯେଉଁମାନେ ଇ-କେୱାଇସି କରିନାହାନ୍ତି ସେମାନଙ୍କ ପାଖକୁ ବିଭାଗୀୟ ଅଧିକାରୀ ଯାଇ ଇ-କେୱାଇସି କରାଉଛନ୍ତି । ଅନ୍ୟପଟେ ଯେଉଁମାନେ ବାହାର ରାଜ୍ୟରେ ରହୁଛନ୍ତି ସେମାନଙ୍କ ଇ-କେୱାଇସି ପାଇଁ ବାହାର ରାଜ୍ୟକୁ ସରକାରୀ ଅଧିକାରୀ ଯିବେ ବୋଲି ମଧ୍ୟ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା । […]
ଶରଣକୁଳ,(ଓଡ଼ିଶା ଦର୍ପଣ): ଓଡଗାଁ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ୨୦୨୪ ଶିକ୍ଷା ବର୍ଷର ବ୍ଲକ ସ୍ତରୀୟ ତୃତୀୟ ଓ ପଞ୍ଚମ ଶ୍ରେଣୀ ସରକାରୀ ମେଧାବୃତ୍ତି ଫଳ ପ୍ରକାଶ ପାଇଥିବା ବେଳ ତୃତୀୟ ଶ୍ରେଣୀରେ କେ. ଏସ. ବି ପବ୍ଲିକ ସ୍କୁଲ ଶରଣକୁଳର ସନ୍ତୋଷିନୀ ପ୍ରଧାନ ଓ ପଞ୍ଚମ ଶ୍ରେଣୀରେ ଗୋତିସାହି ସରକାରୀ ପ୍ରାଥମିକ ବିଦ୍ୟାଳୟର ରୁଦ୍ର ନାରାୟଣ ବିଶ୍ୱାଳ ଓଡଗାଁ ବ୍ଲକରେ ପ୍ରଥମ ସ୍ଥାନ ଅଧିକାର କରି ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି l ପ୍ରକାଶିତ […]
ନୂତନ ବର୍ଷ ୨୦୨୫ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ କରି କହିଛନ୍ତି, ଏହି ବର୍ଷ ସମସ୍ତଙ୍କ ପାଇଁ ନୂତନ ସୁଯୋଗ, ସଫଳତା ଏବଂ ଅସୀମ ସୁଖ ଆଣିଦେଉ। ସମସ୍ତଙ୍କୁ ଉତ୍ତମ ସ୍ବାସ୍ଥ୍ୟ ଏବଂ ସମୃଦ୍ଧିର ଆଶୀର୍ବାଦ ମିଳୁ। ସେହିପରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଏକ ପୋଷ୍ଟରେ କହିଛନ୍ତି । ସମସ୍ତଙ୍କୁ ନୂତନ ବର୍ଷର ଶୁଭେଚ୍ଛା । ୨୦୨୫ ବର୍ଷ ସମସ୍ତଙ୍କ ପାଇଁ ସୁଖ, […]
ନୂଆବର୍ଷରେ ଆମିଷ ବଜାରର ଚାହିଦା। ଆମିଷ କିଣିବାକୁ ଲୋକଙ୍କର ପ୍ରବଳ ଗହଳି ଦେଖିବାକୁ ମିଳିଛି । ମାଂସ ଭଳି ମାଛର ବି ଚାହିଦା କିଛି କମ ନାହିଁ । ବିଭିନ୍ନ ପ୍ରକାର ମାଛ ଭିତରୁ ଗ୍ରାହକ ନିଜ ମନପସନ୍ଦର ମାଛ କିଣିବାକୁ ଆଗ୍ରହ ଦେଖାଉଛନ୍ତି । ଗ୍ରାହକଙ୍କ ଆଗ୍ରହକୁ ଦେଖି ମାଛ, ଚିକେନ୍ ଏବଂ ମଟନ ଦୋକାନୀ ମଧ୍ୟ ଦୋକାନରେ ମାଲ୍ ଗଦା କରି ରଖିଛନ୍ତି । ଆଖି ପିଛୁଳାକେ ଦୋକାନରୁ ଖାଲିହେବାରେ ଲାଗିଛି, ଜିନିଷ । […]
ନୂଆ ବର୍ଷ ଆରମ୍ଭରୁ ସରକାର ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ତୈଳ ମାର୍କେଟିଂ କମ୍ପାନୀଗୁଡିକ ୧୯ କିଲୋଗ୍ରାମ କମର୍ସିଆଲ ଗ୍ୟାସ ହାର ହ୍ରାସ କରିଛନ୍ତି। ଏଲପିଜି ସିଲିଣ୍ଡର ୧୪.୫୦ଟଙ୍କା ଶସ୍ତା ହୋଇଛି। ତେବେ ୧୪ କିଲୋଗ୍ରାମର ଘରୋଇ ସିଲିଣ୍ଡର ଦର ସ୍ଥିର ରହିଛି| ସୂଚନାଯୋଗ୍ୟ ଯେ, ତୈଳ ମାର୍କେଟିଂ କମ୍ପାନୀଗୁଡିକ କେବଳ ମାସର ପ୍ରଥମ ଦିନରେ ଏଲପିଜି ଗ୍ୟାସର ମୂଲ୍ୟ ସ୍ଥିର କରନ୍ତି। ସେହିଭଳି ୧ ଜାନୁଆରୀରୁ ପେନସନଧାରୀଙ୍କ ପାଇଁ ଇପିଏଫ୍ ନୂଆ ନିୟମ ଲାଗୁ […]
