ଉତ୍କଳ ଦିବସ ଅବସରରେ ବରପୁତ୍ର ମାନଙ୍କୁ ମାଲ୍ୟାର୍ପଣ

ନୟାଗଡ଼,(ଓଡ଼ିଶା ଦର୍ପଣ):ଆଜି ଉତ୍କଳ ଦିବସ ପାଳନ ଅବସରରେ ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ନୟାଗଡ଼ ପରିସରରେ ଥିବା ମଧୁସୂଦନ ଦାସ, ଗୋପବନ୍ଧୁ ଦାସ,ଓ ସୁବାସ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତି ରେ ଉତ୍କଳ ସମ୍ମିଳନୀ ନୟାଗଡ଼ ଶାଖା ତରଫରୁ ପ୍ରଧାନ ଶିକ୍ଷକ ଉମାକାନ୍ତ ସେଠୀ ଓ ସଭାପତି ଵସରିନ ବିବିଙ୍କ ଦ୍ଵାରା ପୁଷ୍ପ ମାଲ୍ୟ ଅର୍ପଣ କରାଗଲା। ପରେ  ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ  ଉତ୍କଳ ସଙ୍ଗୀତ ଅତି ସୁନ୍ଦର ଭାବରେ ଗାନ କରିଥିଲେ। ଉତ୍କ କାର୍ଯ୍ୟରେ ଶରତ କୁମାର ଆଚାର୍ଯ୍ୟ […]

୨ ସପ୍ତାହ ଭିତରେ ଲାଗୁ ହେବ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ବୀମା

ଆଗାମୀ ଦୁଇ ସପ୍ତାହ ଭିତରେ ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ। ଏନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ସେ କହିଛନ୍ତି, ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା ଲାଗୁ ହେଲେ ଓଡ଼ିଶାର ୩ କୋଟି ୫୨ ଲକ୍ଷ ଲୋକ ଉପକୃତ ହେବେ।ରାଜ୍ୟ ଭିତରେ ଓ ବାହାରେ ମିଳିତ ଭାବେ ଚିକିତ୍ସା ସୁବିଧା ମିଳିପାରିବ।ସୂଚନାଯୋଗ୍ୟ, ଏହା କେନ୍ଦ୍ର ସରକାରଙ୍କ ଯୋଜନା ହୋଇଥିବାରୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି ନଡ୍ଡାଙ୍କ ଓଡ଼ିଶା ଗସ୍ତ ଅବସରରେ […]

ଟାଉନ ସରକାରୀ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼  ଟାଉନ ସରକାରୀ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ନିରଞ୍ଜନ ଷଡ଼ଙ୍ଗୀଙ୍କୁ ଅଵସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରା ଯାଇଛି। ଏଥିରେ ମୁଖ୍ୟ ଅତିଥି ରୁପେ ନୟାଗଡ଼ ଜିଲା ସାମ୍ବାଦିକ ସଙ୍ଘର ସଭାପତି ପ୍ରମୋଦ  ପଟ୍ଟନାୟକ ଯୋଗ ଦେଇ ଅବସର ନେଇଥିବା ପ୍ରଧାନଶିକ୍ଷକଙ୍କୁ ମାନପତ୍ର, ଉପଢୌକନ ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସିଆରସିସି ପ୍ରଦୀପ କୁମାର ପଣ୍ଡା , ବିପିନ ବିହାରୀ ସାହୁ, ବିଦ୍ୟାଳୟ ପରିଚାଳନା କମିଟି ଅଧକ୍ଷା ଶର୍ମିଷ୍ଠା ସାମନ୍ତରାୟ ଓ ଉପ ସଭାପତି ଜିତୁନ ମହାପାତ୍ର, […]

