ମରଣାନ୍ତକ ଆକ୍ରମଣର ଶିକାର ହୋଇଥିବା କନଷ୍ଟେବଳଙ୍କୁ ଭେଟିଲେ ଡିଜିପି

ଜଣେ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ମରଣାନ୍ତକ ଆକ୍ରମଣର ଶିକାର ହୋଇଥିବା ବୁର୍ଲା ଥାନାର କନଷ୍ଟେବଳ ସରୋଜ ଭୋଇଙ୍କୁ ଡିଜିପି ଯୋଗେଶ ବାହାଦୂର ଖୁରାନିଆ ଏସ୍‌ସିବି ମେଡିକାଲରେ ଭେଟିଛନ୍ତି। ଏଥିସହିତ ସେ ସରୋଜଙ୍କୁ ଫଳ ବଣ୍ଟନ କରି ମହାନତା ଦେଖାଇଛନ୍ତି।ସୂଚନାଯୋଗ୍ୟ, କନଷ୍ଟେବଳ ସରୋଜଙ୍କୁ ହାଣି ପାପୁଲି ଛିଡ଼ାଇ ଦେଇଥିଲେ ଦୁର୍ବୃତ୍ତ। ଏଭଳି ଅଭାବନୀୟ ଘଟଣା ଘଟଣା ଶୁକ୍ରବାର ସମ୍ବଲପୁର ଜିଲା ବୁର୍ଲା ଥାନା ଝରାପାଲି ଗାଁରେ ଘଟିଥିଲା। ଏକ ଗଣ୍ଡଗୋଳ ଘଟଣାର ତଦନ୍ତ ପାଇଁ ଯାଇଥିବା ବେଳେ […]

ଏବେ ସରକାର ପାଳିବେ ବାଜି ରାଉତ ଜୟନ୍ତୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଶହୀଦ ବାଜି ରାଉତଙ୍କ ଜୟନ୍ତୀକୁ ଏଣିକି ସରକାରୀସ୍ତରରେ ପାଳନ କରାଯିବ।ଓଡ଼ିଶାର ସର୍ବକନିଷ୍ଠ ବରପୁତ୍ରଙ୍କୁ ସମ୍ମାନ ଜଣାଇବା ପାଇଁ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ କରାଯିବ । ତାଙ୍କ ତ୍ୟାଗ, ବଳିଦାନ ଓ ସଂଘର୍ଷକୁ ସମ୍ମାନ ଜଣାଇବା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଘୋଷଣା କରିଛନ୍ତି ।

ମା’ ଶାରଳାଙ୍କ ମନ୍ଦିରରେ ବଦଳିଲା ଘିଅ

ଜଗତସିଂହପୁର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳାଙ୍କ ପୀଠରେ ବଦଳିଲା ଘିଅ । ଗଚ୍ଛିତ ଘିଅକୁ ଫେରସ୍ତ କରାଯାଇଛି । ଓମ୍‌ଫେଡରୁ ଆସିଲା ୧୫ ଟିଣ ନୂଆ ଘିଅ ।ସୂଚନାଯୋଗ୍ୟ, ମା’ ଶାରଳା ମନ୍ଦିରରେ ନିମ୍ନମାନର ଘିଅ ବ୍ୟବହାର ହେଉଥିବା ଗୁରୁବାର ଅଭିଯୋଗ ହୋଇଥିଲା। ଏ ନେଇ ଶୁକ୍ରବାର ଫୁଡ ଇନ୍ସପେକ୍ଟରଙ୍କ ଟିମ୍‌ ପହଞ୍ଚି ଯାଞ୍ଚ କାର୍ଯ୍ୟ ଆରମ୍ଭ କରିଥିଲା। ନିମ୍ନମାନର ଘିଅ ବ୍ୟବହାର ହେଉଥିବା ଅଭିଯୋଗ ପରେ ଭଣ୍ଡାର ଘରେ ଥିବା ଘିଅର ମାନ ଯାଞ୍ଚ […]

