ଭାରତରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ବିଦାୟ ନେଇଛି। ଉତ୍ତର ପଶ୍ଚିମ ଭାଗରୁ ୧୭ ତାରିଖ ବଦଳରେ ୨୩ ସେପ୍ଟେମ୍ବରରୁ ଆରମ୍ଭ ହୋଇଥିବା ଅପସାରଣ ପ୍ରକ୍ରିୟା ମଙ୍ଗଳବାର ଓଡ଼ିଶାରୁ ସମ୍ପୂର୍ଣ୍ଣ ହୋଇଛି। । ଏହି ପ୍ରକ୍ରିୟା ଅକ୍ଟୋବର ୧୩ରେ ଆରମ୍ଭ ହୋଇଥିବାବେଳେ ସ୍ବାଭାବିକ ତାରିଖର ୪ ଦିନପୂର୍ବରୁ ମୌସୁମୀ ଚାଲିଯାଇଛି। ରାଜ୍ୟକୁ ପୁଣି ଏକ ଲଘୁଚାପ ଆସୁଛି । ବଙ୍ଗୋପସାଗରରେ ହେବାକୁ ଥିବା ଏହି ଲଘୁଚାପ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ । ପାଣିପାଗ ବିଶେଷଜ୍ଞ […]
ଶ୍ରୀମନ୍ଦିରରେ କେବଳ ଓମ୍ଫେଡ୍ ଘିଅର ବ୍ୟବହାର ନେଇ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ହୋଇଛି। ଏନେଇ ମୁଖ୍ୟ ପ୍ରଶାସକ ଚିଠି ଲେଖିଥିବା ସୂଚନା ମିଳିଛି। ମୁଖ୍ୟ ପ୍ରଶାସକ ପତ୍ରରେ ଲେଖିଛନ୍ତି ଯେ, ଶ୍ରୀମନ୍ଦିର ମଧ୍ୟରେ ମହାପ୍ରସାଦ ପ୍ରସ୍ତୁତି ଏବଂ ଦୀପରେ କେବଳ ଓମଫେଡ୍ ଘିଅ ବ୍ୟବହାର ପାଇଁ ସ୍ଥିର ହୋଇଛି । ଏନେଇ ସମ୍ପୃକ୍ତ ନିଯୋଗଗୁଡ଼ିକ ସହ ମଧ୍ୟ ଆଲୋଚନା ହେବା ସହ ସହମତି ପ୍ରକାଶ ପାଇଛି । ଶ୍ରୀମନ୍ଦିରରେ ଓମଫେଡ଼ ଘିଅର ଆବଶ୍ୟକତାକୁ ନଜରରେ ଯଥେଷ୍ଟ ଘିଅ ମହଜୁଦ୍ […]
ପୂର୍ବତନ ମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ନେତା ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ୭୯ ବର୍ଷରେ ପାଦ ଥାପିଛନ୍ତି ।ଆଜି ନବୀନଙ୍କ ଜନ୍ମଦିନ । ତାଙ୍କ ଜନ୍ମଦିନରେ ବିଜେଡି ରାଜ୍ୟର ବିଭିନ୍ନ ସ୍ଥାନରେ ଜୀବନବିନ୍ଦୁ କାର୍ଯ୍ୟକ୍ରମ ମାଧ୍ୟମରେ ରକ୍ତଦାନ ଶିବିର ଆୟୋଜନ କରିବ । ୧୯୪୬ ଅକ୍ଟୋବର ୧୬ ତାରିଖରେ କଟକରେ ଜନ୍ମ ନେଇଥିଲେ ନବୀନ । ଜୀବନର ୫୦ ବର୍ଷରୁ ଊଦ୍ଧ୍ୱର୍ କାଳ ରାଜନୀତିରୁ ଦୂରେଇ ରହିଥିବା ନବୀନ ଆକସ୍ମିକ ଭାବେ ପିତା […]
ରାୟଗଡ଼ା- ରାୟଗଡ଼ା ପୌରାଂଚଳରେ ଦିନକୁ ଦିନ ରାସ୍ତା ଜବରଦଖଲ ଓ ପାର୍କିଂକୁ ନେଇ ହରଡ଼ଘଣାରେ ପଡ଼ୁଛି ପୋଲିସ । ବିଶେଷ ଭାବେ ରାୟଗଡ଼ା ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ରହିଥିବା ଦୋକାନଗୁଡ଼ିକ ସମ୍ମୁଖରେ ରାସ୍ତା ଉପରେ ଗାଡ଼ି ପାର୍କିଂ, ଉଠା ଦୋକାନୀ କାରଣରୁ ମୁଖ୍ୟ ରାସ୍ତାରେ ଟ୍ରାଫିକ ସମସ୍ୟା ଲାଗି ରହୁଛି । ସେହିଭଳି ସହରର ଏସବିଆଇ(ଏଡିବି) ବ୍ରାଂଚ ଶାଖା ଗଳି, ଭାମସି କ୍ରିଷ୍ଣା ହୋଟେଲ ଗଳି, ଆଇଡିବିଆଇ ଓ ଏଚଡିଏଫସି ବ୍ୟାଙ୍କ […]
