ସେପ୍ଟେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ଦିଆଯିବ। ଆଜି ଏନେଇ ବିଧାନସଭାରେ ବିଜେଡି ବିଧାୟକ ଚକ୍ରମଣି କହଁରଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେପ୍ଟେମ୍ବର ସୁଦ୍ଧା ଯୋଗ୍ୟ ବ୍ୟକ୍ତିଙ୍କୁ ମିଳିବ ନୂଆ ରାସନ୍ କାର୍ଡ । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ନୂଆକରି ରାସନ୍ କାର୍ଡ ପାଇବାକୁ ୧୦ ଲକ୍ଷ ଲୋକ ଆବେଦନ କଲେଣି । ସେମାନଙ୍କୁ ସେପ୍ଟେମ୍ବର ସୁଦ୍ଧା ନୂଆ ରାସନ୍ କାର୍ଡ ଯୋଗାଇ ଦିଆଯିବ । ତେବେ ଏବେ […]
ସୁଭଦ୍ରା ଯୋଜନାରେ ସାମିଲ ହେବାକୁ ହିତାଧିକାରୀଙ୍କ ପାଇଁ ଆଜିଠୁ ଆରମ୍ଭ ହେଉଛି ସୁଭଦ୍ରା ଫର୍ମ ସଂଗ୍ରହ। ମୋ ସେବା କେନ୍ଦ୍ର, ଜନସେବା କେନ୍ଦ୍ର ଓ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ ଯେଉଁ ସ୍ଥାନ ନିରୁପଣ କରାଯାଇଥିବ ଆଜି ଅପରାହ୍ନରୁ ସେଠାରେ ଫର୍ମ ସଂଗ୍ରହ କରାଯିବ । ଏହା ସମ୍ପୂର୍ଣ୍ଣ ନିଶୁଳ୍କ ରହିବ ବୋଲି ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେପଟେ ଆଧାର ସଂଶୋଧନ ପାଇଁ ଡାକଘର ଏବଂ ଜନସେବା କେନ୍ଦ୍ରରେ ଆବେଦନକାରୀଙ୍କ ଭିଡ ଜମମୁଥିବା […]
ଆସନ୍ତା ୫ ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ପ୍ରଭାବରେ ୫ରୁ ୮ ତାରିଖ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାକୁ ଥିବାବେଳେ ଉପକୂଳରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ। ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, […]
ବେଆଇନ ମଦ କାରବାର ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ଅଗଷ୍ଟ ମାସ ୨୦ ତାରିଖରୁ ଆରମ୍ଭ ହୋଇଥିବା ଚଢ଼ାଉ ଅଭିଯାନ ଆଜିବି ଜାରି ରହିଛି। ଦୀର୍ଘ ୧୫ ଦିନ ଧରି ଚାଲିଥିବା ଏହି ଚଢ଼ାଉ ସମଗ୍ର ରାଜ୍ୟରେ ଦୀର୍ଘତମ ତଥା ସର୍ବବୃହତ ଚଢ଼ାଉ ଅଭିଯାନ ବୋଲି ବିବେଚନା କରାଯାଉଛି। ବେଆଇନ ମଦ କାରବାର ନେଇ ରାଜ୍ୟସରକାର କଡା ଆଭିମୁଖ୍ୟ ରହିଛି । ବେଆଇନ ମଦ ଭାଟି ଓ ବିକ୍ରୟ କେନ୍ଦ୍ରଗୁଡିକୁ ଅବକାରୀ ବିଭାଗର ବିଭିନ୍ନ ଟିମ୍ […]
