ଶିମିଳିପାଳ ଅଭୟାରଣ୍ୟ ଭିତରେ କୁଙ୍କି ହାତୀ ଭବାନୀର ମୃତ୍ୟୁ । ଅଭୟାରଣ୍ୟ ଭିତରେ ଜେନାବିଲ ଠାରେ ତାକୁ ରଖାଯାଇଥିଲା ଗତ ୨୦୦୧ ମସିହା ରେ ଶିମିଳିପାଳକୁ ଏକ ସାଙ୍ଗରେ କର୍ଣ୍ଣାଟକରୁ ତିନୋଟି ହାତୀ ଶୋଭା ଭବାନୀ ଓ ମହେନ୍ଦ୍ରକୁ ଅଣାଯାଇଥିଲା । ଗତ କିଛି ମାସ ପୂର୍ବରୁ ଶୋଭାର ମୃତ୍ୟୁ ହୋଇଥିବା ବେଳେ ଗତ ଜାନୁଆରୀ ୧୨ ତାରିଖ ରେ ମହିନ୍ଦ୍ରାର ମୃତ୍ୟୁ ହୋଇଥିଲା । ତେବେ ଆଜି ଭବାନୀର ମୃତ୍ୟୁ ସମ୍ପର୍କରେ ଖବର ପାଇ ପରିବେଶବିତ୍ […]
କଲବଲ କରୁଛି ଘନ କୁହୁଡ଼ି । ଟ୍ୱିନ୍ ସିଟିରେ ଘନ କୁହୁଡ଼ି । ଆଜି ବଡ଼ି ଭୋରରୁ ଟ୍ୱିନ ସିଟି ସହ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇଛି । ଏଥିଯୋଗୁ ସାଧାରଣ ଜୀବନଯାତ୍ରା ଅସ୍ତବ୍ୟସ୍ତ ହୋଇ ପଡ଼ିଛି । ବୁଧବାର ଗଞ୍ଜାମ, ଗଜପତି, ଜଗତ୍ସିଂହପୁର ଓ କେନ୍ଦ୍ରାପଡ଼ାରେ ଘନ କୁହୁଡ଼ି ଦେଖାଯିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି ।ସେହିପରି ପଶ୍ଚିମାଝଡ଼ ଅପସାରଣ ପରେ ରାଜ୍ୟରେ ଉତ୍ତରପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ […]
ରାୟଗଡା-ଦୀର୍ଘ ୧୦ ଘଣ୍ଟାର ଗଣତି ପରେ ଶେଷ ହେଲା ରାୟଗଡାର ଅଧିଷ୍ଠାତ୍ରୀ ଦେବୀ ମାଆ ମଝିଘରିଆଣି ମନ୍ଦିରର ୯ଟି ହୁଣ୍ଡିର ଗଣତି । ଗଣତି ଶେଷରେ ହୁଣ୍ଡିରୁ ନଗଦ ୯୪ ଲକ୍ଷ ୪୯ ହଜାର 0୫୪ ଟଙ୍କା, ୯୩ ଗ୍ରାମ ୧ ମିଲିଗ୍ରାମ ସୁନା, ୨ କେଜି ୧୭୦ ଗ୍ରାମ ଓଜନର ରୁପା ସହ ୭ଟି ବିଦେଶୀ ମୁଦ୍ରା ମିଳିଛି । ଆଜି ସକାଳ ୧୦ ଟା ୩୦ ମିନିଟ ସମୟରୁ ଗଣତି ଆରମ୍ଭ ହୋଇଥିଲା । […]
ଉତ୍କର୍ଷ ଓଡ଼ିଶା, ମେକ୍ ଇନ ଓଡ଼ିଶା କନ୍କ୍ଲେଭ-୨୦୨୫ ମଙ୍ଗଳବାର ଭୁବନେଶ୍ୱର ଜନତା ମଇଦାନଠାରେ ଅନୁଷ୍ଠିତ ହେବ। ଏହା ୨ ଦୁଇଦିନ ଧରି ଚାଲିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବାହ୍ନ ୧୧ଟାରେ ଉତ୍କର୍ଷ ଓଡ଼ିଶା କନ୍କ୍ଲେଭକୁ ଉଦ୍ଘାଟନ କରିବେ।କନ୍କ୍ଲେଭ୍ର ଲକ୍ଷ୍ୟ ହେଉଛି ଓଡ଼ିଶାକୁ ଏକ ପ୍ରମୁଖ ନିବେଶ ସ୍ଥଳ ଭାବେ ଉପସ୍ଥାପନ କରିବା ଏବଂ ଦେଶବିଦେଶର ନିବେଶକମାନଙ୍କୁ ପୁଞ୍ଜିନିବେଶ ଲାଗି ଆକୃଷ୍ଟ କରିବା । କନ୍କ୍ଲେଭ୍ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହିବେ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର […]
