ସମଗ୍ର ଦେଶର ଶ୍ରେଷ୍ଠ ଥାନା ଭାବେ ୨୦୨୪ ଆର୍ଥିକ ବର୍ଷ ତାଲିକାରେ ଗଞ୍ଜାମ ଜିଲା ପାଟପୁର ଥାନା ସ୍ଥାନ ପାଇଛି। ଆସନ୍ତା ୨୯ରୁ ଡିସେମ୍ବର ୧ ଯାଏ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଜାତୀୟସ୍ତରୀୟ ଡିଜିପି ସମ୍ମିଳନୀରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ପାଟପୁର ଥାନାକୁ ଶ୍ରେଷ୍ଠ ଥାନା ଭାବେ ପୁରସ୍କୃତ କରାଯିବ। ଏହା ଗଞ୍ଜାମ ଜିଲ୍ଲା ପୋଲିସ ପାଇଁ ସୌଭାଗ୍ୟ ଓ ଗୌରବର ବିଷୟ ବୋଲି କହିଛନ୍ତି ଗଞ୍ଜାମ ଏସ୍ପି । ଉତ୍କୃଷ୍ଟ କାର୍ଯ୍ୟଦକ୍ଷତା ବଳରେ […]
ଅବକାରୀ ବିଭାଗର ବଡ ପଦକ୍ଷେପ । ୮ ଜଣ ଅବକାରୀ କର୍ମଚାରୀ ଚାକିରିରୁ ବହିଷ୍କୃତ ହୋଇଛନ୍ତି । ୨୦ଜଣ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି। ବହିଷ୍କୃତ ୩ ଏଏସ୍ଆଇଙ୍କ ମଧ୍ୟରେ ଔରପଲକ ଦାସ, ସୁଦୀପ୍ତ ଦାସ ଓ ନିରଞ୍ଜନ ଖଟୁଆ ରହିଥିବା ବେଳେ ୫ କନଷ୍ଟେବଳଙ୍କ ମଧ୍ୟରେ ଦୀପକ ପାଣିଗ୍ରାହୀ, ତ୍ରିଲୋଚନ ରାଇଚିତା, ଆର୍ ଭେଙ୍କେଟସ କୁମାର, ତ୍ରିନାଥ ସବର ଓ ରାଜୀବ ଭଞ୍ଜ।ଅବକାରୀ ବିଭାଗର ୨୧ କର୍ମଚାରୀଙ୍କ ବିରୁଦ୍ଧରେ ବିଭନ୍ନ ଅଭିଯୋଗରେ ମାମଲାର ତଦନ୍ତ ଚାଲିଥିଲା । […]
ଏଥର ରେଳଟ୍ରାକରେ ହେଉ ଅବା ଟ୍ରେନ ଭିତରେ ରିଲ୍ସ କରିବା ପଡିବ ମହଙ୍ଗା । ଏଥିପାଇଁ ରେଲୱେ ପକ୍ଷରୁ ନୋଟିସ ଜାରି କରାଯାଇଛି । ରେଳ ସୁରକ୍ଷା ପାଇଁ ବିପଦ ଆଣୁଥିବା ଲୋକଙ୍କ ଉପରେ ଏଥର କେସ୍ କରାଯିବ ।ଭାଇରାଲ ହେବା ମୋହରେ କେତେବେଳେ ଟ୍ରାକ୍ ଉପରେ ଯୁବ ପିଢ଼ି ଶୋଇ ପଡ଼ି ରିଲ୍ କରୁଛନ୍ତି ତ କେତେବେଳେ ଚଳନ୍ତା ଟ୍ରେନ୍ ଆଗରେ ଶୁଟ୍ କରୁଛନ୍ତି ଭିଡିଓ । ଫଳରେ ଅକାଳରେ ଚାଲି ଯାଉଛି ବହୁ ଜୀବନ […]
