FM ପୀଡିତାଙ୍କ ମୃତ୍ୟୁ: ଟୁଇଟରେ ରାହୁଲ କହିଲେ ଏହା ଆତ୍ମହତ୍ୟା ନୁହେଁ

ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ। ମୃତ୍ୟୁବରଣ କଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶି। ସେ ଚିକିତ୍ସିତ ହେଉଥିବା AIIMS ତରଫରୁ ଏ ସଂପର୍କରେ ବିଧିବଦ୍ଧ ଘୋଷଣା କରାଯାଇଛି। ଏହା ସହିତ ପଳାସିଆ ଗାଁ ମଶାଣିରେ ସୌମ୍ୟାଶ୍ରୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ତେବେ ଏହାକୁ ନେଇ ରାଜନୀତି ଏବେ ଜୋର ଧରିଛି | ତେବେ ଓଡ଼ିଶାରେ ନ୍ୟାୟ ପାଇଁ ଲଢ଼ୁଥିବା ଝିଅର ମୃତ୍ୟୁ ବିଜେପି ବ୍ୟବସ୍ଥା ଦ୍ୱାରା ଏକ ସିଧାସଳଖ ହତ୍ୟା। ଏହା କହିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। FM ଛାତ୍ରୀ ମୃତ୍ୟୁ ଘଟଣାରେ ଦୁଃଖ ପ୍ରକାଶ କରିବା ସହ ରାଜ୍ୟ ସରକାରଙ୍କୁ କଡା ସମାଲୋଚନା କରିଛନ୍ତି ରାହୁଲ। ସେ କହିଛନ୍ତି ଯେ ସେହି ସାହସୀ ଛାତ୍ରୀ ଯୌନ ଶୋଷଣ ବିରୁଦ୍ଧରେ ସ୍ୱର ଉଠାଇଥିଲେ। କିନ୍ତୁ ନ୍ୟାୟ ବଦଳରେ ତାଙ୍କୁ ବାରମ୍ବାର ଧମକ, ହଇରାଣ, ଅପମାନିତ କରାଯାଇଥିଲା। ଯେଉଁମାନେ ତାଙ୍କୁ ସୁରକ୍ଷା ଦେବା କଥା, ସେମାନେ ତାଙ୍କୁ ଠେଲି ଚାଲିଯାଇଥିଲେ।ରାହୁଲ ଆହୁରି ଲେଖିଛନ୍ତି, ମୋଦି ଜୀ, ଓଡ଼ିଶା ହେଉ କି ମଣିପୁର , ଦେଶର ଝିଅମାନେ ଜଳୁଛନ୍ତି, ଭାଙ୍ଗି ପଡୁଛନ୍ତି, ଆତ୍ମହତ୍ୟା କରୁଛନ୍ତି ଆଉ ଆପଣ? ଆପଣ ଚୁପ ବସିଛନ୍ତି। ଦେଶ ଆପଣଙ୍କ ନୀରବତା ଚାହେଁ ନାହିଁ, ଏହା ଉତ୍ତର ଚାହେଁ। ଭାରତର ଝିଅମାନେ ସୁରକ୍ଷା ଏବଂ ନ୍ୟାୟ ଚାହାଁନ୍ତି।

ଅଧିକ ପଢନ୍ତୁ

Odisha Darpan Digital