ମେଷ : ଆଜି ଆପଣଙ୍କର ଆକସ୍ମିକ ଧନ ଲାଭ ଯୋଗ ରହିଛି। ସାହାଯ୍ୟ ର ହାତବଢାଇବା ପାଇଁ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ । ବୃଷ : ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ […]
Lବିଶିଷ୍ଟ ନ୍ୟୁରୋସର୍ଜନ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ରଙ୍କୁ ପଦ୍ମଶ୍ରୀ ସମ୍ମାନ ନିମନ୍ତେ କେନ୍ଦ୍ର ସରକାରଙ୍କ ଦ୍ୱାରା ମନୋନୀତ କରାଯିବା ପରିପ୍ରେକ୍ଷୀରେ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ସୋମବାର ଦିନ ସମ୍ବର୍ଦ୍ଧିତ କରିଛନ୍ତି । ଏମ୍ସ ନୁଆଦିଲ୍ଲୀର ନ୍ୟୁରୋସର୍ଜରୀ ବିଭାଗର ମୁଖ୍ୟ ଭାବେ ଦାୟିତ୍ୱ ତୁଲାଇବା ସହ ଭୁବନେଶ୍ୱର ଏମ୍ସର ପ୍ରଥମ ନିର୍ଦ୍ଦେଶକ ରହିଥିବା ପ୍ରଫେସର ମହାପାତ୍ର ସୋଆର କୁଳପତି […]
ଆସନ୍ତାକାଲିଠୁ ଭୁବନେଶ୍ବରରେ ଶିଳ୍ପ ମହାକୁମ୍ଭ ଉତ୍କର୍ଷ ଓଡିଶା- ମେକ ଇନ ଓଡ଼ିଶା କନକ୍ଲେଭ ୨୦୨୫ । ଜନତା ମଇଦାନରେ ୨ ଦିନିଆ କନକ୍ଲେଭକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି କମିସନରେଟ ପୋଲିସ । ବିମାନବନ୍ଦର ଠାରୁ ଜନତା ମୈଦାନ ପର୍ଯ୍ୟନ୍ତ ବ୍ଲୁ ବୁକ ଅନୁସାରେ ସୁରକ୍ଷା ବନ୍ଦୋବସ୍ତ ହୋଇଛି । ଭୁବନେଶ୍ୱରରେ ସିକ୍ୟୁରିଟି ପାଇଁ ମୁତୟନ ହେବେ ୬୦ ପ୍ଲାଟୁନ ପୋଲିସ ଫୋର୍ସ […]
ରାୟଗଡ଼:-୨୭/୦୧/ 2025 -ସାଧାରଣ ତନ୍ତ୍ର ଦିବସରେ ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ, ଓଡିଶା ସରକାର ଡ଼ ମୁକେଶ ମହାଲିଙ୍ଗ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଥିଲେ ଓ ଚିକିତ୍ସିତ ରୋଗୀ ଙ୍କୁ ଫଳ ବଣ୍ଟନ କରିବା ସହିତ ସେମାନଙ୍କ ଚିକିତ୍ସା ବାବଦ ରେ ପଚାରି ବୁଝିଥିଲେ | ଏହାପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନୂତନ ଭାବେ ନିର୍ମିତ ସମ୍ପ୍ରସାରିତ ଗୃହ ଉଦଘାଟନ […]
