ଆଜି କଟକ ସହରରେ କମିଶନରେଟ ଟ୍ରାଫିକ ପୁଲିସ ପକ୍ଷରୁ ଗାଡ଼ି ଯାଞ୍ଚ ପ୍ରକ୍ରିୟା ଆରମ୍ଭ କରାଯାଇଛି। କମିଶନରେଟ ଟ୍ରାଫିକ ପୁଲିସ ପକ୍ଷରୁ କଟକ ଓଏମପି ଛକରେ ସବୁ ଭାରିଯାନକୁ ଅଟକାଇ ଯାଞ୍ଚ କରାଯାଉଛି। ସେହିପରି ହେଲମେଟ୍ ପିନ୍ଧୁ ନଥିବା ଗାଡି ଚାଳକଙ୍କୁ ଧରୁଛି ପୋଲିସ ଏବଂ ସେମାନଙ୍କ ଠାରୁ ମୋଟା ଅଙ୍କର ଫାଇନ୍ ମଧ୍ୟ ଆଦାୟ କରାଯାଉଛି । ସେହିପରି ମଦ ପିଇ ଗାଡ଼ି ଚଳାଉଥିବା ଚାଳକଙ୍କଠାରୁ ୧୦ ହଜାର ଟଙ୍କାର ଫାଇନ୍ ମଧ୍ୟ ଆଦାୟ କରିଛି […]
ପଞ୍ଜିକା ସମନ୍ବୟ ନେଇ ଶେଷ ହେଲା ଗୁରୁତ୍ବପୂର୍ଣ୍ଣ ବୈଠକ। ତେବେ ଏହି ବୈଠକରେ ନିର୍ଭୁଲ ଓ ତ୍ରୁଟିବିହୀନ ପଞ୍ଜିକା ଉପରେ ଗୁରୁତ୍ୱ ଦିଆଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି। ବୈଠକରେ ଶ୍ରୀମନ୍ଦିରର ବାର୍ଷିକ ପର୍ବପର୍ବାଣୀକୁ ଅନୁମୋଦିତ କରାଯାଇଛି । ଶ୍ରୀମନ୍ଦିରର ପ୍ରଚଳିତ ପର୍ବପର୍ବାଣୀ ତିଥିକୁ ନେଇ କୌଣସି ତାରତମ୍ୟ ରହିବ ନାହିଁ । ଭୁଲ୍ ରହିଲେ ଶ୍ରୀମନ୍ଦିର ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ […]
ସନ୍ଧ୍ୟା ହେଲେ କନ୍ଦାଏ ବାଣୀବିହାର ଠାରୁ ଜୟଦେବ ବିହାର ଦେଇ ପଟିଆ ରାସ୍ତା । ଭିଡ , ଗାଡି ଜାମ୍ ନକହିବା ଭଲ । ଘଣ୍ଟା ଘଣ୍ଟା ଧରି ଜାମରେ ହନ୍ତସନ୍ତ ହୁଅନ୍ତି ରାଜଧାନୀବାସୀ । ହେଲେ ଏବେ ସେମାନେ ସୁରୁଖୁରୁରେ ଘରେ ପହଞ୍ଚିବେ । ଖୁବଶୀଘ୍ର ଆରମ୍ଭ ହେବ ଜୟଦେବ ବିହାରରୁ ନନ୍ଦନ କାନନ ପର୍ଯ୍ୟନ୍ତ ଫ୍ଲାଏ ଓଭର କାର୍ଯ୍ୟ । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି, […]
ଆଜି ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।ଚଢାଉ ହେଉଥିବା ସ୍ଥାନ ମଧ୍ୟରେ ଭୁବନେଶ୍ୱରର ଶୈଳଶ୍ରୀ ବିହାର, ରୁଦ୍ରପୁର, ଡୁମୁଡୁମା ଅଞ୍ଚଳରେ ଥିବା ଘର ଏବଂ ବାଲେଶ୍ୱରର ସୋର, ରେମୁଣା, ବାଲେଶ୍ୱର ସଦର ଆଦି ଅଞ୍ଚଳରେ ଥିବା ବାସ ସ୍ଥାନ ରହିଛି। ବର୍ତ୍ତମାନ ଯାଏଁ କେତେ ପରିମାଣରେ ସମ୍ପତ୍ତି ଜବତ ହୋଇଛି, ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ […]