ଉତ୍କଳ ସମ୍ମିଳନୀ ପକ୍ଷରୁ ଉତ୍କଳ ଦିବସ ପାଳନ

ନୟାଗଡ଼,(ଓଡ଼ିଶା ଦର୍ପଣ):ଉତ୍କଳ ସମ୍ମିଳନୀ ନୟାଗଡ଼ ଜିଲ୍ଲା ଶାଖା ତରଫରୁ ସ୍ଥାନୀୟ ଅକ୍ସଫୋର୍ଡ  ଟ୍ୟୁଟୋରିଆଲ୍ ସଭାଗୃହରେ ଉତ୍କଳ ଦିବସ ୨୦୨୫ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମ ଆରମ୍ଭରୁ ଯୁବ କଣ୍ଠଶିଳ୍ପୀ ଅମ୍ରିତା ରଥ,ସ୍ନେହା ପ୍ରିୟଦର୍ଶିନୀ, ଇପ୍ସିତା ପ୍ରିୟଦର୍ଶିନୀ ରାଜ୍ୟ ସଂଗୀତ ବନ୍ଦେ ଉତ୍କଳଜନନୀ ଗାନ କରିଥିଲେ। ଉତ୍କଳ ସମ୍ମିଳନୀ ଜିଲ୍ଲା ଶାଖା ଅଧ୍ଯକ୍ଷା ବସିରନ୍ ବିବିଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ନୟାଗଡ଼ର ବିଧାୟକ ଡ. ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଓଡ଼ିଶାର ଇତିହାସ ଏବଂ […]

ରାୟଗଡା ଠାରେ ଜିଲ୍ଳାସ୍ତରୀୟ ୯୦ତମ ଓଡିଶା ଦିବସ ପାଳିତ

ରାୟଗଡା/୧/୪/୨୫: ରାୟଗଡା ଜିଲ୍ଳା ସଦର ମହକୁମା ଠାରେ ଜିଲ୍ଳାସ୍ତରୀୟ ୯୦ତମ ଓଡିଶା ଦିବସ-୨୦୨୫ ମହା ସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ପ୍ରତ୍ୟୁଷରେ ପ୍ରଭାତ ଫେରି ଅନୁଷ୍ଠିତ ହୋଇଥିଲା। ସକାଳ ୭ଟା ସମୟରେ ସ୍ଥାନୀୟ ଗଜପତି ଛକରେ ଅବସ୍ଥାପିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ପ୍ରତିମୂର୍ତ୍ତିରେ ସମ୍ମାନିତ ଅତିଥି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନବୀନ ଚନ୍ଦ୍ର ନାଏକ, ଉପଜିଲ୍ଲାପାଳ ରାୟଗଡ ଶ୍ରୀ ରମେଶ ଚନ୍ଦ୍ର ଜେନା, ପୌର ଅଧ୍ୟକ୍ଷ ଶ୍ରୀ ପି ମହେଶ ପଟ୍ଟନାୟକ, ଉପନିର୍ଦ୍ଦେଶକ ତଥା […]

ଓଡ଼ିଶା ଦିବସରେ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାର ଶୁଭାରମ୍ଭ

ସ୍କୁଲ ପିଲାଙ୍କ ମାନସିକ ଏବଂ ବୌଦ୍ଧିକ ଚିନ୍ତାର ବିକାଶ ପାଇଁ ପୋଷଣକୁ ଗୁରୁତ୍ବ ଦେଉଛନ୍ତି ରାଜ୍ୟ ସରକାର । ଏଥିପାଇଁ ଆଜିଠୁ ସ୍କୁଲରେ ପିଲାଙ୍କୁ ପୋଷଣ ଯୁକ୍ତ ଲଡୁ ଦିଆଯିବ । ଏଥିସହିତ ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲର ନବମ ଓ ଦଶମ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ। ଓଡ଼ିଶା ଦିବସରେ ଏହାର ଶୁଭାରମ୍ଭ ନେଇ ଘୋଷଣା କରାଯାଇଛି ।ସପ୍ତାହକୁ ଅତିରିକ୍ତ ଗୋଟିଏ ଲେଖାଏଁ ଅଣ୍ଡା ପିଲାଙ୍କୁ ଦିଆଯିବ ।ଏହି ଯୋଜନାରେ ରାଜ୍ୟର ୧୦ […]

