ସୁଭଦ୍ରା ଯୋଜନାରୁ ଅପ୍ଟ ଆଉଟ ହୋଇଥିବା ହିତାଧିକାରୀଙ୍କ ପାଇଁ ନୂଆ ବ୍ୟବସ୍ଥା କରାଯାଉଛି। ଯେଉଁ ହିତାଧିକାରୀମାନେ ଭୁଲ୍ରେ ଅପଟ୍ ଆଉଟ ହୋଇଯାଇଥିଲେ ସେମାନେ ଏଥିରେ ସୁବିଧା ପାଇପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି।ସୁଭଦ୍ରା ଯୋଜନାର ପୋର୍ଟାଲରେ ଲଗ୍ ଇନ୍ କରି ବାଦ୍ ପଡ଼ିଥିବା ହିତାଧିକାରୀମାନେ ଅପଟ୍ ଇନ୍ କରିପାରିବେ। ଏହାପରେ ସେମାନେ ହିତାଧିକାରୀ ତାଲିକାରେ ପୁନଃ ଯୋଡ଼ି ହୋଇପାରିବେ।ସୂଚନାଥାଉକି, ପୂର୍ବରୁ ଗତ ଶନିବାର ଉପମୁଖ୍ୟମନ୍ତ୍ରୀ ସୁଭଦ୍ରା ଯୋଜନାର ବଡ଼ ଘୋଷଣା କରିଥିଲେ। ଉପମୁଖ୍ୟମନ୍ତ୍ରୀ କହିଥିଲେ, ଜାନୁଆରୀ […]
ରାଉରକେଲାରେ CISF ଯବାନଙ୍କ ଆତ୍ମହତ୍ୟା । RSP ଭିତରେ ଡ୍ୟୁଟିରେ ଥିବା ସମୟରେ ନିଜ ସର୍ଭିସ୍ ରିଭଲଭରରୁ ଗୁଳିକରି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ତାଙ୍କ ନାମ ହେଉଛି ଅଭିନନ୍ଦ ପି କେ | ତାଙ୍କ ଘର କେରଳର କନ୍ନୁର ଜିଲ୍ଲାର ଥିରୁଭାଙ୍ଗାଡୁ ଗାଁରେ| ତେବେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆଇଜିଏଚ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ ଯବାନ କେରଳର ହୋଇଥିବା ବେଳେ କାହିଁକି ସେ […]
ଆସନ୍ତା ଦୁଇରୁ ତିନି ବର୍ଷ ମଧ୍ୟରେ ଓଡ଼ିଶାକୁ ସୂଚନା ପ୍ରଯୁକ୍ତିବିଦ୍ୟା (ଆଇଟି)ର ଏକ ବଡ଼ ହବ୍ରେ ପରିଣତ କରାଯିବ, ଗୁରୁବାର କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହା କହିଛନ୍ତି।ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିବା ସହ ଓଡ଼ିଶାରେ ରେଳବାଇ ଓ ଆଇଟି କ୍ଷେତ୍ରରେ ବିକାଶ ଦିଗରେ ଆଲୋଚନା ହୋଇଥିବା ଜଣାପଡ଼ିଛି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ପ୍ରେସ୍ ରିଲିଜ୍ ଅନୁସାରେ, ଓଡ଼ିଶାକୁ ଏକ ମେଗା ଆଇଟି ହବରେ ପରିଣତ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ […]
ରାୟଗଡା: ତା ୯-୧-୨୦୨୫ ରାୟଗଡା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଗୁରୁବାର ଦିନ ଜିଲ୍ଲା ସ୍ତରୀୟ ପ୍ରବାସୀ ଭାରତୀୟ ଦିବସ ପାଳିତ ହୋଇଯାଇଛି। ପୂର୍ବାହ୍ନ ଉଦଘାଟନୀ ଉତ୍ସବରେ ରାୟଗଡା ଜିଲ୍ଲା ଶିକ୍ଷାଧିକାରୀ ଡ: ବସନ୍ତ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ସମ୍ମାନିତ ଅତିଥି ରୂପେ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀ ଭଜନ ଲାଲ ମାଝୀ, ଗୋଷ୍ଠୀ ଶିକ୍ଷାଧିକାରୀ ସୁଦୀପ୍ତ କୁମାର ଦାଶ, ରାୟଗଡା ଓ ଗଣେଶ ଶବର ଚନ୍ଦ୍ରପୁର, ରାୟଗଡା ଜିଲ୍ଲା […]