ଅକ୍ଟୋବର ୭ ତାରିଖ ଓ ୧୪ ତାରିଖରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ 

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ୨ ଦିନ ବନ୍ଦ ରହିବ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଅକ୍ଟୋବର ୭ ତାରିଖ ଓ ୧୪ ତାରିଖରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି କୁହାଯାଇଛି।ନୂଆ ସରକାର ଗଠନ ହେବା ପରେ ଜୁଲାଇ ମାସ ପ୍ରଥମ ସୋମବାର ଅର୍ଥାତ୍ ଜୁଲାଇ ୧ରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣି ତାର ସମାଧାନ କରୁଛନ୍ତି। ଭୁବନେଶ୍ୱରର ୟୁନିଟ-୫ […]

ଭରତପୁର ଥାନା ଘଟଣା: ସତ୍ୟପାଠ ଦାଖଲ ପାଇଁ ବିଜ୍ଞପ୍ତି ପ୍ରକାଶ

ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ବିଚାର ବିଭାଗୀୟ ତଦନ୍ତ ଜାରି ରହିଛି। ଏହାରି ଭିତରେ ତଦନ୍ତ କମିଶନଙ୍କ ପକ୍ଷରୁ ସତ୍ୟପାଠ ଦାଖଲ ପାଇଁ ଗଣମାଧ୍ୟମରେ ବିଜ୍ଞପ୍ତି ପ୍ରକାଶ ପାଇଛି। ନୋଟିଫିକେସନ ପରଠାରୁ ୨୧ ଦିନ ଯାଏ ସତ୍ୟପାଠ ଆହ୍ବାନ କରାଯାଇଛି । ଘଟଣା ସଂପର୍କରେ ଜାଣିଥିଲେ ସତ୍ୟପାଠ ଜରିଆରେ ମତ ରଖିପାରିବେ । ସର୍କିଟ ହାଉସରେ ଏକ ବକ୍ସ ରଖାଯାଇଛି । ଯିଏ ଚାହିଁବେ ଏହି ବକ୍ସରେ ମତ ରଖିପାରିବେ । ଇ-ମେଲ୍‌ […]

ଚଳିତ ବର୍ଷ ରାବଣ ପୋଡିରେ ହେବନି ବାଣ ପ୍ରତିଯୋଗିତା

ରାବଣପୋଡ଼ିରେ ଏଥର ଆଉ ହେବନି ବାଣ ପ୍ରତିଯୋଗିତା। ଏନେଇ ହାଇକୋର୍ଟ ସିଏମ୍‌ସି ଏବଂ ଜିଲା ପ୍ରଶାସନକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। କେବଳ ପରିବେଶ ଅନୁକୂଳ ରଙ୍ଗୀନ ବାଣ ବ୍ୟବହାର ନେଇ ଆଡଭୋକେଟ୍‌ କମିଟି ପ୍ରସ୍ତାବ ଦେଇଛି । ରାବଣ ପୋଡ଼ି ପାଇଁ ବାଲିଯାତ୍ରା ତଳ ପଡ଼ିଆରେ ୧୦ ତାରିଖ ସୁଦ୍ଧା ସମସ୍ତ ବ୍ୟବସ୍ଥା କରିବାକୁ ସିଏମସି ଓ ଜିଲା ପ୍ରଶାସନକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ରାବଣ ପୋଡ଼ି ଦେଖିବାକୁ କଟକକୁ ବହୁ ଲୋକଙ୍କ ଆଗମନ ହୋଇଥାଏ। ତେଣୁ […]

ଯୁକ୍ତ ଦୁଇ ପରୀକ୍ଷା ତାରିଖ ଘୋଷଣା ହେଲା।

ଏଥର ଯୁକ୍ତ ଦୁଇ ପରୀକ୍ଷା ଦୁଇ ଭାଗରେ ହେବ। ଇଣ୍ଟରନାଲ ଓ ମେନ ପରୀକ୍ଷା। ଇଣ୍ଟରନାଲ ଡ଼ିସେମ୍ବର ୨୬ ରୁ ୩୦ ଯାଏଁ ହେବ ପରୀକ୍ଷା। ଜାନୁଆରୀ ୨ ରୁ ୧୨ ଭିତରେ ହେବ ପ୍ରାକ୍ଟିକାଲ ପରୀକ୍ଷା। ଫେବୃଆରୀ ୧୫ ରୁ ମାର୍ଚ୍ଚ ୨୦ ଭିତରେ ମେନ ପରୀକ୍ଷା ହେବ। ଫର୍ମ ଫିଲ ଅପ ଚାଲିଛି। ଯେଉଁମାନେ କରି ନାହାନ୍ତି, ଫାଇନ ଡେଟରେ କରିବେ। ୭୫% ଉପସ୍ଥାନ ନଥିଲେ, ମିଳିବନି ଆଡମିଟ କାର୍ଡ। ସମସ୍ତ ଷ୍ଟ୍ରିମର ଫଳାଫଳ […]

ଲକ୍ଷ୍ମୀ ବସ୍‌କୁ ନେଇ ପୁଣି ତେଜିଲା ବିବାଦ

ପୁଣି ଆନ୍ଦୋଳନକୁ ଓହ୍ଲାଇବେ ଘରୋଇ ବସ ମାଲିକ ସଂଘ। ଆସନ୍ତା ୭ ଓ ୮ ତାରିଖରେ ୨୪ ଘଣ୍ଟିଆ ବସ୍‌ ଚଳାଚଳ ବନ୍ଦ ରଖିବାକୁ ନେଇଛନ୍ତି ନିଷ୍ପତ୍ତି।ବିଜେଡି ସରକାର ଅମଳରେ ପ୍ରଥମେ ଟାୟାର ୱାନ ବସ୍ ଚାଲିଥିଲା। ପ୍ରତିବାଦ ପରେ ବନ୍ଦ ରହିଥିଲା, ତେବେ ପୁଣି ଟାୟାର ଟୁ ଲକ୍ଷ୍ମୀ ବସ୍‌ ଚଳାଚଳ ନେଇ ବସ୍‌ ମାଲିକ ସଂଘ ପ୍ରତିବାଦ କରିଥିଲେ। ହେଲେ ନିର୍ବାଚନ ଯୋଗୁଁ ତାହା ସ୍ଥଗିତ ରହିଥିଲା।ପଶ୍ଚିମାଞ୍ଚଳ ଓ ଦକ୍ଷିଣାଞ୍ଚଳ ବସ୍ ମାଲିକମାନେ ଲକ୍ଷ୍ମୀ […]

ଖାଇବା ଥାଳିରୁ ବାହାରିଲା ଝିଟିପିଟି ସହ ବିଛା

ଇଂଜିନିୟରିଂ ପିଲାଙ୍କୁ ରାତ୍ର ଭୋଜନରେ ଦିଆଯାଇଥିବା ଆଳୁ ତରକାରୀରେ ବାହାରିଲା ମଲା ଝିଟିପିଟି ସହ ବିଛା। ଯାହାକୁ ନେଇ ହଷ୍ଟେଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା। ପୋଲିସ ପହଞ୍ଚି ବୁଝାସୁଝା କରିବା ପରେ ଉତ୍ତେଜନା ଥମିଥିଲା।ଶୁକ୍ରବାର ରାତିରେ ପିଲାମାନଙ୍କୁ ରାତି ଭୋଜନରେ ରୁଟି ସହ ଆଳୁ ତରକାରୀ ଦିଆଯାଇଥିଲା। ଖାଇବା ବେଳେ ତରକାରୀରୁ ବିଛା ଓ ମଲା ଝିଟିପିଟି ବାହାରିଥିଲା। ଯାହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଏପରିକି ବାରମ୍ବାର ଖାଇବାରୁ ପୋକ, ଝିଟିପିଟି ଓ ବିଛା […]

