ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଅତିରିକ୍ତ ଦାୟିତ୍ବ । ଏସଜେଟିଏର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ । ପୂର୍ବରୁ ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଉଥିଲେ ।ଏନେଇ ରାଜ୍ୟ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୦୨୪ ଅଗଷ୍ଟ ୧୩ ତାରିଖରୁ କାର୍ଯ୍ୟକାରୀ ଅଧ୍ୟକ୍ଷ ଥିଲେ ମନୋଜ ଆହୁଜା । ଗତ ବର୍ଷ ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ବରିଷ୍ଠ ଆଇଏସ୍ ମନୋଜ ଆହୁଜାଙ୍କୁ […]
ଗତକାଲି ମୋର ଭୁବନେଶ୍ବର ଘରେ ଚୋରି ହୋଇଛି । ଏହି ଘଟଣା କେବଳ ମୋ ପରିବାର ପାଇଁ ନୁହେଁ । ବରଂ ସମସ୍ତ ଭୁବନେଶ୍ବର ବାସୀଙ୍କ ସୁରକ୍ଷାକୁ ନେଇ ମୁଁ ଚିନ୍ତିତ । ସୋସିଆଲ ମିଡିଆ ଫେସବୁକରେ ପୋଷ୍ଟ ସେୟାର କରି ଏମିତି ଚିନ୍ତା ପ୍ରକଟ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ । ସେ ଲେଖିଛନ୍ତି ଯେ ସରକାରଙ୍କ ଅବହେଳା କାରଣରୁ ଆଜି ଆମ ଘର, ଆମ ସାହି ଓ ଆମ ସଂପଦ ବିପଦରେ। […]
ଗଞ୍ଜାମ ଜିଲା କେ.ନୂଆଗାଁ ପୋଲିସ ଚିକିଟି ଗଡ଼ ଗ୍ରାମର ନୂତନ ପାତ୍ରଙ୍କ ଘରେ ବନ୍ଧକ ରଖାଯାଇଥିବା ୪ ଯୁବକଙ୍କୁ ଉଦ୍ଧାର କରିଛି। ଉଦ୍ଧାର ଯୁବକଙ୍କ ମଧ୍ୟରେ ଜଣେ ନୂଆ ଦିଲ୍ଲୀର ଏକ ଘରୋଇ ଫାଇନାନ୍ସ ସଂସ୍ଥାର କର୍ମଚାରୀ ହୋଇଥିବା ବେଳେ ଅନ୍ୟ ୩ ଜଣ କଟକ ଅଞ୍ଚଳର ଏଜେଣ୍ଟ ବୋଲି ସୂଚନା ମିଳିଛି। କୋଟିଏ ଟଙ୍କା ନଦେଲେ ସମସ୍ତଙ୍କୁ ବନ୍ଧକଙ୍କୁ ନାଗ ସାପ ଚୋଟରେ ଜୀବନ ନେଇଯିବେ ବୋଲି ଧମକ ଚମକ ଦେଉଥିଲେ । ଗୋଳନ୍ଥରା ଥାନା […]
ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ସିଂହୀ ‘ରେଓ୍ବା’ର ମୃତ୍ୟୁ ଘଟିଛି। ପ୍ରସବକାଳୀନ ଅସୁସ୍ଥତା ଯୋଗୁ ରେଓ୍ବାର ୮ ବର୍ଷ ବୟସରେ ମୃତ୍ୟୁ ହୋଇଛି। ତିନୋଟି ଛୁଆଙ୍କୁ ଜନ୍ମ ଦେଇ ଜୀବନ ହାରିଲା ସିଂହୀ ରେୱା । ଡିସେମ୍ବର ୨୦୨୦ରେ ଇନ୍ଦୋରର କମଳା ନେହେରୁ ପ୍ରାଣୀ ସଂଗ୍ରାହଳୟରୁ ନନ୍ଦନକାନନ ଅଣାଯାଇଥିଲା । ଚଳିତ ମାସ ଜାନୁଆରୀ ୨୫ରେ ୩ଟି ଛୁଆ ଜନ୍ମ ଦେଇଥିଲା ।ସେ ରହୁଥିବା ଫିଡିଂ ଚାମ୍ବରରେ ସକାଳ ୯ଟା ୩୩ରେ ପ୍ରଥମ ଛୁଆ ଜନ୍ମ କରିଥିଲା। କିନ୍ତୁ, […]