ପୁଣି ଜଣେ କିଟ୍ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି ।

ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣାକୁ ନେଇ କିଟ୍ କର୍ତ୍ତୃପକ୍ଷ ହରଡ଼ଘଣାରେ ପଡ଼ିଥିବା ବେଳେ ଜୀବନ ହାରିଛନ୍ତି ଆଉ ଜଣେ କିଟ୍ ଛାତ୍ର। ମୃତ ଛାତ୍ରଙ୍କ ନାମ ଅର୍ଣ୍ଣବ ମୁଖାର୍ଜୀ ଏବଂ ତାଙ୍କ ଘର ପଶ୍ଚିମବଙ୍ଗରେ ବୋଲି ଜଣାଯାଇଛି। ସେ କିଟ୍ ବିଶ୍ବବିଦ୍ୟାଳୟର ତୃତୀୟ ବର୍ଷ ବିଟେକ୍ ଛାତ୍ର ଏବଂ କିଟ୍ ହଷ୍ଟେଲରେ ରହୁଥିଲେ।ଅର୍ଣ୍ଣବ କିଟ୍‌ ବିଶ୍ବବିଦ୍ୟାଳୟ ହଷ୍ଟେଲରେ ରହି ପାଠ ପଢ଼ୁଥିଲେ। ତେବେ ଏବେ ପ୍ରଶ୍ନ ଉଠୁଛି ହଷ୍ଟେଲ୍‌ରୁ ସେ କାହିଁକି ମଞ୍ଚେଶ୍ୱର ଆସିଥିଲେ। ସେଠାରେ କେଉଁ […]

ରାୟଗଡା ପୋଲିସର ପାତରଅନ୍ତର ନୀତିକୁ ନେଇ ଜିଲା ଟ୍ରକ ମାଲିକ ସଂଘର ପ୍ରତିବାଦ ଓ ଥାନା ସାମ୍ନାରେ ଧାରଣା

ରାୟଗଡ଼ା : ରାୟଗଡା ପୋଲିସର ପାତରଅନ୍ତର ନୀତିକୁ ନେଇ ଜିଲା ଟ୍ରକ ମାଲିକ ସଂଘର ପ୍ରତିବାଦ ଓ ଥାନା ସାମ୍ନାରେ ଧାରଣା, ରାସ୍ତାରେ ଅଟକିଛି ଅନେକେ ଟ୍ରକ୍, ଆନ୍ଦ୍ରା କୁ ଯିବା ରାସ୍ତା ଅବରୋଧ।ରାୟଗଡାର ଟ୍ରକ ମାଲିକ ସଂଘର ସଭାପତି ଭେଙ୍କେଟେଶ୍ବର ରାଓ ଓରଫ୍ କୋଣ୍ଡା ବାବୁଙ୍କ ଡ୍ରାଇଭରକୁ ରାୟଗଡା ଟାଉନ୍ ଥାନା ପୁଲିସ ଏକ ମାମଲାରେ ଗିରଫ କରିଛି। ଗିରଫ୍ ଡ୍ରାଇଭର ହେଲେ ପି.ଗୈରୀଶଙ୍କର। ଏହାର ପ୍ରତିବାଦରେ ଶତାଧିକ ଲୋକେ ଟାଉନ୍ ଥାନାକୁ ଘେରାଉ କରିଛନ୍ତି। […]

ଆଜିଠାରୁ ମହଙ୍ଗା ହେଲା ୧୦୦୦ ରୁ ଅଧିକ ଔଷଧ

ଦେଶର କୋଟି କୋଟି ସାଧାରଣ ଲୋକଙ୍କ ପାଇଁ ଆସିଛି ଏକ ଖରାପ ଖବର । ଆଜି ଅର୍ଥାତ୍ ୧ ଏପ୍ରିଲରୁ ୯୦୦ ରୁ ଅଧିକ ଅତ୍ୟାବଶ୍ୟକ ଔଷଧର ମୂଲ୍ୟ ୧.୭୪ ପ୍ରତିଶତ ବୃଦ୍ଧି ପାଇବ । ଏହା ସହିତ ସାଧାରଣ ଲୋକଙ୍କ ଔଷଧ ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ସଞ୍ଚୟ ହ୍ରାସ ପାଇବ । ଜାତୀୟ ଔଷଧ ମୂଲ୍ୟ ନିର୍ଦ୍ଧାରଣ କର୍ତ୍ତୃପକ୍ଷ (NPPA) ଏହି ସମସ୍ତ ୯୦୦ରୁ ଅଧିକ ଅତ୍ୟାବଶ୍ୟକ ଔଷଧର ମୂଲ୍ୟରେ ୧.୭୪ ପ୍ରତିଶତ ପର୍ଯ୍ୟନ୍ତ […]