ମାନସିକ ଅନଗ୍ରସର ଦିବ୍ୟାଙ୍ଗ ଥଇଥାନ କେନ୍ଦ୍ରରେ ନିର୍ଯାତନା । ସମ୍ବଲପୁର ଧନୁପାଲି ଥାନା ପୁଟିବନ୍ଧ ସ୍ଥିତ ସମର୍ଥ କେନ୍ଦ୍ରରେ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ହୋଇଛି । ଅନ୍ତେବାସୀଙ୍କୁ ନିମ୍ନ ମାନର ଖାଦ୍ୟ ସହ ଦିଆଯାଉଛି ଅକଥନୀୟ ନିର୍ଯାତନା । କଥା କଥାରେ ମାଡ଼ ଓ ଗାଳି କରୁଛନ୍ତି କେନ୍ଦ୍ର ପରିଚାଳକା । ବଞ୍ଚାଓ ବଞ୍ଚାଓ ବୋଲି ରଡି ଛାଡୁଛନ୍ତି ଅନ୍ତେବାସୀ l ଏହି ସବୁ ଦୃଶ୍ୟ ମୋବାଇଲ ଓ ସିସିଟିଭିରେ କଏଦ ହୋଇଛି ।ତେବେ ଏହି ଘଟଣା […]
ଭାରତୀୟ ଦଳର ତାରକା ବୋଲର ଜସପ୍ରୀତ ବୁମ୍ରା ୨୦୨୪ର ଶ୍ରେଷ୍ଠ ଟେଷ୍ଟ କ୍ରିକେଟର ଆଖ୍ୟା ଅର୍ଜନ କରିଛନ୍ତି। ବୁମ୍ରାଙ୍କ ବ୍ୟତୀତ ଇଂଲଣ୍ଡର ଅଭିଜ୍ଞ ବ୍ୟାଟ୍ସମ୍ୟାନ୍ ଜୋ ରୁଟ୍, ଇଂଲଣ୍ଡର ଯୁବ ବ୍ୟାଟ୍ସମ୍ୟାନ୍ ହ୍ୟାରି ବ୍ରୁକ୍ ଏବଂ ଶ୍ରୀଲଙ୍କାର କାମିନ୍ଦୁ ମେଣ୍ଡିସ୍ ଏହି ପୁରସ୍କାର ଦୌଡ଼ରେ ଥିଲେ, କିନ୍ତୁ ବୁମ୍ରା ସମସ୍ତଙ୍କୁ ପଛରେ ପକାଇ ପୁରସ୍କାର ହାତେଇଛନ୍ତି। ସେହିଭଳି ଆଇସିସି ଦିନିକିଆ କ୍ରିକେଟର ଅଫ୍ ଦି ଇୟର ୨୦୨୪ ପାଇଁ ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଦାନାଙ୍କୁ ବିଜୟୀ […]
୪ଦିନରେ ସରିବ ରାସନ କାର୍ଡର e-KYC ଯାଞ୍ଚ । ସମୟ ଭିତରେ ଅପଡେଟ୍ କରିପାରିନଥିବା ହିତାଧିକାରୀଙ୍କ ପାଇଁ କୋହଳ ହୋଇପାରେ ବ୍ୟବସ୍ଥା । ଏ ନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ବର୍ତ୍ତମାନ ସୁଦ୍ଧା ୮୮ ପ୍ରତିଶତ ଲୋକ ଇ-କେୱାଇସି (e-KYC) କରିସାରିଛନ୍ତି। ଆହୁରି ୪୦ ଲକ୍ଷ ୪୦ ହଜାର ୮୬୪ ଜଣ ହିତାଧିକାରୀ ଇ-କେୱାଇସି କରିନାହାଁନ୍ତି।ମୋଟ୍ ୩କୋଟି ୩୫ ଲକ୍ଷ ୫୭୦ରୁ ୨କୋଟି ୯୫ ଲକ୍ଷ ୮୯ ହଜାର ୯୧୨ ଜଣ ହିତାଧିକାରୀ […]
ମଧୁ ପାଢୀ ହେଲେ ରାଜ୍ୟ ନିର୍ବାଚନ କମିଶନର। ପାଢ଼ୀ ୧୯୯୧-ବ୍ୟାଚ୍ ଓଡିଶା କ୍ୟାଡରର ଆଇଏଏସ୍ ଅଧିକାରୀ। ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେବା ପରେ ସେ କନ୍ଧମାଳ ଜିଲା ବାଲିଗୁଡାର ସବ୍ କଲେକ୍ଟର ଭାବରେ ପ୍ରଥମେ କାର୍ଯ୍ୟ କରିଥିଲେ ଏବଂ ପରେ ପ୍ରୋଜେକ୍ଟ ନିର୍ଦ୍ଦେଶକ, ଡିଆରଡିଏ, ମୟୂରଭଞ୍ଜ ପରେ ବିଭିନ୍ନ ବିଭାଗର ସଚିବ ଥିଲେ।ସେହିପରି ପୂର୍ବତନ ପୋଲିସ ଡିଜି ପ୍ରକାଶ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ ନିଯୁକ୍ତ ହୋଇଛନ୍ତି। ଉପଦେଷ୍ଟା ଭାବେ ତାଙ୍କୁ କ୍ୟାବିନେଟ ପାହ୍ୟା ମିଳିଛି।ପୂର୍ବତନ ଡିଜିପି […]
