୪ ବର୍ଷର କୁନି ଝିଅକୁ ଦୁଷ୍କର୍ମ ପରେ ହତ୍ୟା

ଗଞ୍ଜାମରେ କୁନି ଝିଅକୁ ଦୁଷ୍କର୍ମ ପରେ ହତ୍ୟା ପରି ଆସିଛି ସଂଗୀନ ଅଭିଯୋଗ । ଦୁନିଆକୁ ଭଲରେ ଚିହ୍ନିବା ପୂର୍ବରୁ ଦୁଷ୍କର୍ମର ଶିକାର ହୋଇଛି ୪ ବର୍ଷର ଶିଶୁ କନ୍ୟା । ଶିଶୁ କନ୍ୟା ଜଣକ ନିଜ ଅଜା ଘରକୁ ବୁଲିବାକୁ ଆସିଥିଲା। ଏହି ସମୟରେ କେହି ଦୁର୍ବୃତ୍ତ ଏଭଳି ଜଘନ୍ୟ କାଣ୍ଡ ଭିଆଇଥିବା ଅନୁମାନ କରାଯାଉଛି। ତେବେ ଏହି ଘଟଣା ସାମ୍ନାକୁ ଆସିବା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି। ଖବର ପାଇ ଘଟଣାସ୍ଥଳରେ […]

ରାମଲୀଳା ଚାଲିଥିବା ବେ‌ଳେ ଭାଙ୍ଗିପଡ଼ିଲା ନଡ଼ିଆ ଗଛ: ଜଣେ ମହିଳା ମୃତ

ଜଗତସିଂହପୁର ଜିଲ୍ଲାର କୁଜଙ୍ଗ ଥାନା ବଳରାମପୁର ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି l ରାମଲୀଳା ପରିବେଷଣ ହେଉଥିବାବେଳେ ସେହି ନିକଟରେ ଥିବା ଏକ ନଡ଼ିଆ ଗଛ ହଠାତ୍ ଭାଙ୍ଗି ଲୋକମାନଙ୍କ ଉପରେ ପଡ଼ିଯାଇଥିଲା l ଫଳରେ ଘଟଣା ସ୍ଥଳରେ ନିକଟସ୍ଥ ସମାଗୋଳ ଗ୍ରାମର ଟୁଟୁ ଦାସଙ୍କ ପତ୍ନୀ କୁନି ଦାସ(୩୪)ଙ୍କର ମୃତ୍ୟୁ ହୋଇଥିଲା l ଅନ୍ୟ ୪ ଜଣ ଗୁରୁତର ହୋଇଥିଲେ। ଏହା ଦେଖି ସ୍ଥାନୀୟଲୋକେ ଆମ୍ବୁଲାନ୍ସକୁ ଖବର ଦେଇଥିଲେ। ହେଲେ […]

ଭୁବନେଶ୍ବରରେ ରହୁଛନ୍ତି ପାକିସ୍ତାନୀ ମହିଳା । ମହିଳାଙ୍କୁ ଦେଶ ଛାଡ଼ି ଯିବାକୁ ଦିଆଯାଇଛି ନୋଟିସ୍ ।

ପହଲଗାଓଁ ଆକ୍ରମଣକୁ ନେଇ ଭାରତ ପାକିସ୍ତାନ ଉପରେ ବହୁ କୂଟନୈତିକ କଟକଣା ଲାଗୁ କରିଛି। ତେବେ ଭୁବନେଶ୍ବରରେ ରହୁଛନ୍ତି ପାକିସ୍ତାନୀ ମହିଳା । ମହିଳାଙ୍କୁ ଦେଶ ଛାଡ଼ି ଯିବାକୁ ଦିଆଯାଇଛି ନୋଟିସ୍ । ତେବେ ସମ୍ପୃକ୍ତ ପାକିସ୍ତାନୀ ମହିଳାଙ୍କ ଭିସା ଅବଧି ୨୦୨୪ରେ ଶେଷ ହୋଇଯାଇଛି । ଯେଉଁଥିପାଇଁ ମହିଳା ଜଣଙ୍କ ଭାରତ ଛାଡ଼ି ପାକିସ୍ତାନ ଚାଲିଯିବା ଲାଗି exit permit ପାଇଁ କମିଶନରେଟ ପୋଲିସ ନିକଟରେ ଆବେଦନ କରିଥିଲେ । କିନ୍ତୁ ତାଙ୍କ ଆବେଦନ ପଡ଼ି […]