ମହାନଦୀ ପଠାରେ ପିକ୍ନିକ୍ ଆୟୋଜନ ଉପରେ କଡ଼ା କଟକଣା ଲଗାଇଛି କଟକ ମହାନଗର ନିଗମ। ତେବେ ଏହି କଟକଣା ବୋଟିଂ କ୍ଲବଠାରୁ କଟକ-ଇନ୍-କଟକ ପର୍ଯ୍ୟନ୍ତ ଲାଗୁ କରାଯାଇଛି। ଲୋକେ ଭୋଜିଭାତ କରି ପ୍ଲାଷ୍ଟିକ୍, ପେପର, ଟିଣ, କାଚ ପରି ଅନେକ ଆବର୍ଜନା ଫିଙ୍ଗୁଛନ୍ତି। ଫଳରେ ମହାନଦୀ ପଠା ଦୂଷିତ ହେବା ସହ ପବନରେ ଏହି ଆବର୍ଜନା ଉଡ଼ି ପାଣିରେ ମିଶୁଛି। ପାଣି ମଧ୍ୟ ଦୂଷିତ ହେଉଛି। କେବେଳ ଭୋଜିଭାତକୁ ବାରଣ କରାଯାଇନାହିଁ। ନଦୀପଠାରେ ବିଭିନ୍ନ ଉତ୍ସବକୁ ମଧ୍ୟ […]
ଭୁବନେଶ୍ବର କେଦାରପଲ୍ଲୀ ବସ୍ତିର ସହଦେବ ନାୟକ ହତ୍ୟାକାଣ୍ଡ ଘଟଣାରେ ଗିରଫ ହେଲେ ଆଉ ୨ ଜଣ ଅଭିଯୁକ୍ତ । ଏହି ୨ ଜଣ ଗିରଫ ହେବା ପରେ ଗିରଫଦାରୀ ସଂଖ୍ୟା ୫କୁ ବୃଦ୍ଧି ପାଇଛି । ଅନ୍ୟ ୨ ଅଭିଯୁକ୍ତଙ୍କୁ ଭୁବନେଶ୍ବରରୁ ଗିରଫ କଲା ସ୍ପେଶାଲ ସ୍କ୍ବାଡ୍ । କେମିତି ସହଦେବଙ୍କୁ ହତ୍ୟା କରାଯାଇଥିଲା, କେମିତି ହତ୍ୟା ଷଡଯନ୍ତ୍ର ରଚାଯାଇଥିଲା । ଓ କେମିତି ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହେଲା ପ୍ରେସମିଟ୍ ଜରିଆରେ ଗୋଟି […]
ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପିକେ ମିଶ୍ରଙ୍କ ଝିଅ ଜ୍ବାଇଁ ବୋଲି ପରିଚୟ ଦେଇ ଠକେଇ କରିଥିବା ହଂସିତା ଅଭିଲିପ୍ସାଙ୍କ ପ୍ରକୃତ ସ୍ଵାମୀ ସରୋଜଙ୍କ ଘରେ ଚଢାଉ ।ସ୍ପେଶାଲ୍ କ୍ରାଇମ୍ ୟୁନିଟ ଓ ଆୟକର ବିଭାଗ ମିଳିତ ଭାବେ ରେଡ୍ କରିଛନ୍ତି । ପଟିଆ ରଘୁନାଥପୁର ଅଞ୍ଚଳର ଏକ ଆପାର୍ଟମେଣ୍ଟରେ ଥିବା ଫ୍ଲାଟରେ ରେଡ୍ ହୋଇଛି । ଉଭୟ ହଂସିତା ଓ ଅନୀଲ ମହାନ୍ତିଙ୍କୁ ଏହି ଫ୍ଲାଟକୁ ଅଣାଯାଇଛି । ଉଭୟଙ୍କୁ ଆଜି ଗୋଟିଏ ଦିନ ପାଇଁ ରିମାଣ୍ଡ […]
ଉତ୍ତରପ୍ରଦେଶର ପ୍ରୟାଗରାଜରେ ହେବାକୁ ଥିବା ମହାକୁମ୍ଭ ମେଳା ପାଇଁ ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାରୁ ଯିବ ୮ଟି ବସ୍। ଏଥିରେ ମହିଳାଙ୍କ ପାଇଁ ୫୦% ରିହାତି ରହିଛି। ଏନେଇ ସୂଚନା ଦେଇଛନ୍ତି OSRTC ଅତିରିକ୍ତ ସଚିବ ଲକ୍ଷ୍ମୀକାନ୍ତ ସେଠୀ।ତେବେ ୧୨ ତାରିଖରେ ପ୍ରଥମ ପର୍ଯ୍ୟାୟରେ ବସ୍ ବାହାରିବ । ୮ଟି ବସ୍ ଅଯୋଧ୍ୟା ଅଭିମୁଖେ ବାହାରିବ । ତେବେ ଯଦି ଆବଶ୍ୟକ ହୁଏ ତାହେଲେ ଅଧିକ ବସ୍ ଚଲେଇବାର ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ଅତିରିକ୍ତ ସଚିବ । […]
