ବିଜେଡି ସଭାପତି ପଦ ପାଇଁ ଶଙ୍ଖ ଭବନରେ ନାମାଙ୍କନ ଭରିଲେ ନବୀନ ପଟ୍ଟନାୟକ । ନବମ ଥର ପାଇଁ ଏକ ମାତ୍ର ପ୍ରର୍ଥୀ ଭାବେ ନାମାଙ୍କନ ଭରିଲେ ନବୀନ । ୧୯ ତାରିଖରେ ବିଜେଡି ଘୋଷଣା କରିବ ସଭାପତିଙ୍କ ନାମ । ବିଜେଡି ସଭାପତି ପଦ ପାଇଁ ନବୀନ ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ବିଜେଡି ସମନ୍ୱୟ କମିଟି ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର ସୂଚନା ଦେଇଥିଲେ।ବିଜେଡି ସଭାପତି ରେସରେ ଆଉ କେହିନଥିବାରୁ ନବୀନ ପଟ୍ଟନାୟକ ନିର୍ଦ୍ୱନ୍ଦ୍ୱରେ […]
ଭୁବନେଶ୍ବରରେ ପହଞ୍ଚିଲେ ସଡକ ପରିବହନ ମନ୍ତ୍ରୀ ନୀତିନ ଗଡକରୀ। ଆଜିର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ ।ଦିନିକିଆ ଓଡ଼ିଶା ଗସ୍ତରେ ଆସି ଗଡ଼କରୀ କଟକ ରେଭେନ୍ସା ବିଶ୍ବବିଦ୍ୟାଳୟ ପରିସରରେ ଆୟୋଜିତ ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗ ଦେବେ । ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଆୟୋଜିତ ହରେକୃଷ୍ଣ ମହତାବ ସ୍ମାରକୀ ବକ୍ତୃତାମାଳାରେ ସାମିଲ ହେବେ । ‘ଭିତ୍ତିଭୂମି ବିକାଶ ଏବଂ ଓଡ଼ିଶା’ ଉପରେ ସେ ନିଜର ବକ୍ତବ୍ୟ ରଖିବେ […]
ହେମୋଫିଲିଆ ହେଉଛି ଏକ ରକ୍ତଜନିତ ରୋଗ। ଏହି ରୋଗ ହେଲେ ରକ୍ତ ସହଜରେ ଜମାଟ ବାନ୍ଧିନଥାଏ। କାରଣ ହେମୋଫିଲିଆରେ ଜଣେ ଆକ୍ରାନ୍ତ ହେଲେ ରକ୍ତ ଜମାଟ ବାନ୍ଧିବା ପାଇଁ ଆବଶ୍ୟକ ହେଉ ଥିବା ପ୍ରୋଟିନ୍ କ୍ଷରଣ ବାଧାପ୍ରାପ୍ତ ହୋଇଥାଏ। ଏବେ ରାଜ୍ୟରେ ଏହି ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଛି। କର୍କଟ ରୋଗ ଏକ ପୂର୍ବ ନିର୍ଦ୍ଧାରିତ ଭାଗ୍ୟ ଫଳ କିମ୍ୱା ପ୍ରାରବ୍ଧ କର୍ମ ଫଳ ଭଳି ଜନଧାରଣା ଏହି ରୋଗକୁ ନେଇ ଉପୁଜି ଥିବା ସାମାଜିକ କଳଙ୍କକୁ […]
ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ କାର୍ଯ୍ୟରତ କର୍ମଚାରୀମାନେ ଠିକ୍ ସମୟରେ ଅଫିସ୍ ଆସୁନାହାନ୍ତି। ଫଳରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ବାଧାପ୍ରାପ୍ତ ହେବା ସହ ବିଳମ୍ବ ହେଉଛି। ଏହାକୁ ନେଇ ବିଭାଗ ପକ୍ଷରୁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଇଛି। ଏହା ନଜରକୁ ଆସିବା ପରେ କର୍ମଚାରୀଙ୍କୁ ବିଭାଗ ଏନେଇ ଚେତାଇ ଦେଇଛି। ଠିକ୍ ଦିନ ୧୦ଟା ବେଳେ ସମସ୍ତ କର୍ମଚାରୀ କାର୍ଯ୍ୟାଳୟକୁ ଆସିବା ଆବଶ୍ୟକ।ଠିକ୍ ସମୟରେ ଅଫିସ ନ ଆସିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବିଭାଗ ପକ୍ଷରୁ ସିଧାସଳଖ ଶୁଣାଇ […]
