ଆମ୍ବେଦକର ଜୟନ୍ତୀ: ୧୪ ଏପ୍ରିଲ ସରକାରୀ ଛୁଟି

ସମାଜ ଏବଂ ସମ୍ବିଧାନ ପ୍ରତି ତାଙ୍କ ଅବଦାନ ଅତୁଳନୀୟ। ସେଥିପାଇଁ କେନ୍ଦ୍ର ସରକାର ଶୁକ୍ରବାର ଦିନ ୧୪ ଏପ୍ରିଲକୁ ଡକ୍ଟର ଭୀମରାଓ ରାମଜୀ ଆମ୍ବେଦକରଙ୍କ ଜନ୍ମବାର୍ଷିକୀକୁ ସାଧାରଣ ଛୁଟି ଘୋଷଣା କରିଛନ୍ତି।କେନ୍ଦ୍ର ମନ୍ତ୍ରୀ କହିଛନ୍ତି, ସମ୍ବିଧାନର ସ୍ଥପତି, ସମାଜରେ ସମାନତାର ଏକ ନୂତନ ଯୁଗ ପ୍ରତିଷ୍ଠା କରିଥିବା ବ୍ୟକ୍ତି, ଆମର ପୂଜ୍ୟ ବାବା ସାହେବ ଡକ୍ଟର ଭୀମରାଓ ଆମ୍ବେଦକର ଜୀଙ୍କ ଜନ୍ମ ବାର୍ଷିକୀରେ ସରକାରୀ କ୍ଷେତ୍ରରେ ସାଧାରଣ ଛୁଟି ରହିବ। ଏହି ନିଷ୍ପତ୍ତି ନେଇ ବାବା ସାହେବଙ୍କ […]

ବିଜାପୁରରେ ଲ୍ୟାଣ୍ଡମାଇନ ଠାବ,ନିଷ୍କ୍ରିୟ କଲେ ଯବାନ

ମାଲକାନଗିରି-ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ଲ୍ୟାଣ୍ଡମାଇନ ଠାବ କଲେ ସୁରକ୍ଷା ବାହିନୀ । ଗାଙ୍ଗାଲୁର ଥାନା ଅନ୍ତର୍ଗତ ଚେରପାଲ ପାଲନାର ରାସ୍ତାରୁ ପ୍ରାୟ ୪୫ କିଲୋଗ୍ରାମ ଓଜନର ଆଇଇଡି ଉଦ୍ଧାର କରିବା ପରେ ଏହାକୁ ନିଷ୍କ୍ରିୟ କରିଛନ୍ତି ସୁରକ୍ଷା କର୍ମୀ । ସୂଚନାଯୋଗ୍ୟ ଯେ, ସିଆରପିଏଫ୍ ୨୨୨ ବାଟାଲିୟନର ଯବାନ ମାନେ ଶୁକ୍ରବାର ସକାଳେ ପାଲନାର କ୍ୟାମ୍ପରୁ ସର୍ଚ୍ଚ ଅପରେସନ ଲାଗି ବାହାରିଥିଲେ । ହେଲେ ଚେରପାଲ ଠାରୁ ଦୁଇ କିଲୋମିଟର ଦୂର ପାଲନାର ରାସ୍ତାରେ ନକ୍ସଲମାନେ […]

ଚଳିତ ବର୍ଷ ରେକର୍ଡ ଭାଙ୍ଗିଲା ଭୁବନେଶ୍ୱର ତାତି।

ଚିନ୍ତା ବଢ଼ାଇଲାଣି ଖରା। ଆଜି ୪୦ ଡିଗ୍ରୀ ଟପିଲା ରାଜଧାନୀ ତାତି। ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜଧାନୀ ଭୁବନେଶ୍ୱରରେ ରେକର୍ଡ କରିଛି ତାପମାତ୍ରା। ଦିନର ତାପମାତ୍ରା ଥିଲା ୪୦.୨ ଡିଗ୍ରୀ।ଝାରସୁଗୁଡାରେ ୪୨ଡ଼ିଗ୍ରୀ ଅତିକ୍ରମ କଲା ତାତି । ଶୁକ୍ରବାର ଦିନ ୨ଟା ୩୦ ମିନିଟ୍ ସୁଦ୍ଧା ରେକର୍ଡ ତାପମାତ୍ରା ଅନୁଯାୟୀ ଝାରସୁଗୁଡାରେ ୪୨.୨ ଡ଼ିଗ୍ରୀ, ସମ୍ବଲପୁରରେ ୪୧.୬ ଡ଼ିଗ୍ରୀ, ରାଉରକେଲାରେ ୪୦.୨ ଡ଼ିଗ୍ରୀ, ହୀରାକୁଦରେ ୪୦ ଡ଼ିଗ୍ରୀ, ଚାନ୍ଦବାଲିରେ ୩୯.୮ ଡ଼ିଗ୍ରୀ ଏବଂ କେନ୍ଦୁଝରରେ […]