ପହଲଗାମ୍‌ ଆକ୍ରମଣ ପରେ ଶ୍ରୀମନ୍ଦିରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ପୁରୀ ଶ୍ରୀମନ୍ଦିର ସୁରକ୍ଷା କଡ଼ାକଡ଼ି । ଶ୍ରୀମନ୍ଦିର ଉପରେ ଆତଙ୍କୀଙ୍କ ଆଖି ଥିବା ନେଇ ପୂର୍ବରୁ ଗୁଇନ୍ଦା ସତର୍କ କରାଇଛି । ତେଣୁ ଶ୍ରୀମନ୍ଦିରକୁ କଡ଼ା ସୁରକ୍ଷା ମଧ୍ୟରେ ରଖିବା ପାଇଁ ପୁଲିସକୁ ସଜାଗ କରାଯାଇଛି । ଶ୍ରୀମନ୍ଦିର ସୁରକ୍ଷା ଦୃଷ୍ଟିରୁ ୧୨ ପ୍ଲାଟୁନ ଫୋର୍ସଙ୍କୁ ଆଲର୍ଟ କରାଯାଇଛି ବୋଲି କହିଛନ୍ତି ପୁରୀ ଏସପି । ଶ୍ରୀମନ୍ଦିର ଚତୁଃପାର୍ଶ୍ଵରେ ଚେକିଂ କଡ଼ାକଡ଼ି କରାଯାଉଛି । ଆଣ୍ଟି ସାବୋଟେଜ୍ ଟିମ୍ ମାଧ୍ୟମରେ ନିୟମିତ […]

ରବିବାରଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ

ରାଜ୍ୟରେ ଶନିବାର ତାତିର ପ୍ରକୋପ ଜାରି ରହିବ। ଝାରସୁଗୁଡ଼ା, ବୌଦ୍ଧ, ସମ୍ବଲପୁର ଓ ବଲାଙ୍ଗୀରରେ ଗ୍ରୀଷ୍ମପ୍ରବାହ ବହିବ। ଉପକୂଳ ଓଡ଼ିଶା ସମେତ ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଗରମ ଓ ଗୁଳୁଗୁଳି ନାକେଦମ କରିବ। ରବିବାରଠାରୁ ତାତିରେ ସାମୟିକ ବିରତି ଲାଗିବ। ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହେବ । ରବିବାର ୨୭ ତାରିଖରେ କୋରାପୁଟ, ଗଞ୍ଜାମ, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର ଓ ଭଦ୍ରକରେ କାଳବୈଶାଖୀ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହିସବୁ […]

ବର୍ଷାଙ୍କୁ ଅନୁଭବଙ୍କ ତରଫରୁ ମିଳିବନି ଭରଣପୋଷଣ

ବହୁ ଚର୍ଚ୍ଚିତ ଓଲିଉଡ ଷ୍ଟାର ଦମ୍ପତି ଅଭିନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ନେଇ ପୁଣି ଖବର ସାମ୍ନାକୁ ଆସିଛି । ଅନୁଭବ ଓ ତାଙ୍କର ପରିବାର ବିରୋଧରେ ଅଭିଯୋଗ ଆଣି ବର୍ଷା କରିଥିବା ମାମଲାକୁ କୋର୍ଟ ଖାରଜ କରିଦେଇଛନ୍ତି । ତେଣୁ ବର୍ଷାଙ୍କୁ ଅନୁଭବ ଭରଣପୋଷଣ ଦେବେ ନାହିଁ ।୨୦୨୨ ମସିହାରେ ବର୍ଷା ଅନୁଭବ ଏବଂ ତାଙ୍କ ପରିବାର ବିରୁଦ୍ଧରେ ଆଣିଥିଲେ ସଂଗୀନ ଅଭିଯୋଗ । ଶାଶୁଘରେ ତାଙ୍କୁ ପାରିବାରିକ ହିଂସାର ଶିକାର […]

ନବନିଯୁକ୍ତ ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଏବଂ ରାଜ୍ୟ ସୂଚନା ଆୟୁକ୍ତଙ୍କ ଶପଥ ଗ୍ରହଣ

