Icici-Axis-HDFC ବ୍ୟାଙ୍କ ମାନଙ୍କୁ ଜନକଲ୍ୟାଣ ଯୋଜନାରେ ଅଧିକ ୠଣ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସିଆଇସିଆଇ, ଆକ୍ସିସ୍ ଓ ଏଚ୍‌ଡିଏଫ୍‌ସି ବ୍ୟାଙ୍କର ପ୍ରତିନିଧି ମାନଙ୍କ ସହିତ ଆଲୋଚନା କରି ବିଭିନ୍ନ ଜନକଲ୍ୟାଣ ଯୋଜନାରେ ଗରିବ ଲୋକମାନଙ୍କୁ ଅଧିକ ୠଣ ଦେବାପାଇଁ ପରାମର୍ଶ ଦେଇଛନ୍ତି ।ସୂଚନାଯୋଗ୍ୟ ଯେ, ଓଡିଶାରେ ବିଭିନ୍ନ ଜନକଲ୍ୟାଣ ଯୋଜନା ଯଥା କୃଷି ୠଣ, ପ୍ରଧାନମନ୍ତ୍ରୀ ରୋଜଗାର ସୃଷ୍ଟି ଯୋଜନା (PMEGP), ପିଏମ୍ ସ୍ୱନିଧି ଯୋଜନା, ଷ୍ଟାଣ୍ଡଅପ୍ ଇଣ୍ଡିଆ ଯୋଜନା, ଗୃହୠଣ, ଶିକ୍ଷାୠଣ ଓ ରପ୍ତାନୀ ୠଣ ଆଦି ବିଭିନ୍ନ ଯୋଜନାରେ ଏହି ବ୍ୟଙ୍କ ଗୁଡିକର ପ୍ରଦର୍ଶନ ଅତ୍ୟନ୍ତ କମ ରହିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜୁନ୍ ୨୧ ତାରିଖରେ ଏହି ବ୍ୟାଙ୍କ ଗୁଡିକୁ ନିଜର Empanelled Listରୁ ହଟାଇ ଦେଇଛନ୍ତି।ଏହି ସବୁ ଯୋଜନା ଗୁଡିକରେ ଏହି ତିନୋଟି ବ୍ୟାଙ୍କର ପ୍ରଦର୍ଶନ ଓଡିଶାରେ ଆଦୌ ସନ୍ତୋଷ ଜନକ ନୁହେଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସରକାରଙ୍କ ଗରିବ କଲ୍ୟାଣ ଯୋଜନାରେ ବ୍ୟାଙ୍କ ଗୁଡିକ ହେଉଛନ୍ତି ଏକ ବଡ ମାଧ୍ୟମ । ତେଣୁ, ଏହି ସବୁ ବ୍ୟାଙ୍କ ଗୁଡିକ ବିଭିନ୍ନ ଯୋଜନାରେ ଯେଉଁଥିରେ ଗରିବ ଲୋକମାନେ ଉପକୃତ ହେଉଛନ୍ତି, ସେଥିରେ ଅଧିକ ଲୋକଙ୍କୁ ୠଣ ଦେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।
ବ୍ୟାଙ୍କମାନଙ୍କ ପ୍ରତିନିଧିମାନେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶକୁ ଗ୍ରହଣ କରି କହିଥିଲେ ଯେ, ସେମାନେ ଏହି ସବୁ ଯୋଜନାରେ ଲୋକଙ୍କୁ ୠଣଦେବା ପାଇଁ ଆଗ୍ରହୀ ଅଛନ୍ତି ଏବଂ ଖୁବ୍ ଶୀଘ୍ର ଏହି ପ୍ରଦର୍ଶନରେ ଉନ୍ନତି ଆସିବ ବୋଲି ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଭରସା ଦେଇଥିଲେ।

ଅଧିକ ପଢନ୍ତୁ

kc ads