ଦରଦାମ ବୃଦ୍ଧି ପ୍ରସଙ୍ଗକୁ ନେଇ ଶ୍ୱେତପତ୍ର ପ୍ରକାଶ କଲା ବ୍ୟବସାୟୀ ସଂଘ। ଖାଉଟିଙ୍କ ସ୍ୱାର୍ଥକୁ ଆଖି ଆଗରେ ରଖି ସରକାରଙ୍କ ଭୁଲ ଭଟକା ସାମ୍ନାକୁ ଅଣାଯାଉଛି। ଏହା ପରେ ବି ସରକାର ପଦକ୍ଷେପ ନ ନେବାରୁ ଏଭଳି ପଦକ୍ଷେପ ନେଇଛି ବ୍ୟବସାୟୀ ସଂଘ। ଆସନ୍ତା ୨୧ ଓ ୨୨ ତାରିଖ ପରେ ୧୪୭ ବିଧାନସଭା ନିର୍ବାଚନ ମଣ୍ଡଳୀ ବୁଲି ଅଭିଯାନ ଆରମ୍ଭ କରିବ ରାଜ୍ୟ ବ୍ୟବସାୟୀ ସଂଘ।ଦରଦାମ ବୃଦ୍ଧିର ପ୍ରକୃତ କାରଣ ଓ କିଏ ଦାୟୀ ଏହାକୁ […]
ଲାଲ ସଂଗଠନକୁ ବଡ଼ ଝଟକା । ଛତିଶଗଡ଼ର ନାରାୟଣପୁର-କାଙ୍କେର ଜିଲ୍ଲା ସୀମାନ୍ତ ଅବୁଝମଡ ପୋଲିସ ଓ ମାଓବାଦୀ ମଧ୍ୟରେ ଗୁଳିବିନିମୟରେ ୫ ମାଓବାଦୀ ନିହତ । ସେହିପରି ୨ ଯବାନ ଗୁରୁତର ଆହତ ହୋଇଛନ୍ତି ।ଚିକିତ୍ସା ପାଇଁ ସେମାନଙ୍କୁ ରାୟପୁରକୁ ଏୟାରଲିଫ୍ଟ କରାଯାଇଛି। ଛତିଶଗଡ଼ର କଂକେର ଏବଂ ନାରାୟଣପୁର ଜିଲ୍ଲାରେ ଏହି ଏନକାଉଣ୍ଟର ଚାଲିଥିବା ଜଣାପଡିଛି। ଛତିଶଗଡ଼ର ମାଡ ଅଞ୍ଚଳରେ ବହୁ ସଂଖ୍ୟାରେ ନକ୍ସଲ ତଥା ସେମାନଙ୍କ ବରିଷ୍ଠ ନେତାଙ୍କ ସମାବେଶ ହେବାର ଖବର ମିଳିଥିଲା। ଯାହା […]
ରାଯଗଡ ଜିଲ୍ଲାଦୀର୍ଘ ବର୍ଷ ର ବ୍ୟବଧାନ ପରେ ଆଜି ଓଡିଶା କନଷ୍ଟେଵଲ/ ସିପାହୀ ମହାସଂଘ ର ନିର୍ବାଚନ ପ୍ରକ୍ରିୟା ଶ୍ୟାନ୍ତି ଶୃଙ୍ଖଳା ସହ ଅନୁଷ୍ଠିତ ହୋଇଯାଇଛି l ଦୀର୍ଘ 7 ବର୍ଷ ର ବ୍ୟବଧାନ ପରେ ମାନ୍ୟବର ଅଦାଲତ High court ଙ୍କ ଆଦେଶ ଏବଂ ଓଡିଶା ସରକାର ଙ୍କ ସହଯୋଗ ବଳରେ ଓଡିଶା ପୋଲିସ ର 70ହଜାର କର୍ମଚାରୀ ଙ୍କ ତରପରୁ 50ଗୋଟି ଶାଖାସଙ୍ଘ ର 250 ଜଣ ଶାଖାସଙ୍ଘ କର୍ମକର୍ତା ମତଦାନ ଦେଇ 7 […]