ଶିଶୁମାନଙ୍କ ଲୁକ୍କାୟିତ ପ୍ରତିଭା ବାର୍ଷିକୋତ୍ସବ ପାଳନରେ ପରିସ୍ଫୁଟିତ ହୋଇଥାଏ

ନୟାଗଡ଼,(ଓଡ଼ିଶା ଦର୍ପଣ): ଶିଶୁମାନଙ୍କ ମଧ୍ୟରେ ଅନ୍ତର୍ନିହିତ ଥିବା ଲୁକ୍କାୟିତ ପ୍ରତିଭା ବାର୍ଷିକୋତ୍ସବ ପାଳନ ମାଧ୍ୟମରେ ପରିସ୍ଫୁଟିତ ହୋଇଥାଏ। ପିଲାମାନଙ୍କ ଶିକ୍ଷଣ ଦକ୍ଷତା ବ୍ୟତୀତ ସେମାନଙ୍କ ମଧ୍ୟରେ ଥିବା କଳା, ସାହିତ୍ୟ, ସଂସ୍କୃତି, ସଙ୍ଗୀତ, ଅଭିନୟ ଆଦିରେ ରହିଥିବା ଦକ୍ଷତା ପ୍ରତିପାଦନ କରିବା ପାଇଁ ବାର୍ଷିକ ଉତ୍ସବ ଏକ ପ୍ରକୃଷ୍ଟ ମାଧ୍ୟମ ବୋଲି ନୟାଗଡ଼ ବ୍ଲକ ଅନ୍ତର୍ଗତ କାଳିକାପ୍ରସାଦ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକଉତ୍ସବରେ ଉପସ୍ଥିତ ଅତିଥି ମାନେ ମତବ୍ୟକ୍ତ କରିଥିଲେ। ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ […]

ଯାଜପୁରରେ ଅନୁସୂଚିତ ଜାତି ଓ ଜନଜାତିଙ୍କୁ ସର୍ବାଧିକ ନିର୍ଯାତନା

ଭାରତରେ ଅତ୍ୟାଚାର, ନିର୍ଯାତନା ଆଦି ମାମଲା ବଢ଼ିବାରେ ଲାଗିଛି । ଏଥିରୁ ବାଦ୍ ପଡ଼ିନି ଓଡ଼ିଶା । ଗତ ମାସ ମଧ୍ୟରେ ୨୪୮୩ ଜଣଙ୍କୁ ନିର୍ଯାତନା ମାମଲା ସାମ୍ନାକୁ ଆସିଛି । ଏନେଇ ଆଜି ଗୃହରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।ଗତ ୨୦୨୪ ଜୁନ୍‌ରୁ ୨୦୨୫ ଫେବ୍ରୁଆରୀ ଶେଷ ସୁଦ୍ଧା ସର୍ବମୋଟ ୨୪୮୩ଟି ଅନୁସୂଚିତ ଜାତି ଓ ଜନଜାତି ନିର୍ଯାତନା ଘଟଣା ରାଜ୍ୟର ବିଭିନ୍ନ ଥାନାରେ ପଞ୍ଜୀକୃତ ହୋଇଛି । ତେବେ ଏହି ମାମଲାଗୁଡ଼ିକର […]