ଦ୍ୱିତୀୟ ପର୍ଯ୍ୟାୟ ତାଲିମ ପରେ ରାଜ୍ୟ ସରକାର ୨୦୨୨ ବ୍ୟାଚର ୬ ଜଣ ଓଡ଼ିଶା କ୍ୟାଡର ଆଇଏଏସ୍ ଅଫିସରଙ୍କୁ ରାଜ୍ୟର ବିଭିନ୍ନ ସ୍ଥାନରେ ଉପଜିଲାପାଳ ଭାବେ ନିଯୁକ୍ତି ଦେଇଛନ୍ତି। ଯେଭଳି ବଣାଇ, ଆଠଗଡ଼, ପଦମପୁର, ଜୟପୁର, ତାଳଚେର ଓ ରାଇରଙ୍ଗପୁରଠାରେ ଉପଜିଲ୍ଲାପାଳ ଭାବେ ଅବସ୍ଥାପିତ କରିଛନ୍ତି। ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏହି ସମସ୍ତ ଆଇଏଏସ୍ ଅଫିସର ଉପଖଣ୍ଡ ମାଜିଷ୍ଟ୍ରେଟ୍ ଭାବେ ଭାରତୀୟ ନାଗରିକ ସଂହିତା-୨୦୨୩ର ଧାରା ୧୪(୪) […]
ନକ୍ସଲ ପ୍ରସଙ୍ଗ ନେଇ ପୁଲିସ୍ ଡିଜି ୱାଇବି ଖୁରାନିଆଙ୍କ ବଡ଼ ମନ୍ତବ୍ୟ ଆସିଛି। ସେ କହିଛନ୍ତି ମାର୍ଚ୍ଚ ୨୦୨୬ ସୁଦ୍ଧା ଓଡ଼ିଶାରୁ ନକ୍ସଲ ମୂଳ ପୋଛ ହେବେ। ନକ୍ସଲ ପ୍ରସଙ୍ଗ ନେଇ ବୈଠକ ପରେ ପୁଲିସ୍ ଡିଜିଙ୍କ ଏଭଳି ପ୍ରତିକ୍ରିୟା ଆସିଛି। ପୋଲିସ ଡିଜି ୱାଇ ବି ଖୁରାନିଆ କହିଛନ୍ତି, “ଆଶା କରୁଛୁ ମାର୍ଚ୍ଚ ୨୦୨୬ ସୁଦ୍ଧା ନକ୍ସଲ ମୂଳପୋଛ ହେବ । ଏହି ଲକ୍ଷ୍ୟ ସେଥିରେ ସଫଳ ହେବ । କାରଣ ନକ୍ସଲ ମୂଳପୋଛ ପାଇଁ […]
ସାମାନ୍ୟ ଫ୍ରିଜ୍ ପାଇଁ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି| ବାଲେଶ୍ୱର ସୋରୋ ଖଇରା ଥାନା ଅଧୀନ ନହଙ୍ଗ ପଞ୍ଚାୟତ ସେରପୁର ଗ୍ରାମର ସୁଦାମ ସେଠୀଙ୍କ ଝିଅ ଲକ୍ଷ୍ମୀପ୍ରିୟାଙ୍କ ଜୀବନ ଦୀପ ଆଜି ଲିଭି ଯାଇଛି।ଏନେଇ ଲକ୍ଷ୍ମୀର ବାପା ତାର ଶାଶୁ, ସ୍ୱାମୀ ଓ ଦୁଇ ନଣନ୍ଦଙ୍କ ନାମରେ ଯୌତୁକ ଲାଗି ହତ୍ୟା ଅଭିଯୋଗ ଆଣି ଥିବାବେଳେ ଖଇରା ପୁଲିସ ଘଟଣାର ତଦନ୍ତ ଜାରି ରଖିଛି। ସୂଚନାମୁତାବକ ଲକ୍ଷ୍ମୀପ୍ରିୟା ସେଠୀଙ୍କ ବିବାହ ଖଇରା ବ୍ଲକ ଗଡ଼ପୋଖରୀ ପଞ୍ଚାୟତ […]
ରାଜ୍ୟରେ ଖୁବ୍ ଶୀଘ୍ର ଲାଗୁ ହେବ ପେସା ଆଇନ । ଗୃହରେ ଏ ନେଇ ଉତ୍ତର ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ । ଆଦିବାସୀ ଅଞ୍ଚଳର ସରପଞ୍ଚ ମାନଙ୍କୁ ଯେଉଁ ୨୨ଟି କ୍ଷେତ୍ରରେ କ୍ଷମତା ଦିଆଯାଇଛି, ତାହା ଏବେ ବି ବଳବତ୍ତର ଅଛି । ଆମ ସରକାର ପେସା ଆଇନ ଆଣିବ । ୧୦୦% କ୍ଷମତା ପାଇବେ ସରପଞ୍ଚ । ଗ୍ରାମସଭାକୁ ଲୋକଙ୍କ ଇଚ୍ଛା ଅନୁସାରେ କାମ କରିବାକୁ କ୍ଷମତା ମିଳିବ ବୋଲି ମନ୍ତ୍ରୀ କହିଛନ୍ତି […]