ଓଡ଼ିଶାରେ ସୁନା ମୂଲ୍ୟ ଅଭୂତପୂର୍ବ ଉଚ୍ଚତାରେ ପହଞ୍ଚିଛି। ଆଜି ସୁନା ଦର ୯୭ ହଜାର ଟପିଛି । ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମକୁ ୯୭ ହଜାର ୫୪୫ ହୋଇ ସାରିଲାଣି । ସେହିପରି ୨୨ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମକୁ ୮୯ ହଜାର ଟପିଛି । ଆମେରିକା- ଚୀନ ବାଣିଜ୍ୟିକ ଲଢେଇ ପାଇଁ ବିଶ୍ବ ଅର୍ଥନୀତିରେ ଅନିଶ୍ଚିତତା ଦେଖିବାକୁ ମିଳିଛି । ଏହାର ପ୍ରଭାବରେ ସୁନାର ଦର ଲଗାତାର ବଢ଼ି ଚାଲିଛି । […]
କଲେଜ ଛାତ୍ରୀମାନଙ୍କ ପାଇଁ ବଡ ଘୋଷଣା । ସୁଭଦ୍ରା ସର୍ଭେରେ ସାମିଲ ହୋଇପାରିବେ କଲେଜ ଛାତ୍ରୀ । ସୁଭଦ୍ରା ସହାୟତା ପାଇଥିବା ହିତାଧିକାରୀଙ୍କଠାରୁ ମତାମତ ସଂଗ୍ରହ ସର୍ବେକ୍ଷଣରେ କଲେଜ ଛାତ୍ରୀମାନଙ୍କୁ ସାମିଲ କରାଯିବ । ସୁଭଦ୍ରା ସୋସାଇଟି ପରିଚାଳନା ପରିଷଦ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ପଞ୍ଜୀକରଣ ପରେ ଆପ୍ଟ ଆଉଟ୍ ହୋଇଥିବା ମହିଳାଙ୍କୁ ସମ୍ୱର୍ଦ୍ଧିତ କରାଯିବ। ସୁଭଦ୍ରା ହେଲ୍ପ ଡେକ୍ସ ଆଉ ୩ ମାସ ବୃଦ୍ଧି କରିବାକୁ ବୈଠକରେ ନିଷ୍ପତ୍ତି ହୋଇଥିବା ସୂଚନା ମିଳିଛି। ବର୍ତ୍ତମାନ […]
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଅବସରରେ ତିଳତର୍ପଣ । ଭୁବନେଶ୍ୱର ବିନ୍ଦୁସାଗର କୂଳରେ ବିଜେଡି ପକ୍ଷରୁ ଆୟୋଜିତ ତିଳତର୍ପଣ କାର୍ଯ୍ୟକ୍ରମରେ ବିଜେଡିର ପ୍ରମୁଖ ନେତା, କାର୍ଯ୍ୟକର୍ତ୍ତାଙ୍କ ସମେତ ସାଧାରଣ ଲୋକେ ମଧ୍ୟ ସାମିଲ ହୋଇଥିଲେ । ରଘୁପତି ରାଘବ ରାଜରାମ ଧ୍ୱନିରେ ବିନ୍ଦୁସାଗର କୂଳରେ ବିଜୁ ବାବୁଙ୍କ ସ୍ମୃତିଚାରଣ କରାଯାଇଛି । ପୂର୍ବ ଗୌରବ ଫେରାଇ ଆଣିବା ଲାଗି ସାରା ଜୀବନ ତ୍ୟାଗ କରିଥିବା ମହାନ ନେତା ବିଜୁବାବୁଙ୍କ ଆଜି ତିରୋଧାନ ଦିବସ। ସେ […]
କଟକରେ ଡବଲ ଏନ୍ କାଉଣ୍ଟର । ଚୌଦ୍ଵାର ଇନ୍ଦ୍ରାଣୀପାଟଣା ଅଞ୍ଚଳ ଜାତୀୟ ରାଜପଥ ନିକଟରେ ବିଳମ୍ବିତ ରାତିରେ ଦୁଇ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନକାଉଣ୍ଟର କଲା କମିଶନରେଟ୍ ପୋଲିସର ସ୍ପେଶାଲ୍ ସ୍ୱାଡ । ଧରିବାକୁ ଯାଇଥିବା ବେଳେ ପୋଲିସ ଉପରକୁ ଗୁଳି ଚଳାଇଥିଲେ ଅଭିଯୁକ୍ତ। ପୋଲିସର ପାଲଟା ଗୁଳିରେ ଉଭୟ ଆହତ ହୋଇଛନ୍ତି। ଅପରାଧୀ କଟାସ ରାଉତ ଓ ଶୁଭ୍ରାଂଶୁ ପରିଡ଼ାର ଆଣ୍ଠୁରେ ଗୁଳି ବାଜିଛି। ସଂଗ୍ରାମର ଘର ନନ୍ଦନକାନନ ଥାନା ଅଞ୍ଚଳରେ ହୋଇଥିବା ବେଳେ ଜୁବୁଲାର ଘର […]