ନୟାଗଡ଼ ଜିଲ୍ଲାର ବିକାଶ ପାଇଁ ସଂକଳ୍ପ ଅଧିବେଶନ

ନୟାଗଡ଼, (ଓଡ଼ିଶା ଦର୍ପଣ):ସମସ୍ତ ପ୍ରାକୃତିକ ଓ ଭୌଗୋଳିକ ପରିବେଶର ଅନୁକୂଳ ଅବସ୍ଥିତି ସତ୍ତ୍ୱେ ନୟାଗଡ଼ ଜିଲ୍ଲାର ସର୍ବାଙ୍ଗୀନ ବିକାଶ ଆଶାନୁରୂପ ହୋଇପାରି ନଥିବାରୁ ଉଦ୍ ବେଗ ପ୍ରକାଶ କରି ଆଜି ପୂର୍ବାହ୍ନରେ ନୟାଗଡ କେସି କ୍ଳବଠାରେ ଓଡ଼ିଶାର ରାଜଧାନୀ ସହରରେ ସୁପ୍ରତିଷ୍ଠିତ ନୟାଗଡିଆଙ୍କୁ ନେଇ ଗଠିତ ହୋଇଥିବା ନୟାଗଡ଼ ଜିଲ୍ଲା ବିକାଶ ସମ୍ମିଳନୀର ଉଦ୍ଘାଟନୀ ଅଧିବେଶନ ଅବସରପ୍ରାପ୍ତ ବରିଷ୍ଠ ପ୍ରଶାସକ କରୁଣାକର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ! ଏହି ଅଧିବେଶନରେ ସମ୍ମିଳନୀର ଉଦ୍ୟୋକ୍ତା ତଥା ବରିଷ୍ଠ […]

ଓଡ଼ିଶାରେ ମଦର ପ୍ରଚାର ପ୍ରସାର ନେଇ ଲୋକସଭାରେ ଉଦବେଗ ।

ମଦର ବ୍ୟାପକ ପ୍ରସାର ଯୋଗୁଁ ଓଡ଼ିଶାର ସାମାଜିକ ବ୍ୟବସ୍ଥା ନଷ୍ଟ ହେଉଛି, ଲୋକସଭାରେ ଉଦବେଗ ପ୍ରକାଶ କଲେ ବରଗଡ ସାଂସଦ ପ୍ରଦୀପ ପୁରୋହିତ । ଓଡ଼ିଶାର ଗାଁ ମାନଙ୍କରେ ବ୍ୟାପକ ମାତ୍ରାରେ ମଦଭାଟିର ପ୍ରସାର ଚାଳିଥିବାରୁ ଗାଁ ମାନଙ୍କ ସାମାଜିକ ଅବସ୍ଥା ବିଗିଡିବାରେ ଲାଗିଛି ଓ ଗାଁ ମାନଙ୍କର ଆର୍ଥିକ ଅବସ୍ଥା ଉପରେ ମଧ୍ୟ ଏହା ବୋଝ ତିଆରି ହେଉଛି । ଦେଶର ଅନ୍ୟ ରାଜ୍ୟରେ ମଧ୍ୟ ଏଭଳି ଅବସ୍ଥା ଥିବାରୁ କେନ୍ଦ୍ର ସରକାର ଅବକାରୀ ବିଭାଗକୁ […]

ପ୍ରଦୀପ ଜେନା ହେଲେ ଓଇଆରସି ଅଧ୍ୟକ୍ଷ

OERC ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । ପ୍ରଦୀପଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର । ଏହି ପଦବୀ ବରିଷ୍ଠ ଆଇଏଏସ ସୁରେଶ ମହାପାତ୍ରଙ୍କ ଅବସର ପରେ ଖାଲି ଥିଲା ପଡ଼ିଥିଲା।ପୂର୍ବତନ ମୁଖ୍ୟ ଶାସନ ସଚିବ ହେଉଛନ୍ତି ପ୍ରଦୀପ ଜେନା ।

ସରିଲା ଯୁକ୍ତ ଦୁଇ ପରୀକ୍ଷା । ଆସନ୍ତା ୨ ତାରିଖରୁ ଆରମ୍ଭ ହେବ ମୂଲ୍ୟାୟନ ।

ସରିଲା ଯୁକ୍ତ ଦୁଇ ପରୀକ୍ଷା । ଆସନ୍ତା ୨ ତାରିଖରୁ ଆରମ୍ଭ ହେବ ମୂଲ୍ୟାୟନ । ଖାତା ଦେଖିବା ପାଇଁ ରହିଥିବା ଶିକ୍ଷକଙ୍କ ଉପରେ ରହିବ କଡ଼ା ନଜର ।ଏପ୍ରିଲ ୨ରୁ ୧୪ ଯାଏଁ ପ୍ରଥମ ପର୍ଯ୍ୟାୟ ଖାତାଦେଖା ହେବାବେଳେ ଏପ୍ରିଲ ୧୬ରୁ ୨୮ ଯାଏଁ ଦ୍ବିତୀୟ ପର୍ଯ୍ୟାୟ ଖାତାଦେଖା ଚାଲିବ। ଏହାପରେ ମେ ୧୫ରେ ରେଜଲ୍ଟ ପ୍ରକାଶ ପାଇବ। ତେବେ ଅତ୍ୟଧିକ ଖରା ଯୋଗୁଁ ବହୁ ଶିକ୍ଷକ ଶିକ୍ଷୟିତ୍ରୀ ଖାତା ଦେଖିବାକୁ ଆସୁନଥିବାରୁ ଖାତାଦେଖା କେନ୍ଦ୍ର […]

ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ଶୁକ୍ରବାର ମହଙ୍ଗା ଭତ୍ତା(ଡିଏ) ବୃଦ୍ଧି କରିଛନ୍ତି ସରକାର। ମହଙ୍ଗା ଭତ୍ତା ୨% ବୃଦ୍ଧି କରାଯାଇଛି। କେନ୍ଦ୍ର କ୍ୟାବିନେଟ ବୈଠକରେ ସରକାର ଏହି ବଡ ନିଷ୍ପତ୍ତି ନେଇଛନ୍ତି। ଏହି ବୃଦ୍ଧି ସହ କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନ ଭୋଗୀଙ୍କ ଡିଏ ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି।କେନ୍ଦ୍ର ସରକାରୀ କର୍ମଚାରୀମାନଙ୍କୁ ପ୍ରଚଳିତ ମୁଦ୍ରାସ୍ଫୀତି ହାର ଏବଂ ସେମାନଙ୍କର ମୂଳ ଦରମା ଆଧାରରେ ମହଙ୍ଗା ଭତ୍ତା ପ୍ରଦାନ କରାଯାଏ, […]

ଭିଜିଲାନ୍ସ ଜାଲରେ ଆଠମଲ୍ଲିକ ତହସିଲର ବରିଷ୍ଠ କିରାଣୀ ସତ୍ୟପ୍ରିୟ ନାୟକ

ଭିଜିଲାନ୍ସ ଜାଲରେ ଆଠମଲ୍ଲିକ ତହସିଲର ବରିଷ୍ଠ କିରାଣୀ ସତ୍ୟପ୍ରିୟ ନାୟକ । ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସ ଟିମ୍ । ପୈତୃକ ସମ୍ପତ୍ତିର ଭାଇ ଭାଗ ପଟ୍ଟା କରାଇ ଦେବା ପାଇଁ ମାଗିଥିଲେ ଲାଞ୍ଚ । ଘଟଣାରୁ ଜଣାପଡିଛି ଯେ, କେନ୍ଦୁପାଟି ଗ୍ରାମର ଚରଣ ନାୟକଙ୍କ ଜମି ଭାଗ କରାଇଦେବା ପାଇଁ ସେ ଆଠମଲ୍ଲିକ ତହସିଲ କାର୍ଯ୍ୟାଳୟ ଠାରେ ଆବଦେନ କରିଥିଲେ। ହେଲେ ଏହି ଭାଗ ବଣ୍ଟା ପାଇଁ ତାଙ୍କୁ ସତ୍ୟପ୍ରିୟ […]

ସାଂସଦଙ୍କ ପରେ ବିଧାୟକଙ୍କ ଦରମା ବୃଦ୍ଧି ଦାବି

ବିଧାୟକ ଓ ପୂର୍ବତନ ବିଧାୟକ ମାନଙ୍କ ପେନସନ୍‌ ବୃଦ୍ଧି ନେଇ ଶୁନ୍ୟକାଳରେ ଦାବି ଉଠାଇଲା ବିଜେଡି । ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଏହି ପ୍ରସଙ୍ଗ ଉଠାଇ କହିଛନ୍ତି, “ବର୍ତ୍ତମାନ ବଜାର ଦର ବଢ଼ିଛି । ଅନେକ ପୂର୍ବତନ ବିଧାୟକ ପେନସନ ବଢ଼ାଇବା ପାଇଁ ଲବିକୁ ଆସିଛନ୍ତି । ତେବେ । ମେଡ଼ିସିନ ଖର୍ଚ୍ଚ ହେଉ କି ବଜାର ଦର ଯାହା ଅଛି ତାହା ପେନସନକୁ ଦେଖିଲେ ପର୍ଯ୍ୟାପ୍ତ ହେଉ ନାହିଁ ବୋଲି ପ୍ରମିଳା […]