ଭରତପୁର ଥାନା ଅନ୍ତର୍ଗତ ଘାଟିକିଆ ମୌଜାରେ ଥିବା ଶ୍ରୀ ବୈକୁଣ୍ଠଧାମ ଆଶ୍ରମ ବିରୋଧରେ ପୁଣି ଏକ ସଙ୍ଗିନ ଅଭିଯୋଗ ଆସିଛି। ଆଶ୍ରମ କର୍ତ୍ତୃପକ୍ଷ ତାଙ୍କ ସ୍ତ୍ରୀଙ୍କୁ କବ୍ଜା କରି ରଖିବା ସହ ୨ ଲକ୍ଷ ଟଙ୍କା ଦାବି କରିଥିବା ଜଣେ ବ୍ୟକ୍ତି ଶହୀଦନଗର ଥାନାରେ ଏତଲା ଦେଇଛନ୍ତି। ଏପରିକି ଆଶ୍ରମରେ ବହୁ ଅନୈତିକ କାର୍ଯ୍ୟ ହେଉଥିବା ବେଳେ ତାଙ୍କ ପାଖରେ ଏନେଇ ସବୁ ପ୍ରମାଣ ଥିବା ସେ ଦାବି କରିଛନ୍ତି। ଆଶ୍ରମ ସହ ଜଡିତ କୃଷ୍ଣ ନନ୍ଦ […]
ଦରମା ରିଲିଜ୍ କରାଇବାକୁ ଲାଞ୍ଚ ନେଇ ବନ୍ଧା ହେଲେ କଲେଜ ପ୍ରିନ୍ସିପାଲ୍। ନୟାଗଡ ଜିଲ୍ଲା ବାହାଡ଼ାଝୋଲା ଦଧିବାମନଜୀଉ କଲେଜ ପ୍ରିନ୍ସିପାଲ୍ ନଳିନୀ ରଞ୍ଜନ ଭୂୟାଁ କଲେଜର ଜଣେ କର୍ମଚାରୀଙ୍କ ଠାରୁ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିଲା ବେଳେ ଭିଜିଲାନ୍ସ ତାଙ୍କୁ ମାଡି ବସିଛି। ୫ ଲକ୍ଷ ଟଙ୍କାର ବକେୟା ଦରମା କରିଦେବା ପାଇଁ ଜଣେ କର୍ମଚାରୀଙ୍କୁ ଲାଞ୍ଚ ମାଗିଥିଲେ । ସେହି କଲେଜର ଲାଇବ୍ରେରିଆନ୍ ହୃଷୀକେଷ ବେହେରାଙ୍କ ଠାରୁ ନେଉଥିଲେ ଲାଞ୍ଚ। ପରେ ଆୟ ବର୍ହିଭୁତ […]
କଟକରେ ବାଂଲାଦେଶୀ ନାବାଳିକା ଉଦ୍ଧାର ଘଟଣା । ଆଉ ଜଣେ ଦଲାଲଙ୍କୁ ଗିରଫ କରିଛି ପୁଲିସ । ଗିରଫ ଦଲାଲ ହେଲେ ଅବଦୁଲ ସୟଦ ସୁଲେମାନ । ତାଙ୍କ ଠାରୁ କିଙ୍ଗ କିନ୍ ଗୋପୀର କିଛି ତଥ୍ୟ ମିଳିଥିବା ଜଣାପଡ଼ିଛି ।ବାଂଲାଦେଶୀ ନାବାଳିକା ଉଦ୍ଧାର ଘଟଣାରେ ଦୁଇଦିନ ତଳେ ଅଭିଯୁକ୍ତ ଦମ୍ପତିଙ୍କୁ କଟକ ଗୋପାଳପୁରରୁ ଗିରଫ କରିଥିଲା ପୁଲିସ୍। ସେମାନେ ହେଲେ ଓମ୍ ପ୍ରକାଶ ଚୋଧୁରୀ ଓ ଜସ୍ମୀନ ଚୈଧୁରୀ। ସୋମବାର ପୁଲିସ୍ ଭୁବନେଶ୍ଵରର ବିଭିନ୍ନ ଅଞ୍ଚଳରେ […]
ଅନ୍ତେବାସୀ ପିଲାଙ୍କ ସ୍ୱତନ୍ତ୍ର ଯତ୍ନ ନେବେ ମନ୍ତ୍ରୀ ମଣ୍ଡଳ ଓ ବିଧାୟକ ମନ୍ତ୍ରୀ। ଏଭଳି ପ୍ରତିକ୍ରିୟା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ,ଓଡ଼ିଶାରେ ୧୪୭ ବିଧାୟକ ଅଛନ୍ତି । ଜଣେ ଜଣେ ବିଧାୟକ ଯଦି ୫ ଜଣ ପିଲାଙ୍କୁ ପୋଷ୍ୟ ସନ୍ତାନ ଭାବରେ ଗ୍ରହଣ କରିବେ ତେବେ ୫୦୦ରୁ ଉର୍ଦ୍ଧ ପିଲାଙ୍କ ଭାଗ୍ୟ ପରିବର୍ତନ ହୋଇଯିବ । ବର୍ତ୍ତମାନ, ମିଶନ ବତ୍ସାଳୟ ଏବଂ ପିଏମ କେୟାର ଯୋଜନା ଅଧୀନରେ ସମଗ୍ର ରାଜ୍ୟରେ ୨୨୫ଟି ପଞ୍ଜିକୃତ ଶିଶୁ ଯତ୍ନ […]
ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ସୁଜାତା ଆର୍ କାର୍ତ୍ତିକେୟନ୍ଙ୍କୁ ରାଜ୍ୟ ସରକାର ଆସନ୍ତାକାଲି (୨୦୨୪ ନଭେମ୍ବର ୨୭) ଚାକିରିରେ ଯୋଗ ଦେବାକୁ ପରାମର୍ଶ ଦେଇଛନ୍ତି। ଏଥି ସହିତ ରାଜ୍ୟ ସରକାର ଶ୍ରୀମତୀ କାର୍ତ୍ତିକେୟନଙ୍କ ଆଉ ୬ ମାସ ଛୁଟି ଆବେଦନକୁ ଅଗ୍ରାହ୍ୟ କରି ଦେଇଛନ୍ତି। ୨୭ ତାରିଖ ଅର୍ଥାତ ବୁଧବାରଠାରୁ ତାଙ୍କୁ କାର୍ଯ୍ୟରେ ଯୋଗ ଦେବକୁ ଥିବା ବେଳେ ସୁଜାତା ଲୋକସେବା ଭବନରେ କେଉଁଠି ବସିବେ ? ଗୁରୁତ୍ୱପୂଣ୍ଣ ନା ଗୌଣ ବିଭାଗ ମିଳବ ? ଏଭଳି […]
ରାଯୂଗଡ,ଜିଲା-ଚଳିତ ମାସ 26 11 2024 ତାରିଖ ଦିନ ସଂଯୁକ୍ତ କିଷାନ ମୋର୍ଚା (SKM) ଓ କେନ୍ଦ୍ରୀୟ ଟ୍ରେଡ ଜୁନିୟନ ତରଫରୁ ଦେଶ ବ୍ୟାପୀ ଜିଲ୍ଲାପାଳ କାର୍ଯ୍ଯାଳୟ ସମ୍ମୁଖରେ ବିକ୍ଷୋଭ ଓ ଧାରଣା କରିବା ଅବସରରେ INTUC, AIKM, AIKMS, AICCTU, CITU, IFTU ତରଫରୁ ରାୟଗଡ଼ା ଡାକ ବଗଂଲା ଠାରୁ ଏକ ଶୋଭାଯାତ୍ରା ବାହାରି ଜିଲ୍ଲାପାଳ କାର୍ଯ୍ଯାଳୟ ସମ୍ମୁଖରେ ବିକ୍ଷୋଭ ଓ ଧାରଣା କରିବା ସହ 21 ଦଫା ଦାବି ପତ୍ର ମହାମହିମ ରାଷ୍ଟ୍ରପତି ଙ୍କ […]
ପୁଣି ବଙ୍ଗୋପସାଗରରେ ଦାନା ବାନ୍ଧିଲା ଆଉ ଏକ ବାତ୍ୟା । ମୌସୁମୀ ଅପସାରଣ ପରେ ସୃଷ୍ଟି ହେବାକୁ ଯାଉଛି ଦ୍ବିତୀୟ ବାତ୍ୟା । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ବଡ ସୂଚନା ଦିଆଯାଇଛି । ଗଭୀର ଅବପାତରେ ପରିଣତ ହୋଇଥିବା ଲଘୁଚାପ ବାତ୍ୟାରେ ପରିଣତ ହେବା ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ଆସନ୍ତାକାଲି ଅର୍ଥାତ ନଭେମ୍ବର ୨୭ ତାରିଖରେ ସୃଷ୍ଟି ହେବ ବାତ୍ୟା । ଆଜି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଗଭୀର […]
ବିଧାନସଭାରେ ଉପସ୍ଥାପନ ହେଲା ଅତିରିକ୍ତ ବଜେଟ। ମଙ୍ଗଳବାର ୧୨ ହଜାର ୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ ଆଗତ ହୋଇଛି। ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି । ଭୁବନେଶ୍ବରରେ ପ୍ରବାସୀ ଭାରତୀୟ ଦିବସ ପାଇଁ ୧୨୫ କୋଟି, CAPF ମୁତୟନ ପାଇଁ ୨୯୯ କୋଟି ଟଙ୍କା ବ୍ୟୟ ବରାଦ, ପୋଲିସ ଷ୍ଟେସନ ଓ ଫାଣ୍ଡିରେ ସିସିଟିଭି ପାଇଁ ୫୧ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି । ସେହିପରି ଶ୍ରୀମନ୍ଦିର ପରିକ୍ରମାର […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଚଳିତ ମାସ ୩୦ ତାରିଖରୁ ଜିଲ୍ଲାସ୍ତରୀୟ ଓପନ ଚେସ ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବ। ଓଡ଼ିଶା ଚେସ ଆସୋସିଏସନର ଅନୁମୋଦନ କ୍ରମେ ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନ ଏବଂ କେସି କ୍ଳବ, ନୟାଗଡ଼ ମିଳିତ ଆନୁକୂଲ୍ୟରେ ନଭେମ୍ବର ୩୦ ଏବଂ ଡିସେମ୍ବର ୧, ଦୁଇଦିନ ଧରି ଏହି ଟୁର୍ଣ୍ଣାମେଣ୍ଟ କେସି କ୍ଳବ ପରିସରରେ ଅନୁଷ୍ଠିତ ହେବ। ଜିଲ୍ଲା ଚେସ ଆସୋସିଏସନ ସଭାପତି ଶ୍ରୀଧର ସାହୁଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅପରାହ୍ନରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଉଭୟ ଜୁନିଅର […]
ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ଆସିଲା ବଡ ଖବର । ବାପାଙ୍କ ଠାରୁ ପୁଅ ଅଲଗା ରହିଲେ ଆଉ କେତେ ରୋଜଗାର ଥିଲେ ପିଏମ ଆବାସ ମିଳିପାରିବ ଏନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର।ଯେଉଁମାନଙ୍କର ମାସିକ ଆୟ ୧୦ ହଜାର ୫ଶହ ଟଙ୍କାରୁ ଅଧିକ ନଥିବ ସେମାନେ ଯୋଗ୍ୟ ବିବେଚିତ ହେବେ ।ହିତାଧିକାରୀଙ୍କ ଆଧାର କାର୍ଡ ସହ ମୋବାଇଲ ନମ୍ବର ସଂଯୋଗ ଜରୁରୀ । ଆବେଦନକାରୀ ନିଜେ ବିଭାଗର ଆପ୍ରେ ଆବେଦନ କରିବେ । ଗରିବ […]
ରାଜ୍ୟରେ ସରିଛି ଶୀତକାଳୀନ ହାତୀ ଗଣନା । ବୁଧବାର ଆସିବ ବିସ୍ତୃତ ରିପୋର୍ଟ । ଏଥିରୁ ଜଣାପଡିବ ରାଜ୍ୟରେ ଅଛନ୍ତି କେତେ ହାତୀ ? ଏବେ ବିଭିନ୍ନ ବନଖଣ୍ଡରୁ ଆସିଥିବା ରିପୋର୍ଟକୁ ତର୍ଜମା କରାଯାଉଛି । ଯେମିତି କୌଣସି ହାତୀ ୨ଥର ଗଣତି ନହୁଏ ସେଥିପାଇଁ ଫିଲ୍ଡ ଡାଟାର ତାଳମେଳ କରାଯାଉଛି । ଜିପିଏସକୁ ତନ୍ନତନ୍ନ ଯାଞ୍ଚ କରାଯାଉଛି । ଖରା ଦିନେ ହୋଇଥିବା ଗଣନା ବେଳେ ଯେଉଁ ହାତୀ ଗୁଡିକ ଅଭୟାରଣ୍ୟ ଭିତରେ ଥିଲେ ଏବେ […]
ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଅପ୍ଡେଟ୍। ୨୦୨୫ ମାର୍ଚ୍ଚ ୭ ତାରିଖ ହେଉଛି ସୁଭଦ୍ରା ଆବେଦନର ଡେଡ୍ ଲାଇନ୍। ମାର୍ଚ୍ଚ ୭ ତାରିଖ ଯାଏଁ ହିତାଧିକାରୀମାନେ ପ୍ରଥମ କିସ୍ତି ପାଇଁ ଆବେଦନ କରିପାରିବେ। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମାର୍ଚ୍ଚ ୮ ମହିଳା ଦିବସରେ ୨ୟ କିସ୍ତି ‘ସୁଭଦ୍ରା’ ଟଙ୍କା ମିଳିବ । ତେଣୁ ମାର୍ଚ୍ଚ ୭ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ । ଏଯାଏଁ ୮୦ ଲକ୍ଷ […]