ରାୟଗଡା/୨୬/୧/୨୫: ରାୟଗଡା ଜିଲ୍ଳା ସଦର ମହକୁମାର ସ୍ଥାନୀୟ ଗୋବିନ୍ଦ ଚନ୍ଦ୍ର ଦେବ ଜିଲ୍ଳା ହାଇସ୍କୁଲ ପଡିଆ ଠାରେ ଜିଲ୍ଳା ପ୍ରଶାସନ ଆନୁକୂଲ୍ୟରେ ଜିଲ୍ଳାସ୍ତରୀୟ ୭୬ତମ ଗଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଡ. ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସକାଳ ସାଢେ ୮ଟା ସମୟରେ ଆନୁଷ୍ପାନିକ ଭାବେ ଜାତୀୟ ପତାକା ଉତ୍ତଳୋନ କରି ଜିଲ୍ଳାବାସୀଙ୍କୁ ଉଦବୋଧନ ଦେଇ ସମବେତ ପ୍ୟାରେଡରେ ଅଭିବIଦନ ଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଳାପାଳ ଶ୍ରୀମତୀ […]
ଉତ୍ତରାଖଣ୍ଡରେ ଆଜିଠାରୁ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ ହେବାକୁ ଯାଉଛି । ଉତ୍ତରାଖଣ୍ଡ ଦେଶର ପ୍ରଥମ ରାଜ୍ୟ ହେବ ଯେଉଁଠାରେ ଏହା ଲାଗୁ ହେବାକୁ ଯାଉଛି । ପ୍ରଧାନମନ୍ତ୍ରୀ ମୋଦିଙ୍କ ଠିକ୍ ଗସ୍ତ ପୂର୍ବରୁ ଐତିହାସିକ ଆଇନ ଲାଗୁ ହେବ । ୟୁସିସି ସମଗ୍ର ଉତ୍ତରାଖଣ୍ଡରେ କାର୍ଯ୍ୟକାରୀ ହେବ ଏବଂ ବାହାରେ ରହୁଥିବା ଉତ୍ତରାଖଣ୍ଡ ବାସିନ୍ଦାଙ୍କ ପାଇଁ ମଧ୍ୟ ଲାଗୁ ହେବ ।ମୁଖ୍ୟମନ୍ତ୍ରୀ ଧାମି ପୂର୍ବରୁ କହିଛନ୍ତି ଯେ, ଦେବଭୂମି ଉତ୍ତରାଖଣ୍ଡରେ ଭକ୍ତ ଏବଂ ପର୍ଯ୍ୟଟକଙ୍କ […]
ଛତିଶଗଡ ବିଜାପୁରରେ ମାଓବାଦୀଙ୍କ ବର୍ବର କାଣ୍ଡ । ପୁଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି । ଘରେ ପଶି ଯୁବକଙ୍କୁ ହାଣି ହତ୍ୟା କରିଛନ୍ତି ମାଓବାଦୀ । ଟଙ୍ଗିଆ ସାହାଯ୍ୟରେ ଯୁବକଙ୍କୁ ହାଣି ହତ୍ୟା କରାଯାଇଛି । ଘଟଣା ସ୍ଥଳରେ ମାଓ ପୋଷ୍ଟର ଥିବା ଦେଖିବାକୁ ମିଳିଛି। ଯିଏ ପୋଲିସକୁ ମାଓବାଦୀ ସମ୍ପର୍କରେ ସୂଚନା ଦେବ, ତାର ଏଭଳି ପରିଣାମ ହେବ ବୋଲିପୋଷ୍ଟରରେ ଉଲ୍ଲେଖ ରଖାଯାଇଛି। ପୋଲିସ ସହ ମିଶି ମାଓ ବିରୋଧୀ […]
ରାଜ୍ୟରେ ଦୁଇଦିନ ଘନ କୁହୁଡି । ଆଜି ପାଇଁ ୧୪ ଜିଲ୍ଲାକୁ ୱାର୍ଣ୍ଣିଂ । କେନ୍ଦ୍ରାପଡ଼ା, ଯାଜପୁର, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ଆଲର୍ଟ କରାଯାଇଛି।କିଛି ଅଞ୍ଚଳରେ ଜିରୋ ଭିଜିବିଲିଟି ହେବାର ସମ୍ଭାବନା ରହିଛି। ଘନ କୁହୁଡି ସମୟରେ ସଂପୃକ୍ତ ଜିଲ୍ଲାର ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ଗାଡି ଚଳାଚଳ ବନ୍ଦ ରଖିବା ପାଇଁ ପରାମର୍ଶ ଦିଆଯାଇଛି ।ବର୍ତ୍ତମାନ […]
