ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ୮ ଜଣଙ୍କୁ ଗିରଫ କରି ତଦନ୍ତ ଜାରି ରଖିଛି କ୍ରାଇମ୍ବ୍ରାଞ୍ଚ । ଏହି ମାମଲାରେ ଆଜି କେସ୍ ଡାଏରୀ ଦାଖଲ ପାଇଁ ସମୟ ନେଲା କ୍ରାଇମ୍ବ୍ରାଞ୍ଚ । କଟକ ଏଡିଜେ କୋର୍ଟଙ୍କ ଶୁଣାଣି ବେଳେ ସମୟ ନେଲା କ୍ରାଇମବ୍ରାଞ୍ଚ ।ସମସ୍ତ ଅଭିଯୁକ୍ତଙ୍କ ଜାମିନ ଆବେଦନ ଶୁଣାଣିକୁ ମଧ୍ୟ ଘୁଞ୍ଚାଇ ଦିଆଯାଇଛି । ଆସନ୍ତା ୨୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।ଖବର ଅନୁଯାୟୀ, OTET ପ୍ରଶ୍ନପତ୍ର ଲିକ ମାମଲାରେ ଛାନ୍ଭିନ୍ କରୁଛି କ୍ରାଇମବ୍ରାଞ୍ଚ । ବୋର୍ଡର ପୂର୍ବତନ ଉପସଭାପତି ନିହାର ରଞ୍ଜନ ମହାନ୍ତିଙ୍କ ସମେତ ୭ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ଏହାପରେ ୨ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବା ପାଇଁ କଟକ ଏଡିଜେ କୋର୍ଟରେ ଆବେଦନ କରିଥିଲା କ୍ରାଇମବ୍ରାଞ୍ଚ । କୋର୍ଟ ଉକ୍ତ ମାମଲାର ଶୁଣାଣି କରି ଅଭିଯୁକ୍ତ ବିଜୟ ଓ ଜିତନଙ୍କୁ ୨ ଦିନିଆ ରିମାଣ୍ଡରେ ନେବା ପାଇଁ ଅନୁମତି ଦେଇଥିଲେ । ଏହାପରେ କ୍ରାଇମବ୍ରାଞ୍ଚ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଇ ପୃଥକ ପୃଥକ ଭାବେ ଜେରା କରିଥିଲା। ଦୀର୍ଘ ଘଣ୍ଟାର ଜେରାରେ ଅନେକ ତଥ୍ୟ କ୍ରାଇମବ୍ରାଞ୍ଚ ହାତରେ ଲାଗିଛି ବୋଲି ସୂଚନା ମିଳିଛି।