ନବବର୍ଷର ଶୁଭେଚ୍ଛା ଜଣାଇଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ନୂତନ ବର୍ଷ ୨୦୨୫ର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଏଥିସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ସଭିଙ୍କର ସୁଖ ଓ ସମୃଦ୍ଧି କାମନା କରିଛନ୍ତି ନବୀନ । ସେହିଭଳି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଇଂରାଜି ନବ ବର୍ଷ ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି। ଏନେଇ ସେ ସୋସିଆଲ୍ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ‘ ଇଂରାଜି ନୂତନ ବର୍ଷ ଅବସରରେ ଓଡ଼ିଶାର ପ୍ରିୟ ଭଉଣୀ […]
ଆହୁରି ଥରାଇବ ଜାଡ଼ । କମିବ ପାରଦ, ବଢିବ ଶୀତ । ରାତି ତାପମାତ୍ରା ୩ରୁ ୫ ଡିଗ୍ରୀ ସେଲସିୟସ କମିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଘନ କୁହୁଡି ପାଇଁ ଗାଡ଼ି ଚଳାଚଳରେ ବାଧା ଉପୁଜିବା ସହ ଟେନସା ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କନ୍ଧମାଳ, କୋରାପୁଟ ଏବଂ ଅନୁଗୁଳ ଜିଲ୍ଲାରେ ସାମାନ୍ଯ କୁହୁଡ଼ି ଦେଖିବାକୁ ମିଳିବ। ସେହିପରି ଆସନ୍ତା ୨୪ ଘଣ୍ଟାରେ କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, […]
ପୁଣି ଶିମିଳପାଳକୁ ଫେରିଲା ଜିନ୍ନତ । କୋଲକାତା ଆଲିପୁର ଚିଡ଼ିଆଖାନାର ପଶୁ ଚିକିତ୍ସାଳୟରୁ ଏକ ଭ୍ୟାନ ଯୋଗେ ଜିନ୍ନତକୁ ଶିମିଳିପାଳ ଅଣାଯାଇଛି । ଗ୍ରୀନ କରିଡ଼ର ମଧ୍ୟରେ ଜିନ୍ନତ ଓଡ଼ିଶା ଆସିଛି । ବାଘୁଣୀ ଜିନତ ରାତି ଗୋଟାଏ ୨୫ରେ ଆନ୍ତଃରାଜ୍ୟ ସୀମା ଜାମଶୋଳା ଦେଇ ଓଡିଶାକୁ ଆସିବା ପରେ ତାକୁ ଶିମିଳିପାଳ ନିଆଯାଇଛି । ୨୫ ଦିନ ଧରି ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗର ଏକାଧିକ ଜଙ୍ଗଲରେ ଆତଙ୍କ ଖେଳାଇବା ପରେ ୨ ଦିନ ତଳେ ବାଂକୁଡ଼ା […]
ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ଭୁବନେଶ୍ୱରରେ ଆସନ୍ତା ଜାନୁଆରୀ ମାସ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଅନୁଷ୍ଠିତ ହେବାକୁ ଯାଉଛି । ସ୍ଥାନୀୟ ଜନତା ମଇଦାନଠାରେ ମହାସମାରୋହରେ ଏହା ପାଳନ ହେବାକୁ ଯାଉଛି । ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ।ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଏହି ସମାରୋହର ପ୍ରସ୍ତୁତିର ସମୀକ୍ଷା କରିଥିଲେ । ଓଡ଼ିଶାର ସମୃଦ୍ଧ କଳା,ସଂସ୍କୃତି ଓ […]
ଓଲଟିଛି କ୍ୟାଲେଣ୍ଡର ପୃଷ୍ଠା । ବିଦାୟ ନେଇଛି ୨୦୨୪ । ଆସିଛି ନୂଆବର୍ଷ । ଧରାପୃଷ୍ଠରେ ଏବେ ୨୦୨୫ର ରାଜୁତି । ବିଦାୟୀ ବର୍ଷର ଘାତ ପ୍ରତିଘାତ, ଦୁଃଖ ଓ କଷ୍ଟକୁ ଭୁଲି ନୂଆବର୍ଷକୁ ଧୁମଧାମରେ କରାଯାଇଛି ସ୍ୱାଗତ । ରାଜ୍ୟ, ଦେଶ ଓ ବିଶ୍ବ ସାରା ସବୁଠି ଉତ୍ସବ ଏବଂ ଉଲ୍ଲାସର ମାହୋଲ । ପୂଜା ପ୍ରାର୍ଥନା ମନ୍ଦିରରେ ଦର୍ଶନ, ଆଉ କେଉଁଠି ବାଜା ବାଣର ଉତ୍ସବରେ ନୂଆ ବର୍ଷକୁ ସ୍ୱାଗତ । ଜିରୋ ନାଇଟରେ […]