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଖରିଫ୍ ଧାନ କିଣା ସଂକ୍ରାନ୍ତରେ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଜ୍ୟରେ ଧାନ କିଣାବେଳେ ପଡ଼ୋଶୀ ରାଜ୍ୟ ସୀମା ସିଲ୍ କରିବାକୁ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଏପରିକି ରାଜ୍ୟ ବାହାର ଚାଷୀ ଓଡ଼ିଶାରେ ଧାନ ବିକ୍ରି କରିପାରିବେ ନାହିଁ ବୋଲି ବୈଠକରେ କୁହାଯାଇଛି ।ଛତିଶଗଡ଼, ଝାରଖଣ୍ଡ ଏବଂ ପଶ୍ଚିମବଙ୍ଗ ରାଜ୍ୟର ସୀମାରେ ଚେକିଂ କଡାକଡି ହେବ । ବଡ କଥା ହେଲା […]
ଦଶହରାରୁ ନିଖୋଜ ଥିଲେ ଯୁବତୀ । ଏବେ ପୋଖରୀରୁ ମିଳିଲା ମୃତଦେହ । ଭଦ୍ରକ ଜିଲ୍ଲା ଧାମନଗର ଥାନା ଅନ୍ତର୍ଗତ କରଦା ପଞ୍ଚାୟତ ଅଙ୍ଗେଇପାଳ ଗ୍ରାମରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା ।ସୂଚନାଯୋଗ୍ୟ ଯେ, ଭଦ୍ରକ ଜିଲ୍ଲା ଧାମନଗର ଥାନା ଅନ୍ତର୍ଗତ କରଦା ପଞ୍ଚାୟତ ଅଙ୍ଗେଇପାଳ ଗ୍ରାମର ହେମନ୍ତ କରଙ୍କ ୨୩ ବର୍ଷ ବୟସ୍କା ଝିଅଙ୍କ ମୃତଦେହ ପୋଖରୀରୁ ଉଦ୍ଧାର ହୋଇଛି । ରବିବାର ଦିନ ସେ ନିଖୋଜ ଥିଲେ । ଦଶହରା ଥିବାରୁ ଝିଅ […]
ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ବେଙ୍ଗାଲୁରୁ ସ୍ଥିତ ହାଇଡେନ୍ମେଟ ସଲ୍ୟୁସନ୍ସ ପ୍ରାଇଭେଟ ଲିମିଟେଡ ମଧ୍ୟରେ ମଙ୍ଗଳବାର ଏକ ବୁଝାମଣା ସ୍ୱାକ୍ଷରିତ ହୋଇଯାଇଛି ।ମଞ୍ଜି ବୁଣିବା ଠାରୁ ଆରମ୍ଭ କରି ଫସଲ ଅମଳ, ଫସଲର ପ୍ରକୃତ ସ୍ଥିତିର ତଦାରଖ ସହ ଜଳ ଓ ପୋଷଣର […]
ଖରିଫ ଧାନ ଅମଳ ପୂର୍ବରୁ ରାଜ୍ୟ ସରକାର ମଙ୍ଗଳବାର ଧାନ କିଣାକୁ ନେଇ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଆଧୁନିକୀକରଣ ମାଧ୍ୟମରେ ଧାନ କିଣା ଯିବ ବୋଲି ଆଲୋଚନା ହୋଇଛି। ଏପରିକି ଚାଷୀଙ୍କ ଧାନ କିପରି ସୂଚାରୁ ରୂପେ କିଣାହେବ ସେନେଇ ବୈଠକରେ ଆଲୋଚନା କରାଯାଇଛି। ସମ୍ପୃକ୍ତ ଜିଲାର ଜିଲାପାଳ ଧାନ କିଣିବା ସମୟ ସୀମା ବଢ଼ାଇ ପାରିବେ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି।ମଣ୍ଡିଗୁଡିକୁ ଆଧୁନିକୀକରଣ […]