ନୟାଗଡ଼, (ଓଡିଶା ଦର୍ପଣ): ନୟାଗଡ ଜିଲ୍ଲା ଗଣିଆ ବ୍ଲକ ଅନ୍ତର୍ଗତ କିଶୋର ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ “ନିପୁଣ ଓଡିଶା ମେଳା” ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଉତ୍ସବରେ ମୁଖ୍ୟ ଅତିଥିଭାବେ ଗଣିଆ ପଞ୍ଚାୟତ ସମିତି ଅଧ୍ୟକ୍ଷା ଝୁନା ଜେନା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟ ନରେଶ ବେହେରା, ସମିତି ସଭ୍ୟ ଫକୀର ମୋହନ ଡାକୁଆ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ରବୀନ୍ଦ୍ର ନାଥ ବେହେରା, କିଶୋର ଚନ୍ଦ୍ର ଉଚ୍ଚ […]
ପ୍ରାୟ ୧୮ ଲକ୍ଷ ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୫ ହାଜର ଟଙ୍କା ପଠାଇଛନ୍ତି ରାଜ୍ୟ ସରକାର । କିନ୍ତୁ ଇ-କେୱାଇସି ଏବଂ ଅନ୍ୟାନ୍ୟ ନିୟମ ପାଳନ ନକରିବା କାରଣରୁ ଓଡ଼ିଶାରେ ୨.୫ ଲକ୍ଷରୁ ଅଧିକ ଯୋଗ୍ୟ ହିତାଧିକାରୀ ସୁଭଦ୍ରା ଯୋଜନାରେ ଆର୍ଥିକ ସହାୟତା ପାଇ ନାହାନ୍ତି ବୋଲି ରାଜ୍ୟ ସରକାର ସୋମବାର ଦିନ କହିଛନ୍ତି।ଏହି ହିତାଧିକାରୀଙ୍କ ତାଲିକା ବ୍ଲକ, ପୌରପାଳିକା ଏବଂ ନଗର ନିଗମ ସ୍ତରରେ କର୍ତ୍ତୃପକ୍ଷଙ୍କ ପାଖରେ ଉପଲବ୍ଧ। ସମସ୍ତ ଯୋଗ୍ୟ ହିତାଧିକାରୀ, ଯେଉଁମାନେ […]
ବିବାହ ତିଥି ଆସିଯାଇଛି ଏପଟେ ସୁନା ଦର ବଢି ଚାଲିଛ । ଏହାକୁ ନେଇ ଚିନ୍ତାରେ ଗ୍ରାହକ । ବର୍ତ୍ତମାନ ୮୭ ହଜାର ଉପରକୁ ଟପିଛି ସୁନା ରେଟ୍ ।ମଙ୍ଗଳବାର ଦେଶରେ ସର୍ବକାଳୀନ ରେକର୍ଡ଼ ଭାଙ୍ଗିଛି ସୁନାଦର। ୨୪ କ୍ୟାରେଟ୍ ସୁନା ଦାମ୍ ୮୭୦ ଟଙ୍କା ବୃଦ୍ଧି ପାଇଥିବାବେଳେ ୨୨ କ୍ୟାରେଟ୍ ସୁନା ୮୦୦ ଟଙ୍କା ବଢିଛି। ଆଜି ୨୪ କ୍ୟାରେଟ୍ ସୁନା ଦାମ୍ ୮୭ ହଜାର ୯୩୦ ଟଙ୍କାରେ ପହଞ୍ଚିଛି ଏବଂ ୨୨ କ୍ୟାରେଟ୍ ସୁନାର […]
ଲକ୍ଷ୍ମୀପୁର ଥାନା ଅଞ୍ଚଳରେ ଜଘନ୍ୟକାଣ୍ଡ। ଠାକୁରାଣୀ ଯାତ୍ରାରେ ନାଟକ ଦେଖିବାକୁ ଯାଇଥିବା ବେଳେ ଲକ୍ଷ୍ମୀପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ଆଦିବାସୀ ନାବାଳିକାକୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଅଭିଯୋଗରେ କୋରାପୁଟ ଜିଲ୍ଲାର ଲକ୍ଷ୍ମୀପୁର ଥାନାରେ ୪ ଜଣ ଯୁବକଙ୍କୁ ଅଟକ ରଖାଯାଇଛି। ତେବେ ମଙ୍ଗଳବାର ଦିନ ନାବାଳିକାଙ୍କର ଡାକ୍ତରୀ ମାଇନା କରାଯିବ । ତେବେ ଦୁଷ୍କର୍ମ ଘଟଣା ଜଣେ ଯୁବକ ଦେଖିଥିଲେ କିନ୍ତୁ ଦୁଷ୍କର୍ମକାରୀ ୪ ଜଣ ସମ୍ପୃକ୍ତ ଯୁବକଙ୍କୁ ଧମକ ଦେଇ […]