ନବ ନିଯୁକ୍ତ ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଏବଂ ୩ ଜଣ ରାଜ୍ୟ ସୂଚନା ଆୟୁକ୍ତ ଶପଥ ଗ୍ରହଣ କରିଛନ୍ତି । ଆଜି ରାଜଭବନର ଅଭିଷେକ ହଲ୍ ଠାରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପତି ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଭାବେ ମନୋଜ କୁମାର ପରିଡ଼ା, ରାଜ୍ୟ ସୂଚନା ଆୟୁକ୍ତଭାବେ ପ୍ରାଣବିନ୍ଦୁ ଆଚାର୍ଯ୍ୟ, ପବିତ୍ର ମଣ୍ଡଳ ଏବଂ କଳ୍ପନା ପଟ୍ଟନାୟକଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ ।ଏହା […]

ଶାନ୍ତି ବାର୍ତ୍ତା ପାଇଁ ନିବେଦନ କଲେ ମାଓବାଦୀ ।

ଛତିଶଗଡ଼ରୁ ଶେଷ ହେବ ନକ୍ସଲ ସମସ୍ୟା । ମୁଖ୍ୟସ୍ରୋତରେ ସାମିଲ୍ ହେବେ ମାଓବାଦୀ । ଗୃହମନ୍ତ୍ରୀ ଅମିତ୍ ଶାହଙ୍କ ଆହ୍ବାନ ପରେ ଅସ୍ତ୍ର ଛାଡ଼ିବାକୁ ପ୍ରସ୍ତୁତ ହେଉଛି ମାଓ ସଂଗଠନ । ପୂର୍ବରୁ ସଂଗଠନ ଏକ ପ୍ରେସ୍ ରିଲିଜ୍ ଜାରି କରି ହିଂସା ଛାଡ଼ିବା କଥା କହିଥିଲେ । ଏବେ ପୁଣି ଥରେ ସରକାରଙ୍କ ସହିତ ଆଲୋଚନା ପାଇଁ ପ୍ରସ୍ତାବ ଦେଇଛନ୍ତି । ଏଥିସହ ଯୁଦ୍ଧ ବିରତି ଓ ଶାନ୍ତି ବାର୍ତ୍ତା ପ୍ରସ୍ତାବ ମଧ୍ୟ ଦୋହରାଇଛନ୍ତି । […]

ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୧୦ ତାରିଖ

ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ରାଷ୍ଟ୍ରୀୟ ଆଇନ୍‌ସେବା ପ୍ରାଧିକରଣ ଓ ଓଡ଼ିଶା ଆଇନସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ନୟାଗଡ଼ ଜିଲା ଆଇନ ସେବା ପ୍ରାଧିକରଣ ତରଫରୁ ଚଳିତବର୍ଷର ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୧୦ ତାରିଖରେଆୟୋଜିତ ହେବ । ବିନା ମୂଲ୍ୟରେ ଜନସାଧାରଣଙ୍କୁ ଆଇନ୍‌ସେବା ଯୋଗାଇ ଦେବାକୁ ନୟାଗଡ଼ କୋର୍ଟ ସମେତ ରଣପୁର, ଓଡ଼ଗାଁ, ଦଶପଲ୍ଲା, ଖଣ୍ଡପଡ଼ା ଏବଂ ଭାପୁର କୋର୍ଟରେ ଏହି ଲୋକ ଅଦାଲତ ଅନୁଷ୍ଠିତ ହେବାର ସୂଚନା ରହିଛି । ଏହି ଅଦାଲତରେ ମୋକଦ୍ଦମା ସ୍ତରୀୟ […]