ରାତିର ଅନ୍ଧକାରରେ ଏକୁଟିଆ ପାଇ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ କଲେ ଯୁବକ। ମାତ୍ର ନାବାଳିକା ଜଣକ ପ୍ରତିବାଦ କରିବାରୁ ଯୁବକ ପାଲଟିଗଲେ ପିଶାଚ। ରକ୍ତମୁଖା ପାଲଟି ଏକ ଛୁରୀରେ ନାବାଳିକାଙ୍କୁ ଏକାଧିକ ଥର କଲେ ଛୁରା ମାଡ଼ ।କୋରାପୁଟ ଜିଲ୍ଲା ନନ୍ଦପୁର ଥାନା ଅଞ୍ଚଳରେ ଏହିଭଳି ଘଟଣା ଘଟିଛି। ପୀଡ଼ିତାଜଣକ ନବମ ଶ୍ରେଣୀ ଛାତ୍ରୀ ବୋଲି ଜଣାଯାଇଛି।ପୀଡ଼ିତା ଗତକାଲି ସ୍କୁଲରୁ ଫେରିବା ପରେ ରାତିରେ ନିଜ ବାଡ଼ି ପଟ ପଡିଆକୁ ଯାଇଥିଲେ। ଏକ ଦେଖି ନାବାଳିକାଙ୍କୁ ଗ୍ରାମର […]
ଭୁବନେଶ୍ବରର ଜନତା ମଇଦାନରେ ଚାଲିଛି ୧୮ତମ ପ୍ରବାସୀ ଭାରତୀୟ ଦିବସ । ପ୍ରବାସୀ ଭାରତୀୟ ସମ୍ମିଳନୀ କୁ ଉଦ୍ଘାଟନ କରିଛନ୍ତି ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆହ୍ୱାନ। ପ୍ରବାସୀ ଭାରତୀୟଙ୍କୁ ମଞ୍ଚ ଉପରେ ଆହ୍ବାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ଓଡ଼ିଶାର ବିକାଶ ଯାତ୍ରାରେ ସାମିଲ ହୁଅନ୍ତୁ। ବ୍ୟବସାୟ ପାଇଁ ଓଡ଼ିଶା ହେଉଛି ଉପଯୁକ୍ତ ସ୍ଥାନ । ରାଜ୍ୟ ସରକାର ସବୁ ପ୍ରକାଳ ସହଯୋଗ କରିବେ । ପ୍ରଧାନମନ୍ତ୍ରୀଙ୍କ ନେତୃତ୍ବରେ […]
ରାସନ୍ କାର୍ଡ଼କୁ ନେଇ ଆସିଲା ବଡ଼ ଖବର । EKYC ନକଲେ କଟିଯିବ ରାସନ୍ କାର୍ଡ଼ |୩୧ ଜାନୁଆରୀ ସୁଦ୍ଧା ଯଦି ଇ-କେୱାଇସି ନକରୁଛନ୍ତି ତେବେ ଆପଣଙ୍କ ରାସନ କାର୍ଡ କଟିଯିବ । ଆଉ ମିଳିବନି ରାସନ । ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର । ଯୋଗାଣ ମନ୍ତ୍ରୀଙ୍କ ସୂଚନା ଅନୁସାରେ ବର୍ତ୍ତମାନ ସୁଦ୍ଧା ୪୯ ଲକ୍ଷ ହିତାଧିକାରୀ କରିନାହାଁନ୍ତି ଇ-କେୱାଇସି ।ତୁରନ୍ତ କରନ୍ତୁ E-KYC: ରାସନ କାର୍ଡରେ ପଞ୍ଜୀକୃତ ସମସ୍ତ ସଦସ୍ୟଙ୍କ […]
ଯୁକ୍ତ ଦୁଇ ପରୀକ୍ଷାରେ କପିକୁ ରୋକାଯିବା ଲାଗି ନୂଆ ପଦକ୍ଷେପ । କପି ରୋକିବା ନେଇ ଗଠନ ହେବ ଜିଲ୍ଲାସ୍ତରୀୟ ସ୍କ୍ୱାଡ୍ । ବଡ଼ ଜିଲ୍ଲାରେ ୨ଟି ଓ ଛୋଟ ଜିଲ୍ଲାରେ ଗୋଟିଏ ରହିବେ ସ୍କ୍ୱାଡ୍ । ଗତ ବର୍ଷ ପରୀକ୍ଷା ମୂଳକ ଭାବେ ମାଲକାନଗିରି, କୋରାପୁଟ, ନବରଙ୍ଗପୁରରେ ଜିଲ୍ଲା ସ୍ତରୀୟ ସ୍କ୍ବାର୍ଡ କରି ସଫଳତା ମିଳିଥିଲା । ତାକୁ ଦୃଷ୍ଟିରେ ରଖି ଏଥର ସବୁ ଜିଲ୍ଲାରେ ସ୍କ୍ବାର୍ଡ ମୁତୟନ ହେବେ ବୋଲି କହିଛନ୍ତି ସିଏଚଏସଇ ଅଧ୍ୟକ୍ଷ […]