ସୋମବାରଠାରୁ ଆରମ୍ଭ ହୋଇଛି ଡଲ୍ଫିନ୍ ଗଣନା। ଏହି ଗଣନା ୩ଦିନ ଧରି ଚାଲିବ। ରାଜନଗର ବନଖଣ୍ଡ ଧାମରାରୁ ଦେବୀ ମୁହାଣ ଯାଏ ଏହ ଗଣନା ଚାଲିବ। ରାଜନଗର ବନଖଣ୍ଡର ୫ଟି ରେଞ୍ଜରେ ଡଲଫିନ ଗଣନା ଚାଲିବ।ଗଣନା କାର୍ଯ୍ୟରେ ୯ଟି ଟିମ୍ ସାମିଲ୍ ଅଛନ୍ତି । ପ୍ରତି ଟିମ୍ ରେ ୪ରୁ ୫ଜଣ ଗଣନାକାରୀ ସାମିଲ୍ ଅଛନ୍ତି । ମହାକାଳପଡ଼ା ଓ କନିକା ରେଞ୍ଜ ରେ ଗୋଟିଏ ଲେଖାଁଏ ଟିମ, ରାଜନଗର ଓ କୁଜଙ୍ଗ ରେଞ୍ଜରେ ୨ ଟି […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ ନୟାଗଡ଼ ପୁରୁଣା ସହର ଜଗନ୍ନାଥ ମନ୍ଦିର ଯଦୁମଣି ମଣ୍ଡପ ଠାରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇ ଯାଇଛି।ଏହି ଅବସରରେ ସଂଘର ସଭାପତି ତଥା ସମାଜସେବୀ ପ୍ରମୋଦ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇ ପତାକା ଉତ୍ତୋଳନ କରି ସ୍ୱାଧୀନତା, ସମାନତା ଓ ସମୃଦ୍ଧିର ସହ ଦେଶକୁ ବିଶ୍ୱର ସର୍ବୋତ୍ତମ ଦେଶ କରି ଗଢିତୋଳିବା ପାଇଁ ସଂକଳ୍ପ ନେବାକୁ ଆହ୍ୱାନ ଦେଇ ଥିଲେ। ଜିଲ୍ଲା ସାମ୍ବାଦିକ ସଙ୍ଘର […]
ରାୟଗଡା, -ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ମାଝୀଗୁଡା ପଞ୍ଚାୟତରେ ଥିବା ସରକାରୀ ଉନ୍ନତି ଉଚ୍ଚ ବିଦ୍ୟାଳୟ ରେ ଅଣ୍ଡା ଝୋଳ ପଡି ପ୍ରଥମ ଶ୍ରେଣୀ ଛାତ୍ର ଗୁରୁତର ହୋଇଥିବା ଦେଖିବାକୁ ମିଳିଛି ।ଶନିବାର ଦିନ ବିଦ୍ୟାଳୟରେ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଜାନୁୟାରୀ ୨୬ ପାଇଁ ବ୍ୟସ୍ତ ରହିଥିବା ବେଳେ, ବିଦ୍ୟାଳୟ ମଧ୍ୟାହ୍ନ ଭୋଜନ ପାଇଁ ପିଲା ମାନେ ଧାଡି ବାନ୍ଧି ଠିଆ ହୋଇ ରହିଥିଲେ । ଆଜି ଶନିବାର ଦିନ ଅଣ୍ଡା ତରକାରୀ କରାଯାଇଥିଲା ।ଧାଡିରେ ଠିଆ […]
ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତିଙ୍କ ସମ୍ବୋଧନ। ସାଧାରଣତନ୍ତ୍ର ଦିବସର ଗୋଟିଏ ଦିନ ପୂର୍ବରୁ ରାଷ୍ଟ୍ରପତି ଦୌପଦୀ ମୂର୍ମୁ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ସେ କହିଛନ୍ତି, ୭୫ ବର୍ଷ ଭିତରେ ଭାରତ ଦ୍ରୁତ ଗତିରେ ଆଗକୁ ବଢ଼ୁଛି। ଅନେକ ସ୍ବାଧୀନତା ସଂଗ୍ରାମୀଙ୍କ ବିଷୟରେ ଆମେ ଜାଣିନୁ। ଏହାକୁ ଗୁରୁତ୍ୱ ଦେଇ ଏଥର ର୍ବିସା ମୁଣ୍ଡାଙ୍କ ୧୫୦ତମ ପୂର୍ତ୍ତି ପାଳିଛୁ। ମହିଳାଙ୍କୁ ସମାନତା ନେଇ ସରକାର ଅଗ୍ରାଧିକାର ଦେଉଛନ୍ତି। ସବୁଠାରୁ ଉଲ୍ଲେଖନୀୟ କଥା ହେଉଛି ସରୋଜିନୀ ନାଇଡୁ, ରାଜକୁମାରୀ […]