ଇସ୍ରୋର ପୂର୍ବତନ ଅଧ୍ୟକ୍ଷ କେ.କସ୍ତୁରୀରଙ୍ଗନଙ୍କ ନିଧନ

ଭାରତୀୟ ମହାକଶ ଅନୁସନ୍ଧାନ ସଂଗଠନର ପୂର୍ବତନ ଅଧ୍ୟକ୍ଷ କେ.କସ୍ତୁରୀରଙ୍ଗନଙ୍କ ପରଲୋକ ହୋଇଛି । ଶୁକ୍ରବାର ବେଙ୍ଗାଲୁରରେ ୮୪ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ରବିବାର ଦିନ ତାଙ୍କ ଅନ୍ତିମ ସଂସ୍କାର କରାଯିବ । ତାଙ୍କ ମୃତଦେହକୁ ରମନ ରିସର୍ଚ୍ଚ ଇନଷ୍ଟିଚ୍ୟୁଟରେ ତାଙ୍କ ପାର୍ଥିବ ଶରୀରକୁ ଅନ୍ତିମ ଦର୍ଶନ ପାଇଁ ରଖାଯିବ । କସ୍ତୁରୀରଙ୍ଗନ ଦୀର୍ଘ ସମୟ ଧରି ଇସ୍ରୋ ମୁଖ୍ୟ ଭାବେ କାର୍ଯ୍ୟରତ ଥିଲେ । ୧୦ ବର୍ଷ ଯାଏଁ ଇସ୍ରୋର […]

ଏମ୍ସ ଭୁବନେଶ୍ୱରରେ ରୋବୋଟିକ୍ ଆଣ୍ଠୁ ପ୍ରତିରୋପଣ ସୁବିଧା ଆରମ୍ଭ

ଏମ୍‌ସ ଭୁବନେଶ୍ୱରରେ ଆରମ୍ଭ ହୋଇଛି ଅତ୍ୟାଧୁନିକ ରୋବୋଟିକ୍ ଆଣ୍ଠୁ ପ୍ରତିରୋପଣ ବ୍ୟବସ୍ଥା। ଏହି ସୁବିଧା ପ୍ରଚଳନ ସହିତ ଏମ୍‌ସ ଭୁବନେଶ୍ବର ଓଡ଼ିଶା ସମେତ ସମ୍ପୂର୍ଣ୍ଣ ପୂର୍ବଭାରତରେ ପ୍ରଥମ ସରକାରୀ ପ୍ରତିଷ୍ଠାନ ହେବାର ଗୌରବ ଲାଭ କରିଛି। ଏମ୍ସ ଭୁବନେଶ୍ବର ଅର୍ଥୋପେଡିକ୍‌ସ ବିଭାଗ ପକ୍ଷରୁ ପଶ୍ଚିମବଙ୍ଗର ଜଣେ ୬୬ ବର୍ଷୀୟା ମହିଳା ରୋଗୀଙ୍କର ପ୍ରଥମ ରୋବୋଟିକ୍ ଆଣ୍ଠୁ ପ୍ରତିରୋପଣ ସଫଳତାର ସହିତ କରାଯାଇଛି । ଅତ୍ୟାଧୁନିକ ପ୍ରଯୁକ୍ତିବିଦ୍ୟାଯୁକ୍ତ ରୋବଟିକ୍‌ ଆଣ୍ଠୁ ପ୍ରତିରୋପଣ ବେଶ୍‌ ସୁଗମ ଭାବରେ ସମ୍ପନ୍ନ ହୋଇଛି […]

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବାପାଙ୍କୁ ମିଳିଲା ଆୟୁଷ୍ମାନ କାର୍ଡ, ସୂଚନା ଦେଲେ ନିଜେ ସ୍ୱାସ୍ଥ୍ୟମନ୍ତ୍ରୀ

ଏବେ ଧିରେ ଧିରେ ରାଜ୍ୟରେ ବଣ୍ଟାଯାଉଛି କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ମିଳିତ କାର୍ଡ ଆୟୁଷ୍ମାନ କାର୍ଡ ତଥା ବୟୋବନ୍ଦନା କାର୍ଡ। ଆଉ ଏହି କାର୍ଡ ପାଇଁ ବିଶେଷ କିଛି ଯୋଗ୍ୟତାର ଆବଶ୍ୟକତା ନାହିଁ। ପ୍ରାୟ ଅଧିକାଂଶ ଲୋକ ଏହି କାର୍ଡର ଲାଭ ପାଇପାରିବେ। ଏହି ଯୋଜନା ଅଧିନରେ ୭୦ ବର୍ଷରୁ ଅଧିକ ବୟସ୍କ ଲୋକଙ୍କ ମାଗଣା ସ୍ୱାସ୍ଥ୍ୟବୀମା ଯୋଗାଇ ଦିଆଯାଇଛି । ଏହି କ୍ରମରେ ସ୍ୱାସ୍ଥ୍ର୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ବାପା ମୀନକେତନ ମହାଲିଙ୍ଗଙ୍କୁ ମିଳିଛି […]