ପୁଲିସ ଗାଡ଼ିକୁ ଧକ୍କା ଦେଲା ୧୦୮ ଆମ୍ୱୁଲାନ୍ସ।୧୦୮ ଧକ୍କାରେ ୩ ରାଉଣ୍ଡ ଓଲଟିଲା ପୁଲିସ ଗାଡ଼ି। ଗାଡ଼ି ତଳେ ଚାପି ହୋଇ ଚାଲିଗଲା ହୋମଗାର୍ଡଙ୍କ ଜୀବନ, ଆଇଆଇସି ଓ ପୁଲିସ ଡ୍ରାଇଭରଙ୍କ ଅବସ୍ଥା ସଂକଟାପନ୍ନ। ଗତକାଲି ବିଳମ୍ବିତ ରାତିରେ ଉଦଳା ଇଣ୍ଡିଆନ ଓଏଲ ପେଟ୍ରୋଲ ପମ୍ପ ସାମ୍ନାରେ ରାଜ୍ୟ ରାଜପଥରେ ଘଟିଯାଇଛି ମର୍ମନ୍ତୁଦ ଦୁର୍ଘଟଣା। ବିଳମ୍ବିତ ରାତିରେ ଉଦଳା ଆଇଆଇସି ଓ ଅନ୍ୟ ପୋଲିସ କର୍ମଚାରୀଙ୍କୁ ଧରି ପାଟ୍ରୋଲିଂ କରୁଥିଲେ। ଇଣ୍ଡିଆନ ଅଏଲ ପେଟ୍ରୋଲ ପମ୍ପ ନିକଟରେ […]
ଭାଜପାରୁ ନିଲମ୍ବିତ ଭୁବନେଶ୍ୱର ମେୟର ପ୍ରାର୍ଥୀ ସୁନୀତି ମୁଣ୍ଡ ମଙ୍ଗଳବାର ପାର୍ଟି ଅଫିସ ଆସିଥିବା ବେଳେ ତାଙ୍କୁ ଧକ୍କା ମାରି ଘଉଡ଼ାଇ ଦେଇଛନ୍ତି ମହିଳା ନେତ୍ରୀ। ଗଣମାଧ୍ୟମରେ ଦଳ ବିରୋଧୀ ମନ୍ତବ୍ୟ ଦେଇଥିବା ଅଭିଯୋଗରେ ମହିଳା କର୍ମୀମାନେ ତାଙ୍କୁ ବିରୋଧ କରି ଘଉଡ଼ାଇଥିବା ସୂଚନା ମିଳିଛି। ଏହାପରେ ପ୍ରତିକ୍ରିୟା ଦେଇଛନ୍ତି ସୁନୀତି ମୁଣ୍ଡ । ସେ କହିଛନ୍ତି, “ମୁଁ ଦଳରେ ନାହିଁ ବୋଲି କିଏ କହିଲା । ଏଇଟା ମୋ ଘର । ମୋ ଘରକୁ ମୁଁ […]
ଜବରଦଖଲକାରୀ ମାଡି ବସିଛନ୍ତି ରାଜଧାନୀର ମୂଲ୍ୟବାନ୍ ଜମି । ରାଜଧାନୀର ପ୍ରାୟ ୩୦ ଏକର ଜମି ଜବରଦଖଲକାରୀଙ୍କ କବଜାରେ ରହିଛି । ଜବରଦଖଲକାରୀମାନେ ମୂଲ୍ୟବାନ ଜମିକୁ ନିଜ ଅକ୍ତିଆରକୁ ନେଇଯାଇଛନ୍ତି। ସହରାଞ୍ଚଳର କୋଟିକୋଟି ଟଙ୍କାର ମୂଲ୍ୟବାନ ଜମି ଏବେ ଜବରଦଖଲକାରୀଙ୍କ କବ୍ଜାରେ ରହିଛି ବୋଲି ବିଧାନସଭାରେ ଲିଖିତ ଭାବେ ଉତ୍ତର ଦେଇଛନ୍ତି ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। କିନ୍ତୁ ବାସ୍ତବରେ ଏହା ଅଧିକ ହୋଇପାରେ।ସାମପୁର ମୌଜାରେ ସର୍ବାଧିକ ୨୭ ଏକର ଜମି ଜବରଦଖଲ […]
କଡା ଆଇନ୍ ଓ ସଚେତନତା ସତ୍ତ୍ୱେ ରାଜ୍ୟରେ କମୁନି ଶିଶୁ ଶ୍ରମିକ ପ୍ରଥା । ୫ ବର୍ଷରେ ରାଜ୍ୟରେ ଉଦ୍ଧାର ହୋଇଛନ୍ତି ୨୮୩ ଶିଶୁ ଶ୍ରମିକ । ଶିଶୁ ଶ୍ରମିକ କମାଇବାକୁ ୯ଟି ବିଭାଗ ସମନ୍ୱୟରେ ରାଜ୍ୟ ସରକାର ଏକ ଖସଡ଼ା ତିଆରି କରିଛନ୍ତି । ଶିଶୁ ଓ କିଶୋର ଶ୍ରମ ଆଇନ ୧୯୮୬କୁ କଠୋର ଭାବେ କାର୍ଯ୍ୟକାରୀ କରିବା ପାଇଁ ଜିଲ୍ଲା ଶ୍ରମ ଅଧିକାରୀ ଏବଂ ପୋଲିସ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ତେବେ […]