କଟକର ଐତିହାସିକ ବାଲିଯାତ୍ରା ପାଇଁ ପ୍ଲଟ୍ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ ହୋଇଛି। ନଭେମ୍ବର ୧୫ରୁ ଆରମ୍ଭ ହୋଇ ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ ବାଲିଯାତ୍ରା। ହାଇବ୍ରିଡ଼ ଏବଂ ଅନଲାଇନରେ ପଞ୍ଜିକରଣ ହେବ । ସକାଳ ୧୦ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ ପଞ୍ଜିକରଣ ପ୍ରକ୍ରିୟା । ପଞ୍ଜିକରଣରେ ୧୦ଟି ଟିମ ନିୟୋଜିତ ରହିଛନ୍ତି । ୫ ହଜାର ଟଙ୍କା ଦେଇ ପଞ୍ଜିକରଣ କରିପାରିବେ ବ୍ୟବସାୟୀ । କଟକ ବାରବାଟୀ ପ୍ୟାଲେସରେ ଚାଲିଛି ପଞ୍ଜିକରଣ । ଅକ୍ଟୋବର ୨୭ରୁ […]
ଓଡିଶା ଲୋକସେବା ଆୟୋଗ ୨୦୨୩ ପ୍ରିଲିମନାରୀ ପରୀକ୍ଷା ତାରିଖ ଘୋଷଣା କରିଛି । ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା ଓପିଏସ୍ସି ପ୍ରିଲିମନାରୀ ପରୀକ୍ଷାର ତାରିଖ ସହ ସମ୍ପୂର୍ଣ୍ଣ ବିବରଣୀ ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁସାରେ, ଅକ୍ଟୋବର 27ରୁ ଓଡିଶା ସିଭିଲ୍ ସର୍ଭିସ୍ ପ୍ରିଲିମନାରୀ ପରୀକ୍ଷା ଆରମ୍ଭ ହେବ। ପାଞ୍ଚଟି ଜୋନ୍- ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ ଏବଂ ସମ୍ବଲପୁରରେ କରାଯିବ।ସମୟ: ସକାଳ 10ରୁ 12ଟା (ଜେନେରାଲ୍ ଷ୍ଟଡିଜ୍ ପେପର 1)ସମୟ: ଦ୍ୱିପ୍ରହର 1:30ରୁ 3:30 […]
ରାଜ୍ୟରେ ଭାଜପା ସରକାର ଆସିବା ପରେ ବିଜେଡିର କିଛି ନେତା ଦଳ ଛାଡ଼ିଛନ୍ତି। ବିଶେଷକରି ନିର୍ବାଚନ ସମୟରେ ପୂର୍ବତନ ବିଜେଡି ନେତା ଭି.କେ. ପାଣ୍ଡିଆନଙ୍କ ସମ୍ପୃକ୍ତି ଉପରେ ଅନେକେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ବିଜେଡିର ପରାଜୟକୁ ନେଇ ବରିଷ୍ଠ ବିଜେପି ନେତା ପ୍ରସନ୍ନ ପଟ୍ଟଶାଣୀଙ୍କ ବଡ଼ ବୟାନ । ପ୍ରସନ୍ନ କହିଲେ, ମୁଁ ବିଜେଡି ଲୋକ, ମୋ ଜନ୍ମ ଜାତକରେ ମୋ ନା ପଢିବେ । ଦୁର୍ଭାଗ୍ୟ ଦଳ ଗଢିକି ଦଳ ଛାଡିଲା ବେଳେ ବଡ ଦୁଃଖ […]
ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଆସନ୍ତା ୨୩ ତାରିଖରେ ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ । ଏହି ଅବସରରେ ଅନେକ ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ମୟୂରଭଞ୍ଜ ଜିଲା ଗସ୍ତ କାର୍ଯ୍ୟକ୍ରମ ପରେ ୨୪ତାରିଖ ସକାଳ ୯ଟାରୁ ବାହାରି ପୁରୀ ଜିଲାସ୍ଥିତ ତାଳବଣିଆ ହେଲିପ୍ୟାଡ୍ରେ ଅବତରଣ କରିବେ। ସେଠାରୁ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ପରେ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଭୁବନେଶ୍ୱରସ୍ଥିତ […]