ଆଜି ନିଯୁକ୍ତି ପାଇବେ ୧୬ହଜାର କନିଷ୍ଠ ଶିକ୍ଷକ

ରାଜ୍ୟର ବିଭିନ୍ନ ପ୍ରାଥମିକ ତଥା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ୧୬,୦୦୯ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀ (ଯୋଜନାଭିତ୍ତିକ) ନିଯୁକ୍ତ ହେବାକୁ ଯାଉଛନ୍ତି। ଆଜି( ଶନିବାର) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନବନିଯୁକ୍ତ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଭବିଷ୍ୟତରେ ଗୁଣାତ୍ମକ ଶିକ୍ଷାଦାନ ନିମନ୍ତେ ମାର୍ଗଦର୍ଶନ କରାଇବେ। କାର୍ଯ୍ୟକ୍ରମରେ କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପମୁଖ୍ୟମନ୍ତ୍ରୀ କନକ […]

ପିଏମ୍ ଇଣ୍ଟର୍ଣ୍ଣସିପ୍ ସ୍କିମ୍ ପାଇଁ ୧୨ରୁ ଆବେଦନ: ମାସକୁ ମିଳିବ ୫ ହଜାର

ଯୁବକମାନଙ୍କୁ ନିଯୁକ୍ତି ଦେବା ଲକ୍ଷ୍ୟରେ ପିଏମ୍ ଇଣ୍ଟର୍ନସିପ୍ ସ୍କିମ୍ ଆରମ୍ଭ କରିଛନ୍ତି କେନ୍ଦ୍ର ସରକାର। ଏଥିପାଇଁ ଅକ୍ଟୋବର ୧୨ରୁ ଅନଲାଇନ୍ ଆବେଦନ କରାଯିବ। ଇଣ୍ଟର୍ନସିପ ବର୍ଷେ ହେବ ଏବଂ ଏଥିରେ ମନୋନୀତ ଯୁବକମାନଙ୍କୁ ପ୍ରତି ମାସରେ ୫ହଜାର ଟଙ୍କା ଆର୍ଥିକ ସହାୟତା ଦିଆଯିବ । ଏହା ବ୍ୟତୀତ ନିଜେ ଇଣ୍ଟର୍ନସିପ ଆରମ୍ଭ କଲେ ୬ହଜାର ଟଙ୍କା ପ୍ରଦାନ କରାଯିବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ତାଙ୍କ ବଜେଟ ଭାଷଣ ସମୟରେ ଏହି ଯୋଜନା ବିଷୟରେ ସୂଚନା ଦେଇଛନ୍ତି।ପିଏମ୍ ଇଣ୍ଟର୍ଣ୍ଣସିପ୍ […]

ପୁଲିସ ବାଟାଲିୟନରେ କନଷ୍ଟେବଳ ନିଯୁକ୍ତି, ସର୍ବାଧିକ ବୟସସୀମା କୋହଳ

ଓଡ଼ିଶା ପୋଲିସ କନ୍‌ଷ୍ଟେବଲ୍‌ ନିଯୁକ୍ତି ପାଇଁ ଆବେଦନ ଚାଲିଥିବା ବେଳେ ବୟସ ସୀମାକୁ ନେଇ ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ରାଜ୍ୟର ସବୁ ବାଟାଲିଅନ୍‌ରେ କନ୍‌ଷ୍ଟେବଲ୍‌ ନିଯୁକ୍ତି ପାଇଁ ବୟସ ସୀମା କୋହଳ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି।ହାଇକୋର୍ଟରେ ମାମଲା ଦାୟର କରିଥିବା ସମସ୍ତ ଆବେଦନାକାରୀଙ୍କୁ ଅନଲାଇନ ଏବଂ ଅଫଲାଇନରେ ଆବେଦନ କରିବାକୁ ଅନୁମତି ଦେଇଛନ୍ତି ହାଇକୋର୍ଟ। ତେବେ ସେମାନଙ୍କ ପରୀକ୍ଷା ଫଳ ପ୍ରକାଶନ ଉପରେ କୋର୍ଟ ଅଙ୍କୁଶ ଜାରି କରିଛନ୍ତି।ତେବେ ଏହି ପଦବୀରେ ଆବେଦନ ପାଇଁ […]