‘SIR’ ପାଇଁ ବିଳମ୍ବ ହୋଇପାରେ ପଞ୍ଚାୟତ ଓ ପୌର ନିର୍ବାଚନ,ଅକ୍ଟୋବରରୁ ଭୋଟର ତାଲିକା ପ୍ରସ୍ତୁତି

ରାଜ୍ୟରେ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିସନଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଭର୍ଚୁଆଲ୍ ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଏବଂ ଜିଲ୍ଲା ନିର୍ବାଚନ ପ୍ରଶାସନ ସହ ଜଡ଼ିତ ଅଧିକାରୀମାନେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସାମିଲ ହୋଇଥିଲେ ।ବୈଠକରେ ୨୦୨୭ ମସିହାର ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତ ହେବାକୁ ଥିବା ଖସଡ଼ା ଭୋଟର ତାଲିକା, ନିର୍ବାଚନୀ ପ୍ରକ୍ରିୟା, ପ୍ରଶାସନିକ ପ୍ରସ୍ତୁତି ଏବଂ ବିଭିନ୍ନ ଲଜିଷ୍ଟିକ୍ ବ୍ୟବସ୍ଥା ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା । ତେବେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ସଚିବ ସନ୍ତୋଷ କୁମାର ଦାଶ ପ୍ରେସମିଟ କରି କହିଛନ୍ତି ଯେ, ରାଜ୍ୟରେ ପଞ୍ଚାୟତ ଓ ପୌର ନିର୍ବାଚନ ନେଇ ହେବ ଭୋଟର ତାଲିକା । ଅକ୍ଟୋବର ୨୬ରୁ ନଭେମ୍ବର ୭ ଯାଏଁ ଭୋଟର ତାଲିକା ପ୍ରସ୍ତୁତି କରାଯାଇଛି । ଡୋର ଟୁ ଡୋର ସର୍ଭେ ପାଇଁ ଆଜିର ବୈଠକରେ ନିଷ୍ପତ୍ତି ହୋଇଛି । ଚଳିତ ମାସ ୩୧ ସୁଦ୍ଧା ଏନେଇ ଟିମ ଗଠନ କାର୍ଯ୍ୟ ସରିବ । ଟିମରେ ବିଏଲଓ, ଅଙ୍ଗନବାଡି କର୍ମୀ ଓ ଆଶା କର୍ମୀଙ୍କୁ ମଧ୍ୟ ସାମିଲ କରାଯିବ । ଫେବୃଆରୀ ୧୦ ତାରିଖ ସୁଦ୍ଧା ସବୁ ୱାର୍ଡର ଭୋଟର ତାଲିକା ପ୍ରକାଶ ପାଇବ । ଜନଗଣନା ପାଇଁ ପଞ୍ଚାୟତ ଓ ପୌର ନିର୍ବାଚନ ସାମାନ୍ୟ ବିଳମ୍ବ ହୋଇପାରେ । ଆଜିର ବୈଠକରେ ପୁରୁଣା ବାଲଟ ବକ୍ସ ମରାମତି ନିଷ୍ପତ୍ତି ହୋଇଛି ।

ଅଧିକ ପଢନ୍ତୁ