ସୁନାମୀ ମୁକାବିଲା ପାଇଁ ପ୍ରସ୍ତୁତ ସମୁଦ୍ର କୂଳିଆ ଗାଁ । ସୁନାମୀ ସୁରକ୍ଷା ନେଇ ଓଡ଼ିଶାର ୬ ଜିଲ୍ଲାର ୨୪ ଗାଁକୁ ଟ୍ୟାଗ୍ ପ୍ରଦାନ କରିଛି ୟୁନେସ୍କୋ । ଏଥିରେ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ ଏବଂ ଗଞ୍ଜାମ ଜିଲ୍ଲା ରହିଛି । ଏହି ସବୁ ଜିଲ୍ଲାର ଉପକୂଳବର୍ତ୍ତୀ ୨୪ ଗାଁକୁ ୟୁନେସ୍କୋର ଆନ୍ତ ସରକାରୀ ଓସେନୋଗ୍ରାଫିକ୍ କମିଶନ ସୁନାମୀ ପ୍ରସ୍ତୁତି ପ୍ରମାଣ ପତ୍ର ପ୍ରଦାନ କରିଛି । ୧୧ ନଭେମ୍ବରରେ ଇଣ୍ଡୋନେସିଆରେ ଦ୍ୱିତୀୟ ଗ୍ଲୋବାଲ୍ […]
କଟକ ଏସସିବିରେ ହାର୍ଟ ଟ୍ରାନ୍ସପ୍ଲାଣ୍ଡ କରାଯିବ । ଆଗାମୀ ୩ ମାସ ଭିତରେ ଏହା ସମ୍ଭବ ହେବ । ଚେନ୍ନାଇ ଏମଜିଏମ ହସ୍ପିଟାଲ ସହାୟତାରେ ବ୍ୟବସ୍ଥା କରାଯାଇଛି । ଏମଜିଏମ ଡାକ୍ତରୀ ଟିମ ଓ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଭିତ୍ତିଭୂମିକୁ ଅନୁଧ୍ୟାନ କରାଯାଇଛି । ଏମଜିଏମ ଟିମ ଦ୍ୱାରା ରୋଗୀ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି କେନ୍ଦ୍ରରେ ରୋଗୀଙ୍କ ସ୍କ୍ରିନିଂ ସହ ହାର୍ଟ ଟ୍ରାନ୍ସପ୍ଲାଣ୍ଟ ରୋଗୀଙ୍କୁ ଚିହ୍ନଟ କରାଯିବ । ପୂର୍ବରୁ ଏସସିବି ମେଡିକାଲରେ ଲିଭର, କିଡନୀ […]
ବହୁ ଚର୍ଚ୍ଚିତ ଭରତପୁର ଥାନା ମାମଲାର ତଦନ୍ତ କରୁଥିବା କମିଶନଙ୍କ କାର୍ଯ୍ୟକାଳକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ତଦନ୍ତ କମିଶନ ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି ।ଆସନ୍ତା ନଭେମ୍ବର ୨୨ରେ ତଦନ୍ତ କମିଶନ ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ କାର୍ଯ୍ୟକାଳ ଶେଷ ହେଉଥିଲା । ବର୍ତ୍ତମାନ ତାଙ୍କ କାର୍ଯ୍ୟକାଳ ୩୧ ଜାନୁଆରୀ ୨୦୨୫ ଯାଏଁ ବୃଦ୍ଧି କରାଯାଇଛି ।ସେପ୍ଟେମ୍ବର ୧୪ ତାରିଖ […]
