ଆଜି ହେଉଛି ପଖାଳ ଦିବସ

ଓଡ଼ିଆଙ୍କ ପରିଚୟ ପଖାଳ । ସେ ଗାଁ ହେଉ କି ସହର, ପଖାଳ ବାସ୍ନା ସବୁବେଳେ ନିଆରା । ଖରାଦିନ ଆସିଲେ ଖୋଜାପଡ଼େ ପଖାଳ କଂସା । ପଖାଳ ହେଉଛି ସଭିଙ୍କର ପ୍ରିୟ ଖାଦ୍ୟ । ଓଡ଼ିଆ ସଂସ୍କୃତି ଓ ପରମ୍ପରା ସହିତ ପଖାଳ ବେଶ୍‌ ଜଡ଼ିତ। ମହାପ୍ରଭୁ ଜଗନ୍ନାଥଙ୍କଙ୍କ ମଧ୍ୟ ପ୍ରିୟ ଖାଦ୍ୟ ହେଉଛି ପଖାଳ। ଏଥିପାଇଁ ପ୍ରଭୁ ଜଗନ୍ନାଥଙ୍କ ପାଖରେ ଲାଗି ହୋଇଥାଏ ବିଭିନ୍ନ ପଖାଳ ଭୋଗ। ଓଡ଼ିଆଙ୍କ ଜନଜୀବନ ସହିତ ପଖାଳର ସମ୍ପର୍କ ବହୁ ନିବିଡ଼ ଓ ପୁରାତନ। ଧନୀ ହେଉ କି ଗରିବ ପଖାଳ ଦିବସକୁ ପାଳନ କରିବା ପାଇଁ ସହରବାସୀଙ୍କ ମନରେ ପ୍ରବଳ ଉତ୍କଣ୍ଠା ରହିଛି।

ସହର ଚାକଚକ୍ୟ ଏବଂ ଦେଶୀ, ବିଦେଶୀ ଖାଦ୍ୟପେୟ ଭିତରେ ବି ଲୋକେ ପଖାଳ ଖୋଜୁଛନ୍ତି । ବିଶେଷକରି ୨୦୧୧ରେ ପଖାଳ ଦିବସ ପାଳନ ଆରମ୍ଭ ହେବାଠାରୁ ବର୍ତ୍ତମାନର ଯୁବପିଢିଙ୍କ ମଧ୍ୟରେ ପଖାଳର କ୍ରେଜ୍‌ ବେଶ୍‌ ଅଧିକ ଦେଖିବାକୁ ମିଳୁଛି । କଥା ହେଲା, କେବଳ ଓଡ଼ିଶାରେ ରହୁଥିବା ଓଡ଼ିଆ ନୁହଁନ୍ତି ବରଂ ରାଜ୍ୟ ତଥା ଦେଶ ବାହାରେ ରହୁଥିବା ପ୍ରତ୍ୟେକ ଓଡ଼ିଆ ଏହି ଦିନ ପଖାଳ ଖାଇବାକୁ କେବେ ଭୁଲନ୍ତି ନାହିଁ । ସୋସିଆଲ ମିଡିଆରେ ବି ଟ୍ରେଣ୍ଡ କରୁଛି ପଖାଳ ଦିବସ । ସେଲିବ୍ରିଟିଙ୍କଠୁ ଆରମ୍ଭ କରି ରାଜନେତା ଆଜି ଖାଉଛନ୍ତି ପଖାଳ । ପରେ ପରେ ସୋସିଆଲ ମିଡିଆରେ ପୋଷ୍ଟ କରୁଛନ୍ତି ଫଟୋ ।

ଅଧିକ ପଢନ୍ତୁ

kc ads