ସୁନା କିଣିବା ଏବେ ସ୍ୱପ୍ନ ପାଲଟିଗଲାଣି। ସୁନା କିଣିବା ତ ଦୂରର କଥା ସୁନା କିଣିବା କଥା ଭାବିବା ବେଳକୁ ଡର ଲାଗୁଛି।ଆମେରିକା-ଚୀନ ମଧ୍ୟରେ ବଢୁଥିବା ବାଣିଜ୍ୟ ଯୁଦ୍ଧ ଏବଂ ମାନ୍ଦାବସ୍ଥା ଆଶଙ୍କା ମଧ୍ୟରେ ଏ ବର୍ଷ ସୁନା ଦର ନୂଆ ରେକର୍ଡ କରିପାରେ । ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୬, ୧୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୮୮ ହଜାର ୧୫୦ଟଙ୍କା ଛୁଇଛି । ସେହିପରି ରାଜଧାନୀ […]
ରାଜ୍ୟରେ ମାଗଣାରେ ମିଳିବ ୟୁପିଏସସି କୋଚିଂ। ସ୍ବଳ୍ପ ଓ ମଧ୍ୟମ ଆୟ ବର୍ଗର ୨ଶହ ମେଧାବୀଙ୍କୁ ଫ୍ରି କୋଚିଂ ଦେବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁନ ୮ରେ ପ୍ରବେଶିକା ପରୀକ୍ଷା ହେବାକୁ ଥିବା ବେଳେ ଗତକାଲିଠୁ ସାମ୍ସ ୱେବସାଇଟରେ ଉପଲବ୍ଧ ହୋଇଛି କମନ ଆପ୍ଲିକେସନ ଫର୍ମ।ଏଥର ନୂଆ ପଦ୍ଧତିରେ ଗରିବ ଓ ମଧ୍ୟମ ବର୍ଗର ମେଧାବୀ ଛାତ୍ରଛାତ୍ରୀଙ୍କୁ ସିଭିଲ୍ ସର୍ଭିସେସ୍ ପ୍ରିଲିମ୍ ଓ ମେନ୍ ପରୀକ୍ଷା ପାଇଁ ଫ୍ରି କୋଚିଂ ଦିଆଯିବ। ସର୍ଟ […]
ରାଜ୍ୟ ସରକାର ସୁବିଧାରେ ଶବ ପରିବହନ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ ଯାଉଛନ୍ତି। ରାଜ୍ୟରେ ଏଣିକି ଶବ ପରିବହନ ପାଇଁ ରହିବ କଲ ସେଣ୍ଟର । ୧୦୮ ଆୁଲାନ୍ସ ଭଳି ରହିବ ଟୋଲ ଫ୍ରି ନମ୍ବର । ସ୍ୱାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆଲୋଚନା ହେବ । ଶବକୁ ଘର କିମ୍ବା ଶ୍ମଶାନ ଯାଏଁ ନେବାକୁ କାମ କରିବ । ସରକାରୀ ହସ୍ପିଟାଲରେ ପ୍ରାଣ ହରାଇଲେ ଶବ କାମ କରିବ । ବୈଠକରେ ପ୍ରାରମ୍ଭିକ ଭାବେ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ଲାଠିପଡ଼ା ସ୍ଥିତ ମଡେଲ ଡିଗ୍ରୀ କଲେଜ, ନୟାଗଡ଼ଠାରେ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ପ୍ରାୟୋଜିତ ବାଳିକାମାନଙ୍କ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିରର ଉଦଯାପନୀ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଅଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ମାନସ ରଞ୍ଜନ ଶତପଥୀ ପ୍ରାରମ୍ଭିକ ଭାଷଣ ଦେଇ ଅତିଥିମାନଙ୍କୁ ସ୍ବାଗତ କରିବା ସହିତ ପରିଚୟ ପ୍ରଦାନ କରିଥିଲେ। ଉତ୍ସବରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁବାଷ ଚନ୍ଦ୍ର ପଣ୍ଡା ଉପସ୍ଥିତ ହୋଇ ଛାତ୍ରୀମାନଙ୍କୁ ପ୍ରମାଣପତ୍ର […]
