OPSC ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଅରୁଣ ଷଡ଼ଙ୍ଗୀ

ବରିଷ୍ଠ ଆଇପିଏସ୍‌ ଅରୁଣ କୁମାର ଷଡ଼ଙ୍ଗୀ ମଙ୍ଗଳବାର ଓଡ଼ିଶା ଲୋକ ସେବା ଆୟୋଗ(ଓପିଏସସି) ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ୬ ବର୍ଷ ପାଇଁ ଆୟୋଗରେ ନିଜର ଦାୟିତ୍ୱ ତୁଲାଇବେ ଅରୁଣ ଷଡ଼ଙ୍ଗୀ। ଦାୟିତ୍ୱ ଗ୍ରହଣ କରିବା ପରେ ଅରୁଣ ଷଡ଼ଙ୍ଗୀ କହିଛନ୍ତି, ସାଢ଼େ ୩୩ ବର୍ଷ ପୁଲିସ ଚାକିରି ପରେ ଗୁରୁ ଦାୟିତ୍ୱ ମିଳିଛି, ସୂଚାରୁ ରୂପେ ତୁଲାଇବି। OPSC ପରୀକ୍ଷାରେ଼ ସ୍ୱଚ୍ଛତା, ସଠିକ ମୂଲ୍ୟାୟନ ଓ ସନ୍ଦେହ ବିହୀନ ପରୀକ୍ଷା ପରିଚାଳନା କରିବା ସବୁଠୁ ବଡ଼ ଦାୟିତ୍ୱ ରହିବ। କେହି ଯେପରି OPSCର ପରୀକ୍ଷାକୁ ନେଇ ପ୍ରଶ୍ନ ଉଠାଇବେନି ସେ ନେଇ ସବୁ ପଦକ୍ଷେପ ନିଆଯିବ। ଯଦି କୌଣସି ଆଶାୟୀ କାହାକୁ ଆପ୍ରୋଚ କରି କିମ୍ବା ପଇସା ଦେଇକି ଚାକିରି କରିବାକୁ ଆଶା ରଖୁଥିବେ, ତାହା ହେଲେ ସେହି ଆଶାୟୀ ଜଣଙ୍କ ଜାଣି ରଖିବା ଦରକାର ସେ ଲୋକଟା ତାଙ୍କୁ ଠକୁଛି। ଆଶାୟୀ ଜଣଙ୍କ ସେଥିରୁ ନିବୃତ୍ତ ରୁହନ୍ତୁ।

ଅଧିକ ପଢନ୍ତୁ