ରାଜ୍ୟରେ ଖୋଲିବ ଓମଫେଡର ୩ଟି ନୂଆ ପ୍ଲାଣ୍ଟ। ସମ୍ବଲପୁର, ଗଞ୍ଜାମ ଓ ବାଲେଶ୍ୱରଠାରେ ଖୋଲିବ ଏହି ୩ଟି ନୂଆ ପ୍ଲାଣ୍ଟ । ଏହାସହ ଓମଫେଡ ମିନେରାଲ ୱାଟର ଓ ଚକଲେଟ ଆସିବ । ସେହିପରି ବିଭିନ୍ନ ଜାଗାରେ ଓମଫେଡ ପାର୍ଲର ଖୋଲାଯିବ । ଓମଫେଡର ସମୀକ୍ଷା ବୈଠକ ହେବା ପରେ ଏନେଇ ଘୋଷଣା କରିଛନ୍ତି ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ସମ୍ବଲପୁର, ଗଞ୍ଜାମ ଓ ବାଲେଶ୍ୱର ଠାରେ ଖୋଲିବ ନୂଆ ପ୍ଲାଣ୍ଟ । ଓମ୍ଫେଡ ପାଣି, ଚକୋଲେଟ […]
ଜାତୀୟ ପ୍ରେସ ଦିବସ ପ୍ରତିବର୍ଷ ୧୬ ନଭେମ୍ବରରେ ଦେଶରେ ପାଳନ କରାଯାଏ। ଏହି ଦିନଟି ଗଣମାଧ୍ୟମର ସ୍ବାଧୀନତା ଏବଂ ସମାଜ ପ୍ରତି ଦାୟିତ୍ୱର ପ୍ରତୀକ ଅଟେ। ଏହି ଦିନ ହିଁ ପ୍ରେସ କାଉନସିଲ ଅଫ୍ ଇଣ୍ଡିଆ କାର୍ଯ୍ୟ ଆରମ୍ଭ କରିଥିଲା।୧୯୬୬ ମସିହା ଆଜିର ଦିନରେ କେନ୍ଦ୍ର ସରକାର ଭାରତୀୟ ପ୍ରେସ୍ କାଉନ୍ସିଲ ଗଠନ କରିଥିଲେ । ସମ୍ବାଦପତ୍ର ହେଉଛି ଗଣତନ୍ତ୍ରର ଜାଗ୍ରତ ପ୍ରହରୀ ଏବଂ ପ୍ରେସ୍ କାଉନ୍ସିଲ ହେଉଛି ସମ୍ବାଦପତ୍ର ମାନଙ୍କର ନୈତିକ ପ୍ରହରୀ । ସମ୍ବାଦପତ୍ର […]
ସାମ୍ନାକୁ ଆସିଲା ଆତ୍ମଘୋଷିତ ବାବା କାଶୀନାଥଙ୍କ କାରନାମା । ନିଜ ପୁଅକୁ ବିଷ୍ଣୁଙ୍କ ଅବତାର ଭାବେ ଦର୍ଶାଇ ପାଦ ତଳେ ତୁଳସୀ ଓ ଗୀତା ରଖିଥିବା ଅଭିଯୋଗ । ଥାନାରେ ଏତଲା ଦେଲା ଓଡ଼ିଶା ସମାଜସେବୀ ମହାସଂଘ । । ପିଲାଟି ପ୍ରଭୁ ଜଗନ୍ନାଥଙ୍କ ଅବତାର ବୋଲି ପ୍ରଚାର କରାଯାଉଥିବା ଅଭିଯୋଗ ହେଉଛି । ଖଣ୍ଡଗିରିର ଏକ ଆଶ୍ରମରେ ପୂଜା ପାଉଥିବା ଏହି କୁନି ସାରଥୀଙ୍କ ବିରୋଧରେ ଆସିଥିବା ଅଭିଯୋଗର ଉତ୍ତର ଦେଇଛନ୍ତି ଟ୍ରଷ୍ଟି ପାଣ୍ଡବ କୁମାର […]