ମହାକାଶରୁ ଭାରତର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ମନଭରି ଉପଭୋଗ କଲି : ସୁନୀତା ୱିଲିୟମ୍ସ

ମହାକାଶରୁ ଫେରିବା ପରେ ସୁନୀତା ୱିଲିଅମ୍ସ ଓ ବୁଚ୍ ଓ୍ଲିଲ୍‌ମୋର୍‌ଙ୍କ ପ୍ରଥମ ସାମ୍ବାଦିକ ସମ୍ମିଳନୀ । ମିଡିଆ ଆଗରେ ବଖାଣିଲେ ମହାକାଶରେ ଦୀର୍ଘ ଦିନ ରହିବାର ଅନୁଭୂତି । ମହାକାଶରେ ରହିବା ଦ୍ବାରା ଅନେକ ଶାରୀରିକ ସମସ୍ୟା ଦେଖାଦେଇଥିବା କଥା ସ୍ବିକାର କଲେ ସୁନୀତା । ସାମ୍ବାଦିକ ସମ୍ମିଳନୀ ସୁନୀତା କହିଛନ୍ତି, ଭାରତ ଏକ ସୁନ୍ଦର ରାଷ୍ଟ୍ର। ମହାକାଶରୁ ଭାରତର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ମନଭରି ଉପଭୋଗ କରୁଥିଲି ।ମହାକାଶରୁ ଭାରତର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ମନଭରି ଉପଭୋଗ କରୁଥିଲି […]

୯୦ ତମ ପୋଲିସ ପ୍ରତିଷ୍ଠା ଦିବସ ପାଳୁଛନ୍ତି ଓଡିଶା ପୋଲିସ୍ ।

ଆଜି ଓଡ଼ିଶା ପୋଲିସର ପ୍ରତିଷ୍ଠା ଦିବସ । ୯୦ ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହେଉଛି । ଭୁବନେଶ୍ବର ରିଜର୍ଭ ପୋଲିସ ପଡ଼ିଆରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ପୋଲିସ କମିଶନର ଏସ ଦେବଦତ୍ତ ସିଂ । ଏହି ଅବସରରେ ଉଲ୍ଲେଖନୀୟ କାର୍ଯ୍ୟ ଦକ୍ଷତା ପାଇଁ କିଛି ପୋଲିସ କର୍ମଚାରୀଙ୍କୁ ସମ୍ମାନିତ ଓ ପୁରସ୍କୃତ କରାଯାଇଥିଲା । ସହିଦ ପୋଲିସ କର୍ମଚାରୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା। ୧୯୩୬ ମସିହାରେ ଉତ୍କଳ ପ୍ରଦେଶ ଗଠନ […]

ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍ ପରୀକ୍ଷଣ ଆରମ୍ଭ କରିଛି ଭାରତ

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର । ଭାରତରେ ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍ । ହରିୟାଣାର ୮୯ କିଲୋମିଟର ଦୀର୍ଘ ଜିନ୍ଦ-ସୋନିପତ ରୁଟରେ ଆଜି ଏହାର ପରୀକ୍ଷଣ ଆରମ୍ଭ କରିଛି। ଚେନ୍ନାଇର ଇଣ୍ଟିଗ୍ରାଲ୍ କୋଚ୍ ଫ୍ୟାକ୍ଟ୍ରି ଦ୍ୱାରା ନିର୍ମିତ ଏହି ଇକୋ ଫ୍ରେଣ୍ଡଲି ଟ୍ରେନ୍ ସ୍ଥାୟୀ ପରିବହନ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଘଣ୍ଟାପ୍ରତି ୧୧୦ କିଲୋମିଟର ବେଗରେ ପହଞ୍ଚିବାରେ ସକ୍ଷମ ଏହି ଟ୍ରେନରେ ଗୋଟିଏ ପାସେଞ୍ଜର କୋଚ୍ ଏବଂ ହାଇଡ୍ରୋଜେନ୍ ଷ୍ଟୋରେଜ୍ ପାଇଁ ସମର୍ପିତ ଦୁଇଟି ଅତିରିକ୍ତ […]