୨ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ । ଶ୍ରୀମନ୍ଦିରରେ ଗଜଉଦ୍ଧାରଣ ବେଶ ସମ୍ପର୍କିତ ବିଶେଷ ନୀତି ଥିବାରୁ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରହିବ ।ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ସୂଚନାଯୋଗ୍ୟ, ଶ୍ରୀପଞ୍ଚମୀ ଓ ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବ୍ରୁଆରି ୨ ଏବଂ ୩ ତାରିଖ ତଥା ଫେବୃଆରୀ ୫ ଓ ୬ ତାରିଖ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ […]
ଆଜି ପୁରୀରେ ବସିବ ୨୦୨୫-୨୬ ବର୍ଷ ପାଇଁ ପଞ୍ଜିକା ସମୀକରଣ ବୈଠକ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧକ୍ଷତାରେ ବୈଠକ ଅନୁଷ୍ଠିତ ହେବ। ଦିନ ୧୨ଟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଏହି ବୈଠକ ବସିବ । ବିଭିନ୍ନ ପଞ୍ଜିକାରେ ତ୍ରୁଟି ନେଇ ପୂର୍ବରୁ ବିବାଦ ଦେଖାଦେଇଛି । ତେବେ ଏହି ବୈଠକରେ ନୀତି ପ୍ରଶାସକଙ୍କ ସହ ପଞ୍ଜିକାର, ପୂଜାପଣ୍ଡା ଓ ମୁକ୍ତିମଣ୍ଡପ ସଦସ୍ୟ ଏହି ବୈଠକରେ ଉପସ୍ଥିତ ରହିବେ ।ବିଭିନ୍ନ ପଞ୍ଜିକାରେ ତ୍ରୁଟିକୁ ନେଇ ବିଗତ […]
ଆଜିଠୁ ଆରମ୍ଭ ହେବାକୁ ଯାଉଛି ପ୍ରସିଦ୍ଧ ଯୋରନ୍ଦା ମାଘ ମେଳା। ସେଥିପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ୟ୍ୟାୟରେ ପହଞ୍ଚିଛି। ଚଳିତ ବର୍ଷ ପାଗ ଅନୁକୁଳ ଥିବାରୁ ମାଘ ମେଳାକୁ ଲକ୍ଷାଧିକ ମହିମା ସାଧୁ ଓ ଭକ୍ତଙ୍କ ସମାଗମ ହେବ। ବିଶେଷ କରି ନେପାଳ, ଆସାମ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ବିହାର, ଛତିଶଗଡ, ବେଙ୍ଗଲ ସମେତ ନେପାଳରୁ ହଜାର ହଜାର ସଂଖ୍ୟାରେ ମହିମା ସାଧୁ ଆସିବେ ।ଜଗତର ମଙ୍ଗଳ ପାଇଁ ମହିମା ସନ୍ନ୍ୟାସୀମାନେ ଝାଡ଼ଦୀପ ପ୍ରଜ୍ଜ୍ୱଳନ କରିବେ । ସନ୍ଧ୍ୟା ୫ଟା […]
ରାଜ୍ୟରେ କମିବ ଶୀତ, ବଢିବ ରାତି ତାପମାତ୍ରା। ଆସନ୍ତା ଦୁଇ ଦିନରେ ରାତିରେ ପାରଦ ଆଉ ୨ରୁ ୩ ଡିଗ୍ରୀ ବଢ଼ିବ। ଏହାପରେ ପୁଣି ୩ ଡିଗ୍ରୀ ଖସିଯିବ । ସୋମବାର ୪ ସହରର ଦିନ ତାପମାତ୍ରା ୩୫ ଡିଗ୍ରୀ ଟପିଛି। ଅଧିକାଂଶ ସ୍ଥାନରେ ରାତିବେଳା ପାରଦ ବି ଉପରମୁହାଁ ହେଉଛି । ପାରାଦୀପରେ ୨୦.୪ ଓ ପୁରୀରେ ୨୨.୬ ଡିଗ୍ରୀ ସେଲସିୟସ୍ ରହିଥିଲା। ଝାରସୁଗୁଡ଼ାରେ ଦିନ ତାପମାତ୍ରା ୩୫.୬ ଡିଗ୍ରୀ ଥିଲା। ସୁନ୍ଦରଗଡ଼ରେ ୩୫.୪, ବଲାଙ୍ଗୀର […]
